Posted inଖେଳ

ଆଜି ବସୁନ୍ଧରାକୁ ଭେଟିବ ଓଏଫ୍‌ସି

ଭୁବନେଶ୍ୱର,୧୧ା୧୨(ସରୋଜ ଜେନା): ଏଏଫ୍‌ସି କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ସୋମବାର ବସୁନ୍ଧରା କିଙ୍ଗ୍ସକୁ ଭେଟିବ ଓଡ଼ିଶା ଏଫ୍‌ସି (ଓଏଫ୍‌ସି)। ଏଏଫ୍‌ସି କପ୍‌ର ଅନ୍ତିମ ମ୍ୟାଚ୍‌ରେ ଦଳ ମୋହନବାଗାନକୁ ୫-୨ରେ ପରାସ୍ତ କରିଥିଲା। ଫଳରେ ଦଳ ଆତ୍ମବିଶ୍ୱାସର ସହ ପଡିଆକୁ ଓହ୍ଲାଇବ। ଗ୍ରୁପ୍‌ ଡିର ପ୍ରଥମ ସ୍ଥାନରେ ରହିଥିବା ବସୁନ୍ଧରା ପୂର୍ବରୁ ଓଏଫ୍‌ସିକୁ ୨-୩ରେ ହରାଇଥିବା ବେଳେ ଦଳ ଏହାର ପ୍ରତିଶୋଧ ନେବାକୁ ଚେଷ୍ଟା କରିବ। ଘରୋଇ ଦର୍ଶକଙ୍କ ସମ୍ମୁଖରେ ଦଳ ବିଜୟୀ ହେବାକୁ ଚେଷ୍ଟା କରିବ। ୫ ମ୍ୟାଚ୍‌ ଖେଳି ସାରିଥିବା ଓଏଫ୍‌ସି ୯ ପଏଣ୍ଟ ସହ ଦ୍ୱିତୀୟ ସ୍ଥାନରେ ରହିଥିବା ବେଳେ ଅନ୍ତିମ ମ୍ୟାଚ୍‌ ବିଜୟୀ ହେଲେ ଏହା ପରବର୍ତ୍ତୀ ରାଉଣ୍ଡକୁ ଉତ୍ତୀର୍ଣ୍ଣ ହେବ। ତେବେ ଏହି ମ୍ୟାଚ୍‌ ଡ୍ର ରଖିଲେ ବସୁନ୍ଧରା ପରବର୍ତ୍ତୀ ରାଉଣ୍ଡକୁ ଉନ୍ନୀତ ହେବ। ରବିବାର ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ଯୋଗ ଦେଇଥିଲେ ଓଏଫ୍‌ସି ମୁଖ୍ୟ କୋଚ୍‌ ସର୍ଗିଓ ଲୋବେରା ଓ ଅଧିନାୟକ ଅମରିନ୍ଦର ସିଂ। ଏହି ମ୍ୟାଚ୍‌ ପୂର୍ବର ମାହୋଲ ବେଶ ସକରାତ୍ମକ ରହିଛି ବୋଲି କହିଛନ୍ତି ମୁଖ୍ୟ କୋଚ୍‌ ସର୍ଗିଓ ଲୋବେରା। ଏହି ମ୍ୟାଚ୍‌ଟି ବେଶ ସଂଘର୍ଷପୂର୍ଣ୍ଣ ହେବା ନେଇ ସେ ଆଶା କରିଛନ୍ତି। ବସୁନ୍ଧରା ବର୍ତ୍ତମାନ ଭଲ ସ୍ଥିତିରେ ରହିଛି ତେବେ ଓଏଫ୍‌ସି ଏହି ମ୍ୟାଚ୍‌ରେ କଡା ଟକ୍କର ଦେବ ବୋଲି ସେ ଆଶା କରିଛନ୍ତି। ଦଳର ସମସ୍ତ ଖେଳାଳିଙ୍କ ପାଇଁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ତେଣୁ ସମସ୍ତ ଖେଳାଳି ଶତ ପ୍ରତିଶତ ପ୍ରୟାସ କରିବେ ବୋଲି ଲୋବେରା କହିଛନ୍ତି। କୌଣସି ଖେଳାଳିଙ୍କ ଉପରେ ଚାପ ନାହିଁ। ଦର୍ଶକଙ୍କ ସମର୍ଥନରେ ଆମେ ଏହି ମ୍ୟାଚକୁ ଉପଭୋଗ କରିବୁ ବୋଲି କହିଛନ୍ତି ଲୋବେରା।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?