Posted inଜାତୀୟ

ବିଲକିସ ବାନୋଙ୍କର ଗୋଟିଏ ଆବେଦନ ଖାରଜ…

ନୂଆଦିଲ୍ଲୀ,୧୭।୧୨ : ବିଲକିସ ବାନୋଙ୍କ ଦୁଇଟି ଆବେଦନ ମଧ୍ୟରୁ ଗୋଟିଏକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଏହି ଆବେଦନରେ ବିଲକିସ ବାନୋ ୨୦୦୨ ଗୁଜରାଟ ସାମ୍ପ୍ରଦାୟିକ ହିଂସା ସମୟରେ ତାଙ୍କୁ ଗଣ ବଳାତ୍କାର କରିଥିବା ଏବଂ ତାଙ୍କ ପରିବାରର ଅନେକ ସଦସ୍ୟଙ୍କୁ ହତ୍ୟା କରିଥିବା ୧୧ ଦୋଷୀଙ୍କୁ ନିର୍ଦ୍ଦୋଷରେ ଖଲାସ କରିବା ପାଇଁ ସୁପ୍ରିମକୋର୍ଟଙ୍କ ମେ ୨୦୨୨ ଆଦେଶର ସମୀକ୍ଷା କରିବାକୁ ଚାହିଁଥିଲେ। ଏହି ଆଦେଶରେ ଗୁଜରାଟ ସରକାରଙ୍କୁ ଦୋଷୀମାନଙ୍କ ମୁକ୍ତି ଆବେଦନ ଉପରେ ବିଚାର କରିବାକୁ କୁହାଯାଇଥିଲା। ତେବେ ଦୋଷୀଙ୍କ ନିର୍ଦ୍ଦୋଷର ଆଧାରକୁ ଚ୍ୟାଲେଞ୍ଜ କରୁଥିବା ବିଲକିସଙ୍କ ଦ୍ୱିତୀୟ ଆବେଦନ ଏହି ନିଷ୍ପତ୍ତି ଦ୍ୱାରା ପ୍ରଭାବିତ ହେବ ନାହିଁ।
ଅଗଷ୍ଟ ୧୫ରେ, ଆଜୀବନ କାରାଦଣ୍ଡ ଭୋଗୁଥିବା ବିଲକିସର ୧୧ ଜଣ ଦୋଷୀଙ୍କୁ ଜେଲରୁ ମୁକ୍ତ କରାଯାଇଥିଲା। ଉତ୍ତମ ଆଚରଣ ଯୋଗୁ ସେମାନଙ୍କୁ ସମୟ ପୂର୍ବରୁ ଖଲାସ କରାଯିବା ଲାଗି ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।
ଗୁଜରାଟ ସରକାରଙ୍କ ୧୯୯୨ ନୀତି ଅନୁଯାୟୀ ଏହାକୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟରୁ ଅନୁମୋଦନ କରିଥିଲେ। ଯଦିଓ ସର୍ବଶେଷ ନୀତିରେ କୁହାଯାଇଥିଲା ଯେ ଗଣବଳାତ୍କାର ଏବଂ ହତ୍ୟା ଦୋଷୀଙ୍କୁ ଶୀଘ୍ର ମୁକ୍ତ କରାଯାଇପାରିବ ନାହିଁ। ସୁପ୍ରିମକୋର୍ଟ ଏହି ଯୁକ୍ତିରେ ସହମତ ହୋଇଥିଲେ ଯେ ୧୯୯୨ ନୀତିରେ ସେପରି ବାଧ୍ୟତାମୂଳକ ନୁହେଁ। ସେଥିପାଇଁ ସେମାନଙ୍କୁ ମୁକ୍ତ କରାଯାଇପାରିବ।

୨୦୦୮ ରେ, ଏହି ମାମଲାରେ ୧୧ ଜଣ ଦୋଷୀ ସାବ୍ୟସ୍ତ ହୋଇଥିଲେ। ପ୍ରାୟ ୧୫ ବର୍ଷ ଜେଲରେ ରହିବା ପରେ, ଦୋଷୀ ମଧ୍ୟରୁ ଜଣେ ଆଜୀବନ କାରାଦଣ୍ଡ ନୀତି ଅନୁଯାୟୀ ସମୟ ପୂର୍ବରୁ ମୁକ୍ତି ପାଇଁ କୋର୍ଟରେ ଆବେଦନ କରାଯାଇଥିଲା। ଏହି ବିବାଦ ସୁପ୍ରିମକୋର୍ଟରେ ପହଞ୍ଚିଥିଲା। ଚଳିତ ବର୍ଷ ମେ ମାସରେ ସୁପ୍ରିମକୋର୍ଟ ଗୁଜରାଟ ସରକାରଙ୍କୁ କହିଥିଲେ ଯେ ଏହି ଅପରାଧୀଙ୍କ ଆବେଦନକୁ ବିଚାର କରାଯିବା ଉଚିତ। ଏହା ପରେ, ତିନି ମାସ ତଳେ ସମସ୍ତ ଦୋଷୀଙ୍କୁ ମୁକ୍ତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri