ଓଡିଏମ୍‌ ପବ୍ଲିକ୍‌ ସ୍କୁଲର ବାର୍ଷିକ ବିଜ୍ଞାନ ପ୍ରଦର୍ଶନୀ

ଭୁବନେଶ୍ୱର,୨୭।୮: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭୁବନେଶ୍ୱର ପଟିଆସ୍ଥିତ ଓଡିଏମ୍‌ ପବ୍ଲିକ୍‌ ସ୍କୁଲର ବାର୍ଷିକ ବିଜ୍ଞାନ ପ୍ରଦର୍ଶନୀ ‘ନଲେଜ୍‌ କ୍ରଲ୍‌-୨୦୨୩’ ଶନିବାର ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଓଡିଏମ୍‌ ଶିକ୍ଷାନୁଷ୍ଠାନ ସମୂହର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ଡ.ସତ୍ୟବ୍ରତ ମୀନକେତନଙ୍କ ପୌରୋହିତ୍ୟରେ ଆୟୋଜିତ ସାଧାରଣ ସଭାରେ ଭୁବନେଶ୍ୱରର ରିଜିଓନାଲ ମ୍ୟୁଜିୟମ୍‌ ଅଫ୍‌ ନାଚ୍ୟୁରାଲ୍‌ ହିଷ୍ଟ୍ରିର ବିଜ୍ଞାନ ବିଭାଗୀୟ ମୁଖ୍ୟ ଅଧିକାରୀ ଗୌରବ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଉକ୍ତ ପ୍ରଦର୍ଶନୀର ପ୍ରଥମ ପର୍ଯ୍ୟାୟରେ ସ୍କୁଲର ପ୍ରଥମରୁ ୫ମ ଶ୍ରେଣୀର ବିଦ୍ୟାର୍ଥୀମାନଙ୍କୁ ନେଇ ଏକ କ୍ଷୁଦ୍ର ଚଳଚ୍ଚିତ୍ର, ଆତ୍ମଜୀବନୀ ଏବଂ କୌତୁକ ମାଧ୍ୟମରେ ବିଜ୍ଞାନ ସମ୍ପର୍କିତ ଗବେଷଣା ଲବ୍ଧ ପ୍ରସଙ୍ଗଗୁଡିକୁ ପ୍ରଦର୍ଶିତ କରାଯାଇଥିଲା। ସେହିଭଳି ପ୍ରଦର୍ଶନୀର ଦ୍ୱିତୀୟ ପର୍ଯ୍ୟାୟରେ ସ୍କୁଲର ୬ଷ୍ଠରୁ ଦ୍ୱାଦଶ ଶ୍ରେଣୀର ବିଦ୍ୟାର୍ଥୀମାନଙ୍କୁ ନେଇ ବିଜ୍ଞାନ ସମ୍ପର୍କିତ ଜଣା ଅଜଣା କାର୍ଯ୍ୟକ୍ରମ, କର୍ମଶାଳା ଏବଂ ଆଲୋଚନାଚକ୍ର ସହ ବିଦ୍ୟାର୍ଥୀମାନଙ୍କ ଦ୍ୱାରା ୫୦ରୁ ଊର୍ଦ୍ଧ୍ୱ ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ସେହିପରି ବିଚାରକ ମଣ୍ଡଳୀ ଦ୍ୱାରା ଶ୍ରେଷ୍ଠ ବିବେଚିତ ପ୍ରକଳ୍ପ ଗୁଡିକୁ ମୂଲ୍ୟାଙ୍କନ କରାଯାଇଥିଲାବେଳେ ବିଦ୍ୟାଳୟର ବିତ୍ତ ଏବଂ ପ୍ରଶାସନିକ ନିର୍ଦ୍ଦେଶିକା ଇନ୍ଦୁମତୀ ରାୟ ଏବଂ ମୁଖ୍ୟ କାର୍ଯ୍ୟକାରିଣୀ ଅଧିକାରୀ ସ୍ବୟନ୍‌ ସତ୍ୟେନ୍ଦୁ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରିଥିଲେ। ଅପରପକ୍ଷରେ ୧୦୦୦ରୁ ଊର୍ଦ୍ଧ୍ୱ ଅଭିଭାବକ ଉକ୍ତ ପ୍ରଦର୍ଶନୀକୁ ପରିଦର୍ଶନକରି ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ପ୍ରସ୍ତୁତ ପ୍ରକଳ୍ପ ଗୁଡିକ ବିଷୟରେ ସମୀକ୍ଷା କରିଥିଲେ। ଉକ୍ତ ପ୍ରଦର୍ଶନୀରେ ଶିକ୍ଷାନୁଷ୍ଠାନର ଶିକ୍ଷା ନିର୍ଦ୍ଦେଶକ ଡ.ଆର୍ତ୍ତତ୍ରାଣ ମିଶ୍ର, ଶିକ୍ଷା ଉପଦେଷ୍ଟା ବ୍ରହ୍ମାନନ୍ଦ ରାଉତ, ଉପାଧ୍ୟକ୍ଷା ଡ. ସନ୍ଧ୍ୟାରାଣୀ ସ୍ବାଇଁ, ଉପାଧ୍ୟକ୍ଷ ଡ. ରାଜେଶ୍‌ କୁମାର ପାଢ଼ୀଙ୍କ ସମେତ ସମସ୍ତ ଛାତ୍ରୀଛାତ୍ର, ଶିକ୍ଷକ ଓ ଶିକ୍ଷୟିତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…

ଅକ୍ଟୋବର ୧୭ରେ ସୂର୍ଯ୍ୟଙ୍କ ବଡ଼ ଗୋଚର: ୩ ରାଶି ରୁହନ୍ତୁ ସାବଧାନ! ପାଖରୁ ଚାଲିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଅକ୍ଟୋବର ମଧ୍ୟଭାଗରେ ଗ୍ରହ ସ୍ଥିତିରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ପ୍ରକୃତରେ, ବୈଦିକ କ୍ୟାଲେଣ୍ଡର ଅନୁସାରେ, ଆସନ୍ତା ଅକ୍ଟୋବର ୧୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?