Posted inଜାତୀୟ

ରାମ ମନ୍ଦିର ଦାନ ମଧ୍ୟରୁ ୨୨ କୋଟି ଟଙ୍କାର ଚେକ୍‌ ବାଉନ୍ସ୍‌…

ଅଯୋଧ୍ୟା, ୨୦।୬ : ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ ଦ୍ୱାରା ପରିଚାଳିତ ପାଣ୍ଠି ସଂଗ୍ରହ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ ୫୪୫୭.୯୪ କୋଟି ଟଙ୍କା ସଂଗ୍ରୃହୀତ ହୋଇଛି । ସମ୍ପ୍ରତି ଦାନ ପରିମାଣର ଏକ ହିସାବର ପରୀକ୍ଷାମୂଳକ ରିପୋର୍ଟ ବାହାରିଛି। ଏହା ଅନୁଯାୟୀ, ପ୍ରାୟ ୨୨ କୋଟି ଟଙ୍କାର ବହୁ ଦାନ ଚେକ୍‌ ବାଉନ୍ସ ହୋଇଯାଇଛି। ଏବେ ସେସସବୁ ଚେକ୍‌କୁ ଅଲଗା କରାଯାଇ ଦ୍ୱିତୀୟ ରିପୋର୍ଟ ପ୍ରସ୍ତୁତି ଆରମ୍ଭ ହୋଇଛି ।

ଚେକ ବାଉନ୍ସ ହେବାର କାରଣ ନେଇ ପଚରାଉଚରା ଜାରି ରହିଛି। ବୈଷୟିକ କାରଣରୁ ବାଉନ୍ସ ହୋଇଥିବା ଚେକ୍‌ଗୁଡିକ ବ୍ୟାଙ୍କକୁ ପୁଣି ପଠାଯିବ। ଏହି ରିପୋର୍ଟ ଅନୁଯାୟୀ, କୁପନ ଏବଂ ରସିଦ ମାଧ୍ୟମରେ୨୨୫୩.୯୭ କୋଟି ଟଙ୍କା ସଂଗ୍ରହ କରାଯାଇଥିଲା । ସେହିଭଳି ଡିଜିଟାଲ ମାଧ୍ୟମରେ ଏସବିଆଇ, ପିଏନବି ଏବଂ ବିଓବିର ସେଭିଂ ଆକାଉଣ୍ଟରେ ପ୍ରାୟ ୪୫୦ କୋଟି ସଂଗ୍ରହ କରାଯାଇଛି। ଦାନ ସଂଗ୍ରହ ପାଇଁ ଟ୍ରଷ୍ଟ ପକ୍ଷରୁ ଦଶ, ଶହେ ଏବଂ ଏକ ହଜାର ଟଙ୍କାର କୁପନ ଛପା କରାଯାଇଥିଲାଙ୍‌। ଏହା ବ୍ୟତୀତ, ଏହି ରାଶିଠାରୁ ଅଧିକ ପାଇଁ ରସିଦ ବ୍ୟବହାର କରାଯାଇଥିଲା ।

ଟ୍ରଷ୍ଟର ସାଧାରଣ ସମ୍ପାଦକ ଚମ୍ପତ ରାୟଙ୍କ ଦ୍ୱାରା ପ୍ରସ୍ତୁତ ରିପୋର୍ଟରେ କୁହାଯାଇଛି ଯେ ଦଶ ଟଙ୍କାର କୁପନ ର୩୦.୯୯ କୋଟି, ଶହେ ଟଙ୍କାର କୁପନରୁ ୩୭୨.୪୮ କୋଟି, ଏକ ହଜାରରୁ ୨୨୫.୪୬ କୋଟି ଟଙ୍କା ସଂଗ୍ରହ କରାଯାଇଛି। ରସିଦ ମାଧ୍ୟମରେ ୧୬୨୫.୦୪ କୋଟି ଏଭଳି ମୋଟ ୨୨୫୩.୯୭ କୋଟି ଟଙ୍କା ସଂଗ୍ରହ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?