ମା’ ମାଣିକେଶ୍ବରୀଙ୍କ ଛତରଯାତ୍ରାକୁ ନେଇ ଆପତ୍ତିଜନକ ମନ୍ତବ୍ୟ: ଥାନାରେ ପହଞ୍ଚିଲା ମାମଲା

ଭବାନୀପାଟଣା,୨୧ା୧୦(ଉତ୍ତମ କୁମାର ଦାଶ): ଲୋକଙ୍କ ଆସ୍ଥାର ପ୍ରତୀକ କଳାହାଣ୍ଡିର ଇଷ୍ଟଦେବୀ ମା’ ମାଣିକେଶ୍ବରୀଙ୍କ ଛତର ଯାତ୍ରା ପ୍ରତି ଟିପିଡବ୍ଲ୍ୟୁଓଡ଼ିଏଲ୍‌ ଆର୍‌ସିଏମ୍‌ ଡିଭିଜନର ଜଣେ କର୍ମଚାରୀଙ୍କ ଆପତ୍ତିଜନକ ମନ୍ତବ୍ୟକୁ ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି।

ଏହାକୁ ନେଇ କଳାହାଣ୍ଡି ହେଲ୍‌ପିଂ ହ୍ୟାଣ୍ଡ ମୁଖ୍ୟ ତଥା ବରିଷ୍ଠ ଭାଜପା ନେତା ଅମୋଜ ପଣ୍ଡା ଓ ମୁଇ କଳାହାଣ୍ଡିଆ ଫର କଳାହାଣ୍ଡିର ସଙ୍ଗଠକ ଲକ୍ଷ୍ମୀ ନାରାୟଣ ପଣ୍ଡାଙ୍କ ନେତୃତ୍ୱରେ ସୋମବାର ବହୁ ଲୋକ ଭବାନୀପାଟଣା ବାହାଦୁର ବଗିଚାପଡ଼ାସ୍ଥିତ ଅଧୀକ୍ଷଣ ଯନ୍ତ୍ରୀ ଅଫିସକୁ ଯାଇ ବିରୋଧ ପ୍ରଦର୍ଶନ କରିଥିଲେ।

ଏହାସହ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ଟାଟା ପାୱାର କର୍ମଚାରୀଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଉପସ୍ଥିତ ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀ ଲୋକନାଥ ଦାଶ ଓ ଅଧିକାରୀ ବ୍ରଜେଶ କୁଶଙ୍କଠାରେ ଦାବି କରିଥିଲେ। ତେବେ ଟାଟା ପାୱାର ଅଧିକାରୀ ଏହି ବିଷୟରେ ପୂର୍ବରୁ ଅବଗତ ଥିବା କହିବା ସହ ଉପରିସ୍ଥ ଅଧିକାରୀଙ୍କୁ ଜଣାଇ ଦିଆଯିବ ବୋଲି ଆଶ୍ବାସନା ଦେଇଥିଲେ।

ପ୍ରକାଶ ଯେ, ମା’ ମାଣିକେଶ୍ବରୀଙ୍କ ଛତର ଯାତ୍ରା ଉପରେ ଭବାନୀପାଟଣା ଟିପିଡବ୍ଲ୍ୟୁଓଡିଏଲ୍‌ ଆର୍‌ସିଏମ୍‌ ଡିଭିଜନର ମୁଖ୍ୟ ଅନିଲ ଶର୍ମା ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ଅଡିଓ ଭାଇରାଲ ହୋଇଥିଲା। ଏହାକୁ ଆଧାର କରି ଭବାନୀପାଟଣା ବାହାଦୁର ବଗିଚାପଡ଼ା ସମାଜସେବୀ ସୁଶାନ୍ତ ପଟ୍ଟନାୟକ ଟାଉନ ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ।

ଅଭିଯୋଗ ଆଧାରରେ ଥାନା ଅଧିକାରୀ ଆର୍‌ସିଏମ୍‌ ମୁଖ୍ୟ ଶର୍ମାଙ୍କ ବିରୋଧରେ ଏକ ମାମଲା (ନଂ.୪୨୭/୨୪) ରୁଜୁ କରି ଭାରତୀୟ ନ୍ୟାୟ ସଂହିତା ୨୦୨୩ ଅନୁଯାୟୀ ଧାରା ୩୫୬(୨) ଓ ୨୯୬ରେ ତଦନ୍ତ ଜାରି ରଖିଥିବା ଜଣାପଡିଛି। ଅନ୍ୟପକ୍ଷେ, ତୁରନ୍ତ ଘଟଣାର ତଦନ୍ତ କରାଯାଇ ଦୋଷୀ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ଜିଲାର ବିଭିନ୍ନ ସଂଗଠନ ପକ୍ଷରୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

ଚାନ୍ଦବାଲି ଲଜ୍ଜା: ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏନେଇ ଉତ୍ତେଜନା ଦେଖାଯାଇଥିବା...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

Govt Jobs: ବିନା ଇଣ୍ଟରଭ୍ୟୁରେ, ବିନା ପରୀକ୍ଷାରେ ଏମିତି ଉଠାନ୍ତୁ ସରକାରୀ ଚାକିରିର ସୁବିଧା

ନୂଆଦିଲ୍ଲୀ,୨୪।୧୨: ୟୁନାଇଟେଡ ଇଣ୍ଡିଆ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ ୧୫୩ଟି ପ୍ରଶାସନିକ ଅଧିକାରୀ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ସବୁଠାରୁ ଭଲ କଥା ହେଉଛି...

କୋଟିଆକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ପ୍ରବେଶ କଲେ….

ଭୁବନେଶ୍ୱର,୨୪।୧୨: କୋଟିଆକୁ ପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ବୟାନ ଦେଇଛନ୍ତି । ଯଦି ଆନ୍ଧ୍ର ଅଧିକାରୀ ଓଡ଼ିଶାରେ ପ୍ରବେଶ କରନ୍ତି ତାହେଲେ...

ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ

ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର...

ମୋଦି କ୍ୟାବିନେଟର ବଡ଼ ନିଷ୍ପତ୍ତି, ରାଜଧାନୀକୁ ମିଳିଲା ନୂଆବର୍ଷ ଉପହାର

ନୂଆଦିଲ୍ଲୀ,୨୪।୧୨: କେନ୍ଦ୍ର କ୍ୟାବିନେଟ ବୈଠକରେ ପୁଣି ଥରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହା ଦିଲ୍ଲୀ-ଏନସିଆର ପାଇଁ ଏକ ନୂତନ ବର୍ଷର ଉପହାର। ନୂତନ ବର୍ଷରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri