ଅଫିସ ଖୋଲା, କର୍ମଚାରୀ ବେଫିକର

ଭବାନୀପାଟଣା,୧୯।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଇବାରେ ଲାଗିଛି। ସେହିପରି ଲାଇସେନ୍ସପ୍ରାପ୍ତ ବିଦେଶୀ ମଦ ଦୋକାନରେ ପ୍ରିଣ୍ଟ ଦରଠାରୁ ଅଧିକରେ ମଦ ମଧ୍ୟ ବିକ୍ରି ହେଉଥିବା ଅଭିଯୋଗ ହେଉଛି। ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଉଥିବା କହୁଥିଲେ ମଧ୍ୟ ବେଆଇନ ମଦ କାରବାର ବନ୍ଦ ହେବା ପରିବର୍ତ୍ତେ ବଢିବାରେ ଲାଗିଛି। ବିଭାଗ ପକ୍ଷରୁ ଚଢାଉ ହେଉଥିବାବେଳେ ଫଳ କିନ୍ତୁ ଶୁନ୍‌ ବୋଲି ସାଧାରଣରେ ଆଲୋଚନା ହେଉଛି। ଏହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏହି ପରିପ୍ରେକ୍ଷୀରେ ଭବାନୀପାଟଣା ଅବକାରୀ ଥାନା ପ୍ରାୟ ସମୟରେ ତାଲା ପଡିଥିବା ଦେଖିବାକୁ ମିଳିଥାଏ। ଏହାକୁ ନେଇ ବିଭାଗୀୟ କର୍ମଚାରୀଙ୍କୁ ପଚାରିଲେ ଚଢାଉରେ ଯାଇଥିବା ପ୍ରକାଶ କରିଥାନ୍ତି। ଏପରିକି କାର୍ଯ୍ୟାଳୟ ଖୋଲି ଥିଲେ ମଧ୍ୟ ଏଠାକାର କର୍ମଚାରୀ ବେଫିକର ହୋଇ ଅଫିସ ଛାଡି ଅନ୍ୟ ସ୍ଥାନକୁ ଯାଇଥାନ୍ତି। ଫଳରେ ଅଫିସ ସେମିତି ଖୋଲା ରହିଥାଏ। ସୋମବାର ମଧ୍ୟାହ୍ନରେ ଏହି ଦୃଶ୍ୟ ଦେଖିବା ପରେ ସ୍ଥାନୀୟ ଗଣମାଧ୍ୟମ ପ୍ରତିନିଧି ଫଟୋ, ଭିଡିଓ ଉତ୍ତୋଳନ କରିବା ପରେ କର୍ମଚାରୀ ଖବର ପାଇ ଅଫିସକୁ ଆସିଥିଲେ। ଉପସ୍ଥିତ କର୍ମଚାରୀଙ୍କୁ ଅଫିସ ଖୋଲା ଥିବା ବିଷୟରେ ପଚାରିବାରୁ ଆମେ ଏବେ ଚଢାଉ କରି ଆସିଲୁ ବୋଲି ବେଫିକର ହୋଇ ପ୍ରକାଶ କରିଥିଲେ। ସବୁବେଳେ ଚଢାଉ ବାହାନା ନେଇ ବିଭାଗୀୟ ଅଧିକାରୀ କର୍ମଚାରୀ ଅଫିସରେ ଉପସ୍ଥିତ ନ ରହିବା ତାହା ତଦନ୍ତ ସାପେକ୍ଷ। ଏ ନେଇ ସ୍ଥାନୀୟ ଅବକାରୀ ଏସଆଇ ତିଲକ ରାମ ନାଏକଙ୍କୁ ପଚାରିବାରୁ ଆମେ ଚଢାଉ ପାଇଁ ଜଙ୍ଗଲ ଯାଇଥିଲୁ ଏବେ ଘରକୁ ଆସିଥିଲି। ଆମେ କଣ ମାଷ୍ଟର ଯେ ଡରିଯିବୁ ବୋଲି ଅତି ବେଫିକର ଭାବେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଘଟିଥିଲା ସବର୍ଣ୍ଣ-ଅସବର୍ଣ୍ଣ ସଂଘର୍ଷ: ବର୍ଷେ ପରେ ୩ ଅଭିଯୁକ୍ତ ଗଲେ ଜେଲ 

ଦିଗପହଣ୍ଡି, ଅଗଷ୍ଟ ୧୧ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଗତ ବର୍ଷ ଘଟିଥିବା ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ସଂଘର୍ଷ ଏବଂ ହତ୍ୟା…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

ଭିଟାମାଟିରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ରେଡକ୍ରସରୁ ସହାୟତା, ଗୃହହୀନ ପରିବାରକୁ ଥଇଥାନ ଦାବି

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ତାମିଲନାଡ଼ୁରେ ଟ୍ରେନରୁ ଖସି ମୃତ୍ୟୁବରଣ କରିଥିବା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର ଦାଦନ ଶ୍ରମିକ ଟୁନା ବେହେରାଙ୍କ ମୃତଦେହ ମଙ୍ଗଳବାର…

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ

ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ…

ବିନା ଆନ୍ଦୋଳନରେ କାମ କରୁନି ପ୍ରଶାସନ: ଜାତୀୟ ରାଜପଥ ଅବରୋଧ ପରେ ମରାମତି କାର୍ଯ୍ୟ ଆରମ୍ଭ

କୁଆଁରମୁଣ୍ଡା,୧୧।୮(ମହେନ୍ଦ୍ର କୁମାର ସାହୁ): ଏବେ ବିନା ଆନ୍ଦୋଳନ କିମ୍ବା ଧର୍ମଘଟରେ ଆଉ କୌଣସି କାର୍ଯ୍ୟ ହେଉନାହିଁ। ପ୍ରଶାସନ କେବଳ ପୂର୍ବରୁ ସବୁ ଦେଖି ଚୁପ୍ ବସୁଛି ଏବଂ…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri