ବାତ୍ୟା ଆଶଙ୍କାରେ ଖାଉଟି ସାମଗ୍ରୀର କଳାବଜାର

ଧର୍ମଶାଳା,୭ା୫(ଡି.ଏନ.ଏ.): ସମ୍ଭାବ୍ୟ ବାତ୍ୟାକୁ ନେଇ ଲୋକେ ଭୟଭୀତ ହୋଇ ପଡ଼ିଲେଣି। ବାତ୍ୟାର ପ୍ରଭାବ କିପରି ରହିବ ତାହାକୁ ନେଇ ସମସ୍ତଙ୍କ ଚିନ୍ତା ବଢ଼ିଲାଣି। ତେବେ ଏହାର ସୁଯୋଗରେ ଧର୍ମଶାଳା ବ୍ଲକ୍‌ ଅଞ୍ଚଳରେ କେତେଜଣ ଅସାଧୁ ବ୍ୟବସାୟୀ ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟ ବୃଦ୍ଧି କରିବା ସହ କଳାବଜାର ଆରମ୍ଭ କରିଦେଇଛନ୍ତି। ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ଡିପଡିପ୍ରେଶନରେ ପରିଣତ ହୋଇ ପରବର୍ତ୍ତୀ ସମୟରେ ଏହା ବାତ୍ୟା ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ତେବେ ଏହି ବାତ୍ୟାର ରୂପରେଖ କ’ଣ ରହିବ ଏବଂ ଏହା କେଉଁଠାରେ ସ୍ଥଳଭାଗ ଛୁଇଁବ ତାହା ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ଓଡ଼ିଶା ଓ ଆନ୍ଧ୍ର ଉପକୂଳରେ ବାତ୍ୟା ଲ୍ୟାଣ୍ଡଫଲ କରିବା ନେଇ ଅନୁମାନ କରାଯାଉଛି। ସେହିପରି କେତେ ବେଗରେ ପବନ ବହିବ ଏବଂ ଲ୍ୟାଣ୍ଡଫଲ ସମୟରେ ଏହାର ପ୍ରଭାବ କିପରି ରହିବ ଏସବୁ ଏବେ ଅସ୍ପଷ୍ଟ ରହିଛି। ତେବେ ଗଣମାଧ୍ୟମରେ ବାତ୍ୟା ଆଶଙ୍କା ନେଇ ପ୍ରଚାର ଜୋରଧରିଥିବାରୁ ଲୋକେ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ଦୋକାନ ଗୁଡ଼ିକରେ ଭିଡ଼ ଜମାଉଛନ୍ତି। ଲୋକଙ୍କ ଚାହିଦାକୁ ଦେଖି ବ୍ୟବସାୟୀ ବିଭିନ୍ନ ସାମଗ୍ରୀରେ କଳାବଜାର ଆରମ୍ଭ କରିଦେଇଛନ୍ତି। ସେହିପରି ଅତ୍ୟାବଶ୍ୟକ ସାମଗ୍ରୀ କଳାବଜାର ଯୋଗୁ ଅହେତୁକ ମୂଲ୍ୟ ବୃଦ୍ଧି ହେଉଛି, ଯାହାକୁ ନେଇ ଖାଉଟି ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅନ୍ୟପଟେ କଳାବଜାର ରୋକିବା ଲାଗି ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲେ ହେଁ ତାହା ଠିକ ଭାବେ କାର୍ଯ୍ୟକାରୀ ହୋଇପାରୁ ନାହିଁ ବୋଲି ଅଭିଯୋଗ ହୋଇଛି। ତେଣୁ କଳାବଜାର ରୋକିବା ଦିଗରେ ଜିଲା ପ୍ରଶାସନ ପଦକ୍ଷେପ ନେବାକୁ ଦାବି ହୋଇଛି। ଅନ୍ୟପକ୍ଷରେ ସମ୍ଭାବ୍ୟ ବାତ୍ୟାକୁ ନେଇ ଧର୍ମଶାଳା ବ୍ଲକ ପ୍ରଶାସନ ପ୍ରସ୍ତୁତ ରହିଥିବା ବିଡିଓ ଅରବିନ୍ଦ ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri