Posted inଖେଳ

ମୁଖ୍ୟମନ୍ତ୍ରୀଙ୍କୁ ଓଏଫ୍‌ସି ଜର୍ସି ଉପହାର

ଭୁବନେଶ୍ୱର,୧୫ା୯(ସରୋଜ ଜେନା):ଇଣ୍ଡିଆନ୍‌ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ଆରମ୍ଭ ହେବାକୁ ଯାଉଥିବା ବେଳେ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ଓଡ଼ିଶା ଫୁଟବଲ୍‌ କ୍ଲବ(ଓଏଫ୍‌ସି) ମୁଖ୍ୟ କୋଚ ଓ ଅଧିନାୟକ। ଗୁରୁବାର ମୁଖ୍ୟ କୋଚ୍‌ ସର୍ଗିଓ ଲୋବେରା, ଗୋଲ୍‌କିପର ତଥା ଅଧିନାୟକ ଅମରିନ୍ଦର ସିଂ ଓ ଓଡ଼ିଆ ଖେଳାଳି ଟଙ୍କଧର ବାଗ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ସହିତ ଓଏଫ୍‌ସିର ଜର୍ସି ଉପହାର ଭାବରେ ପ୍ରଦାନ କରିଥିଲେ। ବିଗତ ସିଜନରେ ଓଏଫ୍‌ସିର ଚମତ୍କାର ପ୍ରଦର୍ଶନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଏଫ୍‌ସିକୁ ଶୁଭେଚ୍ଛା ଜଣାଇଥିଲେ। ଫୁଟବଲର ଭିତ୍ତିଭୂମି ଓ ଖେଳାଳିଙ୍କ ଉଦ୍ଦେଶ୍ୟରେ ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ ମୁଖ୍ୟ କୋଚ୍‌ ସର୍ଗିଓ ଲୋବେରା ଓ ଅଧିନାୟକ ଅମରିନ୍ଦର ସିଂ। ଚଳିତ ମାସ ୧୯ ତାରିଖରେ ଏଏଫସି ଏସିଆନ୍‌ ଗେମ୍ସରେ ମୋହନବାଗାନର ମୁକାବିଲା କରିବ ଓଡ଼ିଶା ଏଫ୍‌ସି। କଳିଙ୍ଗ ଷ୍ଟାଡିୟମରେ ଏହି ମ୍ୟାଚ୍‌ଟି ଖେଳାଯିବ। ଚଳିତ ସିଜନରେ ଓଏଫ୍‌ସି ୩ଟି ରଙ୍ଗର ଜର୍ସି ଲଞ୍ଚ କରିଛି। ଘରୋଇ ମ୍ୟାଚ୍‌ ପାଇଁ କଳା ଓ ବାଇଗଣୀ ଜର୍ସି ରହିଥିବା ବେଳେ ଧଳା ରଙ୍ଗର ଜର୍ସି ଆଓ୍ବେ ମ୍ୟାଚରେ ବ୍ୟବହୃତ ହେବ। ସେହିପରି ଶିମିଳିପାଳର ବ୍ୟାଘ୍ର ସୁରକ୍ଷାକୁ ଦୃଷ୍ଟିରେ ରଖି ହଳଦିଆ ଓ ବାଇଗଣୀ ରଙ୍ଗର ତୃତୀୟ ଜର୍ସି ଲଞ୍ଚ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କୁ ଗୁରୁବାର ଓଏଫ୍‌ସି ଦଳର ଘରୋଇ ଜର୍ସି ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri