ଶିକାରୀଙ୍କୁ ଛାଡ଼ି ବେପାରୀ ପଛରେ ଅଧିକାରୀ

ବାରିପଦା ଅଫିସ/ ଉଦଳା,୩୧ା୧୨(ଡି.ଏନ୍‌.ଏ.): ମହାବଳ, କଲରାପତରିଆ ଓ କଳା ବାଘ ପାଇଁ ବିଶ୍ୱରେ ପ୍ରସିଦ୍ଧି ଲାଭ କରିଥିବା ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ଏବେ ବନ୍ୟପ୍ରାଣୀଙ୍କ ପାଇଁ ଅସୁରକ୍ଷିତ ହୋଇପଡ଼ିଛି। ଅଧିକାରୀ ଓ ଶିକାରୀଙ୍କ ଲୋଲୁପ ଦୃଷ୍ଟି ଯୋଗୁ ଅନେକ ଜୀବଜନ୍ତୁଙ୍କ ବଂଶ ଲୋପ ହେବାକୁ ବସିଲାଣି। ବିରଳ ମହାବଳ ସମେତ ହାତୀ ଓ ଅନ୍ୟାନ୍ୟ ଜୀବଜନ୍ତୁଙ୍କ ଅବାଧ ଶିକାର ବଢ଼ିବାରେ ଲାଗିଛି। ଉପରିସ୍ଥ ଅଧିକାରୀମାନେ ଧର୍ମକୁ ଆଖିଠାର ସଦୃଶ ବିଭାଗର ଦୋଷକୁ ଘୋଡ଼ାଇବାରେ ବ୍ୟସ୍ତ ରହୁଥିବା ବେଳେ ବିଲୁପ୍ତପ୍ରାୟ ପ୍ରାଣୀଙ୍କ ସଂଖ୍ୟା କ୍ରମେ ହ୍ରାସ ପାଇବାରେ ଲାଗିଛି। ଗତ ୩ ବର୍ଷ ମଧ୍ୟରେ କ୍ରାଇମ୍‌ବ୍ରାଞ୍ଚ ଓ ବନ ବିଭାଗ ଚଢ଼ାଉ କରି ୫ ବାଘ ଚମଡ଼ା ଜବତ କରିବା ସହ ୮ଜଣଙ୍କୁ ଗିରଫ କରିବା ଘଟଣାରୁ ଏହା ସ୍ପଷ୍ଟ ହୋଇଛି। ସେହିପରି ଶିମିଳିପାଳରେ ହାତୀ ଶିକାର ଚିରାଚରିତ ଘଟଣାରେ ପରିଣତ ହେଲାଣି। ଅଧିକାରୀମାନେ କେବଳ ବେପାରୀଙ୍କୁ ଧରି ନିଜ ଦାୟିତ୍ୱ ଶେଷ କରୁଥିବା ବେଳେ ଶିକାରୀଙ୍କ ପାଖରେ ପହଞ୍ଚି ନ ପାରିବା ବିଭାଗର ଅପାରଗତାକୁ ପଦାରେ ପକାଇଛି। ଜନ୍ତୁ ଶିକାର ଓ ଚମଡ଼ା ବିକ୍ରି ଘଟଣାରେ ବନ ଅଧିକାରୀ ଓ ସେମାନଙ୍କ ଆତ୍ମୀୟସ୍ବଜନଙ୍କ ସମ୍ପୃକ୍ତି ରହୁଥିବା ନଜିର ରହିଛି। ରକ୍ଷକ ହୋଇ ଯଦି ଭକ୍ଷକ ସାଜିବେ ତେବେ ନିରୀହ ବନ୍ୟପ୍ରାଣୀଙ୍କୁ ସୁରକ୍ଷା କିଏ ଦେବ ବୋଲି ସାଧାରଣରେ ପ୍ରଶ୍ନ ଉଠିଛି।
ସୂଚନାଯୋଗ୍ୟ, ଗତ ୧୪ ତାରିଖରେ ଉଦଳା-ବାରିପଦା ରାସ୍ତାର ବିସିପୁର ଛକ ନିକଟରେ ମହାବଳ ବାଘ ଚମଡ଼ା ବିକ୍ରି ଲାଗି ଡିଲ୍‌ ଚାଲିଥିବା ବେଳେ କ୍ରାଇମବ୍ରାଞ୍ଚର ସ୍ବତନ୍ତ୍ର ଟାସ୍କଫୋର୍ସ (ଏସ୍‌ଟିଏଫ୍‌) ଚଢ଼ାଉ କରି ୭ଫୁଟ ଲମ୍ବ ଓ ୫ଫୁଟ ଓସାରର ଏକ ମହାବଳ ବାଘ ଚମଡ଼ାକୁ ଜବତ କରିଥିଲା। ଏହି ଘଟଣାରେ ଉଦଳା ଥାନା ମୂଷାଖାଇ ଅଞ୍ଚଳର ଦେବାଶିଷ ପାତ୍ର ନାମକ ଜଣେ ବେପାରୀଙ୍କୁ ଏସ୍‌ଟିଏଫ୍‌ ମାଡ଼ି ବସିଥିଲା। ତା’ ପରଦିନ ମୁଖ୍ୟ କାର୍ପଟଦାର ଦେବକୁଣ୍ଡ ନିକଟସ୍ଥ ଶ୍ରୀଦାମଚନ୍ଦ୍ରପୁର ଅଞ୍ଚଳର ଫାଗୁ ହଁାସଦାଙ୍କୁ ମଧ୍ୟ ଗିରଫ କରିଥିଲା। ଅଧିକ ତଦନ୍ତ ଜାରି ରହିଥିବା ବେଳେ ଶୁକ୍ରବାର ଅନ୍ୟତମ ଅଭିଯୁକ୍ତ ଶାସଙ୍ଗବେଡ଼ା ଗ୍ରାମର ପୂର୍ଣ୍ଣଚନ୍ଦ୍ର ମାଝି ଗିରଫ ହୋଇଛନ୍ତି। ସେହିପରି ଗତ ଜାନୁୟାରୀ ୬ ତାରିଖ ରାତିରେ ଏସ୍‌ଟିଏଫ ଚଢ଼ାଉ କରି ବେତନଟୀ ଥାନା ଅଧୀନ ୧୮ନଂ. ଜାତୀୟ ରାଜପଥ ପାର୍ଶ୍ୱ ରାଗ୍‌ଧା କଲେଜ ନିକଟରୁ ଦୁଇଟି କଲରାପତରିଆ ବାଘ ଚମଡ଼ା ଜବତ କରିଥିଲା। ଏହା ସହିତ ୨ ଅଭିଯୁକ୍ତକୁ ଗିରଫ ପରେ କୋର୍ଟ ଚାଲାଣ କରିଥିଲା। ଅଭିଯୁକ୍ତଦ୍ୱୟ ହେଲେ ଖୁଣ୍ଟା ଥାନା ଅଧୀନ କ୍ଷୀରପଦା ଗ୍ରାମର ପ୍ରଶାନ୍ତ ମହାନ୍ତି ଓ ବଡ଼ସାହି ଥାନା ଅଧୀନ ବାଲିଯୋଡ଼ା ଗ୍ରାମର ଗୁରା ବିନ୍ଧାଣୀ। ୨୦୨୧ ସେପ୍ଟେମ୍ବର ୨୦ରେ ବାରିପଦା ସହର ଗାନ୍ଧୀ ପାର୍କ ନିକଟରୁ ଏସ୍‌ଟିଏଫ୍‌ ଚଢ଼ାଉ କରି ୨ଫୁଟ ଲମ୍ବର କଲରାପତରିଆ ବାଘ ଚମଡ଼ା ଜବତ କରିଥିଲା। ଏଥିରେ ସମ୍ପୃକ୍ତ ଥିବା ଜଣେ ବନ କର୍ମଚାରୀଙ୍କ ଇଞ୍ଜିନିୟରିଂ ପଢ଼ୁଆ ପୁଅ ସମେତ ୨ଜଣଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଥିଲା। ଗିରଫ ଅଭିଯୁକ୍ତଦ୍ୱୟ ହେଲେ ବଡ଼ସାହି ଥାନା ଉଠାଣିନୂଆଗଁା ଗ୍ରାମର ବିକାଶ ବେଣ୍ଟକାର ଓ ଖାନୁଆ ପଞ୍ଚାୟତ ପଳାଶବଣି ଗ୍ରାମର ବିକାଶ ବିନୟ ସିଂ। ଫେସବୁକ୍‌ ମାଧ୍ୟମରେ ବାଘ ଚମଡ଼ା ବିକ୍ରି କରିବାକୁ ଉଦ୍ୟମ କରୁଥିବା ବେଳେ ଇଞ୍ଜିନିୟରିଂ ଛାତ୍ର ଜଣକ ଏସ୍‌ଟିଏଫ୍‌ ଦ୍ୱାରା ଗିରଫ ହୋଇଥିଲେ। ଜଣେ ବନ ଅଧିକାରୀଙ୍କ ପୁଅ ବାଘ ଚମଡ଼ା ବିକ୍ରି କରୁଥିବା ବେଳେ ଜଙ୍ଗଲରେ ବନ୍ୟଜନ୍ତୁ କିପରି ସୁରକ୍ଷିତ ରହିବେ ବୋଲି ପ୍ରାକ୍ତନ ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଭାନୁମିତ୍ର ଆଚାର୍ଯ୍ୟ ପ୍ରକାଶ କରିଛନ୍ତି। ସେହିପରି ୨୦୨୦ ସେପ୍ଟେମ୍ବର ୩ ତାରିଖ ରାତିରେ ବିଶୋଇ ଥାନା ଅଧୀନ ଖେଜୁରିକଟାସ ଗ୍ରାମ ନିକଟରୁ ବନ ବିଭାଗ ଚଢ଼ାଉ କରି ୫ଫୁଟ ୨ଇଞ୍ଚ ଲମ୍ବର ଏକ କଲରାପତରିଆ ବାଘ ଚମଡ଼ା ଜବତ କରିଥିଲା। ବିକ୍ରି କରିବାକୁ ଆଣିିଥିବା ଅଭିଯୁକ୍ତ ଜଣକ ଥିଲେ ବଡ଼ବାଲିଚୁଆ ଗ୍ରାମର ଲକ୍ଷ୍ମଣ ନାଏକ। ଅନ୍ୟ ୩ ଅଭିଯୁକ୍ତ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ତେବେ ଶିମିଳିପାଳ ବନ୍ୟଜନ୍ତୁଙ୍କ ସୁରକ୍ଷା ପାଇଁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରାଣୀପ୍ରେମୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ତର୍କ ପ୍ରତିଯୋଗିତା: ସୁନ୍ଦର ପୃଥିବୀ ଗଠନ ପାଇଁ ଛାତ୍ରଛାତ୍ର ନେଲେ ଶପଥ

ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦରମହକୁମା କିଆରବାଙ୍କସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଉପକୂଳ…

ବର୍ଷା ପାଇଁ ଯଦି ଭାରତ-ପାକିସ୍ତାନ ଫାଇନାଲ ମ୍ୟାଚ ବାତିଲ ହୋଇଯାଏ, ତେବେ କିଏ ସ୍ବର୍ଣ୍ଣ ପଦକ ପାଇବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ପାଇଁ ଭାରତ ଓ ପାକିସ୍ତାନ ଦଳ ମୁହାଁମୁହିଁ ହେବାକୁ ଯାଉଛନ୍ତି। ପ୍ରଶଂସକମାନେ ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲାକୁ ଉତ୍ସାହର ସହ…

FASTag ନିୟମରେ ବଡ଼ ପରିବର୍ତ୍ତନ: ଆଜିଠାରୁ ଲାଗୁ ହେଲା ନୂଆ ବ୍ୟବସ୍ଥା, ଲକ୍ଷ ଲକ୍ଷ ଯାତ୍ରୀଙ୍କ ଉପରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ, ୨।୧୦: ଦେଶରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ହାଇୱେ ଓ ଏକ୍ସପ୍ରେସେୱରେ ଯାତ୍ରା କରୁଛନ୍ତି। ଏଥିପାଇଁ ସେମାନଙ୍କୁ ଟୋଲ ଦେବାକୁ ପଡ଼ିଥାଏ। ଟୋଲ ବ୍ୟବସ୍ଥାକୁ ନେଇ…

ବୁଧ-ଶନିଙ୍କ ଷଡାଷ୍ଟକ ଯୋଗରେ ୪ ରାଶିଙ୍କ ଉପରେ ଭାଙ୍ଗିପଡିବ ଦୁଃଖର ପାହାଡ଼, ଘଟିପାରେ ବଡ଼ ଦୁର୍ଘଟଣା, ରୁହନ୍ତୁ ସାବଧାନ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୯ ଅକ୍ଟୋବର ୨୦୨୬ରେ ବୁଧ ଓ ଶନି ପରସ୍ପରଠାରୁ ୧୫୦ ଡିଗ୍ରୀ କୋଣରେ ଅବସ୍ଥିତ ରହିବେ। ଏହା ଫଳରେ ଷଡାଷ୍ଟକ ଯୋଗ…

ଟ୍ରେନ୍‌ ଟ୍ରାକ୍‌ ମରାମତି ଯାଞ୍ଚବେଳେ ଟ୍ରାକ୍‌ମ୍ୟାନଙ୍କୁ ଧକ୍କାଦେଲା ଦ୍ରୁତଗାମୀ ଇଣ୍ଟରସିଟି, ଚାଲିଗଲା ଜୀବନ

ଛତ୍ରପୁର,୨ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ରେଳ ଟ୍ରାକ୍‌ ରକ୍ଷଣାବେକ୍ଷଣ କାମ ଚାଲିଥିବା ସମୟରେ ଘଟିଛି ଏକ ଅଭାବନୀୟ ଦୁର୍ଘଟଣା। ଟ୍ରାକ୍‌ ରକ୍ଷଣାବେକ୍ଷଣ ଯାଞ୍ଚ ବେଳେ ଟ୍ରେନ୍‌ ଧକ୍କାରେ ଟ୍ରାକ୍‌ମ୍ୟାନଙ୍କ…

ପ୍ରଧାନମନ୍ତ୍ରୀ ମୋଦି, ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ସମସ୍ତେ ହାତ ଯୋଡ଼ି ପରସ୍ପରକୁ ଅଭିବାଦନ ଜଣାଇଲେ; ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ଶାସକ ଓ ବିରୋଧୀ ଦଳ ମଧ୍ୟରେ ରାଜନୈତିକ ଟଣାଓଟରା ଚାଲିଥିବା ବେଳେ ଶୁକ୍ରବାର ସଂସଦ ଭବନରୁ ଏକ ଆକର୍ଷଣୀୟ ଭିଡିଓ ସାମ୍ନାକୁ ଆସିଛି। ମହାତ୍ମା ଗାନ୍ଧୀ…

ଗିଲ୍‌ ମାରିବେ ୧୦ ଦ୍ୱିଶତକ: ଭବିଷ୍ୟବାଣୀ କଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ଆଜିକାଲି ଜବରଦସ୍ତ ଫର୍ମରେ ଅଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜରେ ତାଙ୍କ ବ୍ୟାଟ୍‌ରୁ ଏହାର ପ୍ରମାଣ ମଧ୍ୟ…

ଗୁଡ଼ାରୀରୁ ଭୁବନେଶ୍ୱର ସିଧାସଳଖ ସରକାରୀ ବସ୍‌ ଦାବି: ଗାନ୍ଧୀ ଜୟନ୍ତୀରେ ସାଇକେଲ ଯାତ୍ରା ଆରମ୍ଭ କଲେ ପ୍ରମୋଦ

ରାୟଗଡା/ଗୁଣପୁର,୨।୧୦(ଜଗନ୍ନାଥ ଗୌଡ/ସୁଜାତା ପାଢ଼ୀ):ରାୟଗଡ଼ା ଜିଲାର ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ ଚଳାଚଳ ଦାବିରେ ଶୁକ୍ରବାର ସାଇକେଲ ଯାତ୍ରା ଆରମ୍ଭ କରିଛନ୍ତି ପ୍ରମୋଦ ପତି। ଗୁଡ଼ାରୀରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?