ମା’ ମାଣିକେଶ୍ବରୀଙ୍କ ଛତରଯାତ୍ରାକୁ ନେଇ ଆପତ୍ତିଜନକ ମନ୍ତବ୍ୟ: ଥାନାରେ ପହଞ୍ଚିଲା ମାମଲା

ଭବାନୀପାଟଣା,୨୧ା୧୦(ଉତ୍ତମ କୁମାର ଦାଶ): ଲୋକଙ୍କ ଆସ୍ଥାର ପ୍ରତୀକ କଳାହାଣ୍ଡିର ଇଷ୍ଟଦେବୀ ମା’ ମାଣିକେଶ୍ବରୀଙ୍କ ଛତର ଯାତ୍ରା ପ୍ରତି ଟିପିଡବ୍ଲ୍ୟୁଓଡ଼ିଏଲ୍‌ ଆର୍‌ସିଏମ୍‌ ଡିଭିଜନର ଜଣେ କର୍ମଚାରୀଙ୍କ ଆପତ୍ତିଜନକ ମନ୍ତବ୍ୟକୁ ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି।

ଏହାକୁ ନେଇ କଳାହାଣ୍ଡି ହେଲ୍‌ପିଂ ହ୍ୟାଣ୍ଡ ମୁଖ୍ୟ ତଥା ବରିଷ୍ଠ ଭାଜପା ନେତା ଅମୋଜ ପଣ୍ଡା ଓ ମୁଇ କଳାହାଣ୍ଡିଆ ଫର କଳାହାଣ୍ଡିର ସଙ୍ଗଠକ ଲକ୍ଷ୍ମୀ ନାରାୟଣ ପଣ୍ଡାଙ୍କ ନେତୃତ୍ୱରେ ସୋମବାର ବହୁ ଲୋକ ଭବାନୀପାଟଣା ବାହାଦୁର ବଗିଚାପଡ଼ାସ୍ଥିତ ଅଧୀକ୍ଷଣ ଯନ୍ତ୍ରୀ ଅଫିସକୁ ଯାଇ ବିରୋଧ ପ୍ରଦର୍ଶନ କରିଥିଲେ।

ଏହାସହ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ଟାଟା ପାୱାର କର୍ମଚାରୀଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଉପସ୍ଥିତ ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀ ଲୋକନାଥ ଦାଶ ଓ ଅଧିକାରୀ ବ୍ରଜେଶ କୁଶଙ୍କଠାରେ ଦାବି କରିଥିଲେ। ତେବେ ଟାଟା ପାୱାର ଅଧିକାରୀ ଏହି ବିଷୟରେ ପୂର୍ବରୁ ଅବଗତ ଥିବା କହିବା ସହ ଉପରିସ୍ଥ ଅଧିକାରୀଙ୍କୁ ଜଣାଇ ଦିଆଯିବ ବୋଲି ଆଶ୍ବାସନା ଦେଇଥିଲେ।

ପ୍ରକାଶ ଯେ, ମା’ ମାଣିକେଶ୍ବରୀଙ୍କ ଛତର ଯାତ୍ରା ଉପରେ ଭବାନୀପାଟଣା ଟିପିଡବ୍ଲ୍ୟୁଓଡିଏଲ୍‌ ଆର୍‌ସିଏମ୍‌ ଡିଭିଜନର ମୁଖ୍ୟ ଅନିଲ ଶର୍ମା ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ଅଡିଓ ଭାଇରାଲ ହୋଇଥିଲା। ଏହାକୁ ଆଧାର କରି ଭବାନୀପାଟଣା ବାହାଦୁର ବଗିଚାପଡ଼ା ସମାଜସେବୀ ସୁଶାନ୍ତ ପଟ୍ଟନାୟକ ଟାଉନ ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ।

ଅଭିଯୋଗ ଆଧାରରେ ଥାନା ଅଧିକାରୀ ଆର୍‌ସିଏମ୍‌ ମୁଖ୍ୟ ଶର୍ମାଙ୍କ ବିରୋଧରେ ଏକ ମାମଲା (ନଂ.୪୨୭/୨୪) ରୁଜୁ କରି ଭାରତୀୟ ନ୍ୟାୟ ସଂହିତା ୨୦୨୩ ଅନୁଯାୟୀ ଧାରା ୩୫୬(୨) ଓ ୨୯୬ରେ ତଦନ୍ତ ଜାରି ରଖିଥିବା ଜଣାପଡିଛି। ଅନ୍ୟପକ୍ଷେ, ତୁରନ୍ତ ଘଟଣାର ତଦନ୍ତ କରାଯାଇ ଦୋଷୀ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ଜିଲାର ବିଭିନ୍ନ ସଂଗଠନ ପକ୍ଷରୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ବିଶ୍ୱର ଟପ୍‌-୩ ଧନୀ କ୍ରିକେଟର, ନେଟ୍‌ୱର୍ଥ ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୫।୮: କ୍ରିକେଟ ବିଶ୍ୱର ଦ୍ୱିତୀୟ ସବୁଠାରୁ ଲୋକପ୍ରିୟ ଖେଳ। କିନ୍ତୁ ବର୍ତ୍ତମାନ ଏହା କେବଳ ଏକ ଖେଳ ନୁହେଁ, ବରଂ କୋଟି କୋଟି ଟଙ୍କାର ଏକ ବିଶାଳ…

ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…

ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

RBIର ବଡ଼ ନିଷ୍ପତ୍ତି, ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌; ଋଣଗ୍ରାହକଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri