Odisha Elections 2024

ଓଡିଏମ୍‌ ପବ୍ଲିକ୍‌ ସ୍କୁଲର ବାର୍ଷିକ ବିଜ୍ଞାନ ପ୍ରଦର୍ଶନୀ

ଭୁବନେଶ୍ୱର,୨୭।୮: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭୁବନେଶ୍ୱର ପଟିଆସ୍ଥିତ ଓଡିଏମ୍‌ ପବ୍ଲିକ୍‌ ସ୍କୁଲର ବାର୍ଷିକ ବିଜ୍ଞାନ ପ୍ରଦର୍ଶନୀ ‘ନଲେଜ୍‌ କ୍ରଲ୍‌-୨୦୨୩’ ଶନିବାର ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଓଡିଏମ୍‌ ଶିକ୍ଷାନୁଷ୍ଠାନ ସମୂହର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ଡ.ସତ୍ୟବ୍ରତ ମୀନକେତନଙ୍କ ପୌରୋହିତ୍ୟରେ ଆୟୋଜିତ ସାଧାରଣ ସଭାରେ ଭୁବନେଶ୍ୱରର ରିଜିଓନାଲ ମ୍ୟୁଜିୟମ୍‌ ଅଫ୍‌ ନାଚ୍ୟୁରାଲ୍‌ ହିଷ୍ଟ୍ରିର ବିଜ୍ଞାନ ବିଭାଗୀୟ ମୁଖ୍ୟ ଅଧିକାରୀ ଗୌରବ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଉକ୍ତ ପ୍ରଦର୍ଶନୀର ପ୍ରଥମ ପର୍ଯ୍ୟାୟରେ ସ୍କୁଲର ପ୍ରଥମରୁ ୫ମ ଶ୍ରେଣୀର ବିଦ୍ୟାର୍ଥୀମାନଙ୍କୁ ନେଇ ଏକ କ୍ଷୁଦ୍ର ଚଳଚ୍ଚିତ୍ର, ଆତ୍ମଜୀବନୀ ଏବଂ କୌତୁକ ମାଧ୍ୟମରେ ବିଜ୍ଞାନ ସମ୍ପର୍କିତ ଗବେଷଣା ଲବ୍ଧ ପ୍ରସଙ୍ଗଗୁଡିକୁ ପ୍ରଦର୍ଶିତ କରାଯାଇଥିଲା। ସେହିଭଳି ପ୍ରଦର୍ଶନୀର ଦ୍ୱିତୀୟ ପର୍ଯ୍ୟାୟରେ ସ୍କୁଲର ୬ଷ୍ଠରୁ ଦ୍ୱାଦଶ ଶ୍ରେଣୀର ବିଦ୍ୟାର୍ଥୀମାନଙ୍କୁ ନେଇ ବିଜ୍ଞାନ ସମ୍ପର୍କିତ ଜଣା ଅଜଣା କାର୍ଯ୍ୟକ୍ରମ, କର୍ମଶାଳା ଏବଂ ଆଲୋଚନାଚକ୍ର ସହ ବିଦ୍ୟାର୍ଥୀମାନଙ୍କ ଦ୍ୱାରା ୫୦ରୁ ଊର୍ଦ୍ଧ୍ୱ ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ସେହିପରି ବିଚାରକ ମଣ୍ଡଳୀ ଦ୍ୱାରା ଶ୍ରେଷ୍ଠ ବିବେଚିତ ପ୍ରକଳ୍ପ ଗୁଡିକୁ ମୂଲ୍ୟାଙ୍କନ କରାଯାଇଥିଲାବେଳେ ବିଦ୍ୟାଳୟର ବିତ୍ତ ଏବଂ ପ୍ରଶାସନିକ ନିର୍ଦ୍ଦେଶିକା ଇନ୍ଦୁମତୀ ରାୟ ଏବଂ ମୁଖ୍ୟ କାର୍ଯ୍ୟକାରିଣୀ ଅଧିକାରୀ ସ୍ବୟନ୍‌ ସତ୍ୟେନ୍ଦୁ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରିଥିଲେ। ଅପରପକ୍ଷରେ ୧୦୦୦ରୁ ଊର୍ଦ୍ଧ୍ୱ ଅଭିଭାବକ ଉକ୍ତ ପ୍ରଦର୍ଶନୀକୁ ପରିଦର୍ଶନକରି ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ପ୍ରସ୍ତୁତ ପ୍ରକଳ୍ପ ଗୁଡିକ ବିଷୟରେ ସମୀକ୍ଷା କରିଥିଲେ। ଉକ୍ତ ପ୍ରଦର୍ଶନୀରେ ଶିକ୍ଷାନୁଷ୍ଠାନର ଶିକ୍ଷା ନିର୍ଦ୍ଦେଶକ ଡ.ଆର୍ତ୍ତତ୍ରାଣ ମିଶ୍ର, ଶିକ୍ଷା ଉପଦେଷ୍ଟା ବ୍ରହ୍ମାନନ୍ଦ ରାଉତ, ଉପାଧ୍ୟକ୍ଷା ଡ. ସନ୍ଧ୍ୟାରାଣୀ ସ୍ବାଇଁ, ଉପାଧ୍ୟକ୍ଷ ଡ. ରାଜେଶ୍‌ କୁମାର ପାଢ଼ୀଙ୍କ ସମେତ ସମସ୍ତ ଛାତ୍ରୀଛାତ୍ର, ଶିକ୍ଷକ ଓ ଶିକ୍ଷୟିତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଇପିଏଫ୍‌ଓରେ ଯୋଡ଼ି ହେଲେ ୧୪.୪୧ ଲକ୍ଷ ସଦସ୍ୟ

ଭୁବନେଶ୍ୱର,୨୧।୫(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟନିଧି ସଂଗଠନ(ଇପିଏଫ୍‌ଓ)ଗତ ମାର୍ଚ୍ଚ ମାସରେ ୧୪.୪୧ ଲକ୍ଷ ନେଟ୍‌ ସଦସ୍ୟଙ୍କୁ ଯୋଡ଼ିଛି। ଇପିଏଫ୍‌ଓ ପକ୍ଷରୁ ସୋମବାର ମିଳିଥିବା ତଥ୍ୟ ଅନୁସାରେ ଶ୍ରମ ଓ...

ଆଇଏଆଇର ଉପାଧ୍ୟକ୍ଷ ହେଲେ ଜନ୍‌ ସ୍ଲାଭେନ

ଭୁବନେଶ୍ୱର,୨୧।୫: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବେଦାନ୍ତ ଆଲୁମିନିୟମ ସିଇଓ ଜନ୍‌ ସ୍ଲାଭେନଙ୍କୁ ନିକଟରେ ଅନ୍ତର୍ଜାତୀୟ ଆଲୁମିନିୟମ ପ୍ରତିଷ୍ଠାନ (ଆଇଏଆଇ)ର ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି।...

ଆଜି ଖୋଲିବ ଏବିଏଲ୍‌ର ରାଟଟ୍‌ସ ଇସ୍ୟୁ

ନୂଆଦିଲ୍ଲୀ,୨୧।୫: ଦେଶର ଅଗ୍ରଣୀ ତଥା ଏକ ପିୟୋର ଭେଜ (ପୂର୍ଣ୍ଣ ଶାକାହାରୀ) ପ୍ରାଣୀ ସ୍ବାସ୍ଥ୍ୟ ପ୍ରଯତ୍ନକାରୀ ସମାଧାନ କମ୍ପାନୀ ଅଜୁନି ବାୟୋଟେକ ଲିମିଟେଡ ବା ଏବିଏଲ...

ବିଓଏମ୍‌ର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୨୧।୫: ବ୍ୟାଙ୍କ୍‌ ଅଫ ମହାରାଷ୍ଟ୍ର (ବିଓଏମ୍‌)ର ବାର୍ଷିକ ଫଳାଫଳ ଅନୁଯାୟୀ ବ୍ୟାଙ୍କ ମୋଟ୍‌ ବ୍ୟବସାୟ ଅଭିବୃଦ୍ଧି ତଥା ଋଣଦାତାଙ୍କ ମଧ୍ୟରେ ଉଲ୍ଲେଖନୀୟ ସଫଳତା ସହ ନୂଆ ମାଇଲଖୁଣ୍ଟ...

ଶୁଭେନ୍ଦୁ ନାଲ୍‌କୋର ମାନବସମ୍ବଳ ମହାପ୍ରବନ୍ଧକ

ଅନୁଗୋଳ,୨୧ା୫ (ଅମିତ କୁମାର ସାମଲ): ଅନୁଗୋଳସ୍ଥିତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋର ନୂଆ ମାନବ ସମ୍ବଳ ମହାପ୍ରବନ୍ଧକ ଭାବେ ଦାୟିତ୍ୱ ତୁଲାଇବେ ଶୁଭେନ୍ଦୁ କୁମାର ନାୟକ। ଏ...

୬.୫% ଜିଡିପି ଅଭିବୃଦ୍ଧି ହାରରେ ଦେଶ ଧନୀ ହେବନାହିଁ

ଭୁବନେଶ୍ୱର,୨୧।୫(ଅନୁରାଧା ମହାରଣା): ଜି -୨୦ ଦେଶ ମଧ୍ୟରେ ଭାରତର ଅର୍ଥନୀତି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ତଥାପି ଏହା ଏକ ଗରିବ ଦେଶରେ ଗଣାଯାଉଛି। ଭାରତରେ...

ଓଡ଼ିଶାରେ ସିବିଆଇର ପ୍ରଥମ ମହିଳା ଶାଖା

ଭୁବନେଶ୍ୱର,୨୧।୫ (ଅଭୟ ଦାଶ): ଓଡ଼ିଶାରେ ସେଣ୍ଟ୍ରାଲ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ବା ସିବିଆଇର ପ୍ରଥମ ମହିଳା ଶାଖା ଭୁବନେଶ୍ୱରସ୍ଥିତ ନୟାପଲ୍ଲୀଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ...

ପ୍ରଥମଥର ୩ ଲକ୍ଷ କୋଟି ପାର କଲା ବ୍ୟାଙ୍କ ଗୁଡ଼ିକର ଲାଭ

ମୁମ୍ବାଇ,୨୦।୫: ପ୍ରଥମ ଥର ପାଇଁ ବ୍ୟାଙ୍କିଙ୍ଗ କ୍ଷେତ୍ରର ମୋଟ ଲାଭ ଆର୍ଥିକ ବର୍ଷ ୨୦୨୪ ରେ ୩ ​​ଲକ୍ଷ କୋଟି ଟଙ୍କା ଅତିକ୍ରମ କରିଛି। ତାଲିକାଭୁକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri