Posted inଖେଳ

ଓଏଫ୍‌ସିର କ୍ରମାଗତ ବିଜୟ

ଭୁବନେଶ୍ୱର,୨୧ା୧୨(ସରୋଜ ଜେନା): ଇଣ୍ଡିଆନ୍‌ ଓମେନ୍ସ ଲିଗ୍‌ ଫୁଟବଲରେ କ୍ରମାଗତ ବିଜୟ ହାସଲ କରିଛି ଓଡ଼ିଶା ଏଫ୍‌ସି(ଓଏଫ୍‌ସି)। ବୁଧବାର କଳିଙ୍ଗ ଷ୍ଟାଡିୟମରେ ଖେଳା ଯାଇଥିବା ମ୍ୟାଚ୍‌ରେ ଦଳ ୨-୦ ଗୋଲରେ ଡିଫେଣ୍ଡିଂ ଚାମ୍ପିୟନ ଗୋକୁଳମ କେରଳକୁ ପରାସ୍ତ କରିଛି। ଓଏଫ୍‌ସି ପକ୍ଷରୁ ପ୍ୟାରୀ ଖାଖା(୩୨) ଓ ଏସ୍‌ ଲିଣ୍ଡା କମ୍‌ (୮୩) ମିନିଟରେ ଗୋଟିଏ ଲେଖାଏ ଗୋଲ ସ୍କୋର କରିଥିଲେ।
ଉଭୟ ଦଳ ପ୍ରାରମ୍ଭରୁ ଆକ୍ରମଣାତ୍ମକ ଫୁଟବଲ ଖେଳିଥିଲେ। ପଞ୍ଚମ ମିନିଟରେ ଓଏଫ୍‌ସି ପକ୍ଷରୁ ଅସ୍ତମ ଓରାଓଁଏକ ସ୍କୋରିଂ ସୁଯୋଗ ସୃଷ୍ଟି କରିଥିଲେ। ତେବେ ଏହାକୁ ଗୋକୁଳମ୍‌ ଡିଫେଣ୍ଡର ଅଟକାଇବାରେ ସଫଳ ହୋଇଥିଲେ। ୧୦ମ ମିନିଟରେ ଗୋକୁଳମ ପ୍ରୟାସକୁ ନିଷ୍ଫଳ କରିଥିଲେ ସ୍ବିଟି। ପ୍ରଥମାର୍ଦ୍ଧର ୩୨ ତମ ମିନିଟରେ ଓଏଫ୍‌ସିକୁ ଅଗ୍ରଣୀ ପ୍ରଦାନ କରିଥିଲେ ପ୍ୟାରୀ ଖାଖା। ଲେଫ୍ଟ ଫ୍ଲାଙ୍କରୁ ସଞ୍ଜୁ ଓ ଯଶୋଦା ମୁଣ୍ଡା ଚମତ୍କାର ତାଳମେଳ ଦେଖାଇବା ସହିତ ପ୍ୟାରୀଙ୍କୁ ପାଶ୍‌ କରିଥିଲେ। ଏହାକୁ ଗୋଲରେ ପରିଣତ କରି ପ୍ୟରୀ ଓଏଫ୍‌ସିକୁ ୧-୦ରେ ଆଗୁଆ କରିଥିଲେ। ୪୫+୩ ମିନିଟରେ ଓ୍ବିନ ଓ ୫୩ ମିନିଟରେ ଇନ୍ଦୁମତୀ କାଥିରସେନଙ୍କ ନିକଟରେ ସ୍କୋରିଂ ରହିଥିଲେ ମଧ୍ୟ ଶଟ୍‌ ପୋଷ୍ଟ ବାହାରକୁ ଯାଇଥିଲା। ୮୩ ତମ ମିନିଟରେ ଯଶୋଦାଙ୍କ ପାଶ୍‌କୁ ଗୋଲରେ ପରିଣତ କରି ଲିଣ୍ଡା କମ୍‌ ଓଏଫ୍‌ସିର ଅଗ୍ରଣୀକୁ ୨-୦ରେ ପହଞ୍ଚାଇଥିଲେ। ଏହି ବିଜୟ ସହିତ ଓଏଫ୍‌ସି ବର୍ତ୍ତମାନ ପଏଣ୍ଟ ଟେବୁଲର ପ୍ରଥମ ସ୍ଥାନକୁ ଉନ୍ନୀତ ହୋଇଛି। ଓଏଫ୍‌ସି ଏହାର ପରବର୍ତ୍ତୀ ମ୍ୟାଚ୍‌ ଜାନୁୟାରୀ ୫ ତାରିଖରେ ସେଥୁ ଏଫ୍‌ସି ବିପକ୍ଷରେ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?