Posted inଜାତୀୟ

୨୪ ଘଣ୍ଟା ମଧ୍ୟରେ ହଟାଇବାକୁ ପଡ଼ିବ ଆପତ୍ତିଜନକ କଣ୍ଟେ‌ଣ୍ଟ

ନୂଆଦିଲ୍ଲୀ,୨୫।୨: ଅଭିଯୋଗ ମିଳିବାର ୨୪ ଘଣ୍ଟା ମଧ୍ୟରେ ସୋସିଆଲ ମିଡ଼ିଆରୁ ଆପତ୍ତିଜନକ କଣ୍ଟେଟ୍‌ ହଟାଇବାକୁ ପଡ଼ିବ। ଏନେଇ ଭାରତ ସରକାରଙ୍କ ପକ୍ଷରୁ ସୋସିଆଲ ମିଡ଼ିଆ ଏବଂ ଓଟିଟି (ଓଭର ଦ ଟପ୍‌) ପ୍ଲାଟଫର୍ମ ପାଇଁ ଗୁରୁବାର ମାର୍ଗଦର୍ଶିକା ଜାରି କରିଛନ୍ତି। ଏସମ୍ପର୍କିତ ସୂଚନା କେନ୍ଦ୍ର ମନ୍ତ୍ରୀ ପ୍ରକାଶ ଜାଭେଡ୍‌କର ଏବଂ ରବିଶଙ୍କର ପ୍ରସାଦ ଏକ ଗଣମାଧ୍ୟମ ପ୍ରତିନିଧି ସମ୍ମିଳନୀରେ ପ୍ରଦାନ କରିଛନ୍ତି। ନୂଆ ମାର୍ଗଦର୍ଶିକା ୩ ମାସ ମଧ୍ୟରେ ଲାଗୁ କରାଯିବାର ଯୋଜନା ହୋଇଛି। ଭାରତରେ ସୋସିଆଲ ମିଡ଼ିଆ କମ୍ପାନୀଙ୍କୁ କାରବାର ଲାଗି ସ୍ବାଗତ କରାଯାଉଛି। ସମାଲୋଚନା ପାଇଁ ସରକାର ପ୍ରସ୍ତୁତ। ତେବେ ଅଭିଯୋଗକୁ ମଧ୍ୟ ଗୁରୁତ୍ୱଦେବାର ଆବଶ୍ୟକତା ରହିଥିବା ରବିଶଙ୍କର ପ୍ରସାଦ କହିଛନ୍ତି। ଭାରତରେ ହ୍ବାଟସ୍‌ଆପ୍‌ର ୫୩ କୋଟି ୟୁଜର ଥିବାବେଳେ ଫେସବୁକ୍‌ ୟୁଜରଙ୍କ ସଂଖ୍ୟା ୪୦ କୋଟିରୁ ଅଧିକ ରହିଛି। ସେହିପରି ଟୁଇଟରରେ ଏକ କୋଟିରୁ ଅଧିକ ୟୁଜର ରହିଛନ୍ତି। ଦେଶରେ ସୋସିଆଲ୍‌ ମିଡ଼ିଆର ବ୍ୟବହାର ବଢୁଛି। ଏପରିସ୍ଥଳେ ଆପତ୍ତିଜନକ କଣ୍ଟେଟ୍‌ ନେଇ ସତର୍କ ରହିବାର ଆବଶ୍ୟକତା ରହିଛି ବୋଲି ରବିଶଙ୍କର କହିଛନ୍ତି। ସୋସିଆଲ ମିଡ଼ିଆ ଏବଂ ଓଟିଟି ପ୍ଲାଟଫର୍ମ ପାଇଁ ମାର୍ଗଦର୍ଶିକା ଜାରି ହେବା ନେଇ ପ୍ରକାଶ ଜାଭେଡ୍‌କର କହିଛନ୍ତି ଯେ, ଏବେ ଏସବୁ ଫ୍ଲାଟଫର୍ମକୁ ସେମାନଙ୍କର କାର୍ଯ୍ୟର ସୂଚନା ଦେବାକୁ ପଡ଼ିବ। ଏହା ସହିତ ସେଲ୍ଫ ରେଗୁଲେଶନ ମଧ୍ୟ ଲାଗୁ କରିବାକୁ ପଡ଼ିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri