Posted inଜାତୀୟ

ଜେଲରେ ମିଳିଥିଲା ଅଫର, ଗ୍ରହଣ କରିଥିଲେ ଅଢ଼େଇ ବର୍ଷ ପୂର୍ବରୁ ଉଦ୍ଧବ ସରକାରଙ୍କ ପତନ ଘଟିଥାନ୍ତା: ଅନିଲ ଦେଶମୁଖ…

ନୂଆଦିଲ୍ଲୀ,୧୩।୨ : ରାଷ୍ଟ୍ରୀୟ କଂଗ୍ରେସ ପାର୍ଟି (ଏନସିପି) ନେତା ତଥା ପୂର୍ବତନ ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନିଲ ଦେଶମୁଖ ଜାମିନରେ ୧୫ ମାସ ପରେ ଜେଲରୁ ମୁକୁଳିବା ପରେ ନିଜ ଘରୋଇ ସହର ନାଗପୁରରେ ପହଞ୍ଚିଛନ୍ତି। ଅନିଲ ଏବେ ନୂଆ ଘଟଣା ପ୍ରକାଶ କରିଛନ୍ତି। ଏହାକୁ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଆରମ୍ଭ ହୋଇଛି। ତାଙ୍କ ବିରୋଧରେ ମିଥ୍ୟା ଅଭିଯୋଗ ଅଣାଯାଇ ଜେଲକୁ ପଠାଇ ଦିଆଯାଇଥିବା ସେ ଦାବି କରିଛନ୍ତି। ନାଗପୁରରେ ପହଞ୍ଚିବା ପରେ ପାର୍ଟି କର୍ମଚାରୀମାନେ ନାଗପୁର ବିମାନବନ୍ଦରରେ ଅନିଲଙ୍କୁ ସ୍ବାଗତ କରିଥିଲେ।

ରବିବାର ଗଣମାଧ୍ୟମକୁ ସମ୍ବୋଧିତ କରି ଏନସିପି ନେତା ଅନିଲ କହିଛନ୍ତି, ମତେ ୧୦୦ କୋଟି ଟଙ୍କା ହେରଫେର ମାମଲାରେ ଜଡିତ କରାଯାଇ ଜେଲକୁ ପଠାଯାଇଥିଲା। ଏହା ପରେ ଚାର୍ଜଶିଟରେ ଏହା ୧.୭୧ କୋଟି ଟଙ୍କାକୁ ହ୍ରାସ କରାଯାଇଥିଲା। ତଦନ୍ତକାରୀ ସଂସ୍ଥା ମଧ୍ୟ ୧.୭୧ କୋଟି ଟଙ୍କାର ପ୍ରମାଣ ସଂଗ୍ରହ କରିବାରେ ବିଫଳ ହୋଇଛି।

ସିବିଆଇ ଏବଂ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ଦ୍ୱାରା ପଞ୍ଜୀକୃତ ହୋଇଥିବା ମାମଲାଗୁଡ଼ିକରେ କୌଣସି ସତ୍ୟାସତ୍ୟ ନାହିଁ ବୋଲି ହାଇକୋର୍ଟ କହିଛନ୍ତି। ସେ କହିଛନ୍ତି ଯେ ମୁମ୍ବାଇର ପୂର୍ବତନ ପୋଲିସ କମିଶନର ପରମବୀର ସିଂ ମଧ୍ୟ ଦେଶମୁଖଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଛନ୍ତି, କିନ୍ତୁ ଏହି ଅଭିଯୋଗର ତଦନ୍ତ ପାଇଁ ଚାନ୍ଦିୱାଲ କମିଶନଙ୍କ ସମ୍ମୁଖରେ ସେ ହାଜର ହୋଇନାହାଁନ୍ତି।

ଏହି ସମ୍ମିଳନୀରେ ଅନିଲ ଦେଶମୁଖ ମଧ୍ୟ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ଦେଇଛନ୍ତି। ସେ କହିଛନ୍ତି, ଯେତେବେଳେ ମୁଁ ଜେଲରେ ଥିଲି, ସେତେବେଳେ ମୋ ପାଖକୁ ଏକ ଅଫର ଆସିଥିଲା, ଯାହାକୁ ମୁଁ ପ୍ରତ୍ୟାଖ୍ୟାନ କରିଥିଲି। ଯଦି ମୁଁ ସେହି ଅଫରକୁ ଗ୍ରହଣ କରିଥା’ନ୍ତି, ତେବେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ମହାଭିକାଶ ଆଘାଡି ନେତୃତ୍ୱାଧୀନ ସରକାରଙ୍କର ଅଢ଼େଇ ବର୍ଷ ପୂର୍ବରୁ ପତନ ଘଟିଥାନ୍ତା। ମତେ ମୁକ୍ତ ମଧ୍ୟ କରାଯାଇଥାନ୍ତା। କିନ୍ତୁ ମୁଁ ନ୍ୟାୟ ଉପରେ ବିଶ୍ୱାସ କରେ। ତେଣୁ ମୁଁ ମୁକ୍ତ ହେବାକୁ ଅପେକ୍ଷା କଲି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

BRICS: ୭ ବର୍ଷ ପରେ ଭାରତ ଆସିଛନ୍ତି ସି ଜିନପିଙ୍ଗ, ଜାଣନ୍ତୁ କେବେ ଭେଟିବେ ପ୍ରଧାନମନ୍ତ୍ରୀ ମୋଦଙ୍କୁ

ନୂଆଦିଲ୍ଲୀ,୧୨।୯: ଭାରତ ଆଜି (ଶନିବାର) ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଆୟୋଜନ କରିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ବିଭିନ୍ନ…

ବ୍ରିକ୍ସ (BRICS) ସମ୍ମିଳନୀରେ ଆମେରିକା ଉପରେ ବର୍ଷିଲେ ରୁଷିଆ-ଇରାନ; ଆୟୋଜକ ଭାରତ ସମ୍ମୁଖରେ କ’ଣ ରହିଛି ଆହ୍ବାନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରୁଷିଆ ଏବଂ ଇରାନ ଶୁକ୍ରବାର, ଆମେରିକା ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶ ଦ୍ୱାରା ଲାଗୁ କରାଯାଇଥିବା କଟକଣା ଏବଂ ଆକ୍ରମଣାତ୍ମକ କାର୍ଯ୍ୟକଳାପର ସମାଲୋଚନା କରିଛନ୍ତି। ସେମାନେ…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ….

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?