Posted inଜାତୀୟ

ଭାଜପାର ପ୍ରଥମ ପ୍ରାର୍ଥୀ ତାଲିକାର ୧୦୫ ଜଣଙ୍କ ମଧ୍ୟରୁ ୨୫ଙ୍କ ବିରୋଧରେ ଅପରାଧିକ ମାମଲା…

ଲକ୍ଷ୍ନୌ, ୧୮।୧ : ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଭାଜପା ପ୍ରଥମ ପ୍ରାର୍ଥୀ ତାଲିକା ଜାରି କରିଛି। ମୋଟ ୧୦୫ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଥିବାବେଳେ ସେମାନଙ୍କ ମଧ୍ୟରୁ ୨୫ଙ୍କ ବିରୋଧରେ ଅପରାଧିକ ମାମଲା ରହିଛି। ଏନେଇ ଭାଜପା ଓ୍ବେବସାଇଟ୍‌ରେ ମଧ୍ୟ ତଥ୍ୟ ପ୍ରକାଶ ପାଇଛି। ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ବିରୋଧରେ ମଧ୍ୟ ଅପରାଧିକ ମାମଲା ରହିଥିବା ଏଥିରେ ଦର୍ଶାଯାଇଛି।

ଏହା ସହିତ ବିଜନୌରର ନାଜିମାବାଦ୍‌ ଆସନରୁ ପ୍ରାର୍ଥୀ ହୋଇଥିବା କୁଓଁର ଭାରତନ୍ଦେୁ ସିଂ, ଥାନାଭବନ ଆସନର ସୁରେଶ ରାଣା, ମୁଜଫରନଗର ଆସନର ପ୍ରାର୍ଥୀ କପିଳଦେବ ଅଗ୍ରଓ୍ବାଲ, ମିରଟ ଆସନର କମଳ ଦର୍ତ୍ତ ଶର୍ମାଙ୍କ ବିରୋଧରେ ଅପରାଧିକ ମାମଲା ରହିଥିବା ଭାଜପା ଓ୍ବେବସାଇଟ୍‌ରେ ପ୍ରକାଶ ପାଇଛି।

ଉପମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଅପରାଧିକ ମାମଲା ଥିବା ସତ୍ତ୍ୱେ ତାଙ୍କୁ କାହିଁକି ଟିକଟ ଦିଆଯାଇଛି ପ୍ରଶ୍ନର ଉତ୍ତରରେ ଭାଜପା ପକ୍ଷରୁ କୁହାଯାଇଛି ଯେ, ସେ ଜଣେ ସିଟିଂ ବିଧାୟକ। ସେ ପୂର୍ବତନ ଏମ୍‌ପି ଏବଂ ରାଜ୍ୟ ଭାଜପା ଅଧ୍ୟକ୍ଷ ମଧ୍ୟ। ସେ ରାଜ୍ୟରେ ବେଶ୍‌ ଲୋକପ୍ରିୟ।

ଜିଲା ଭାଜପା ୟୁନିଟ୍‌ ପକ୍ଷରୁ ତାଙ୍କ ନାମକୁ ପ୍ରସ୍ତାବିତ କରାଯାଇଥିବା ଭାଜପା କର୍ତ୍ତୃପକ୍ଷ କହିଛନ୍ତି। ଉଲ୍ଲେଖନୀୟ ସାମାଜିକ କାର୍ଯ୍ୟ ଆଧାରରେ ତାଙ୍କୁ ଚୟନ କରାଯାଇଥିବା ଭାଜପା ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri