ଶୋଇପଡ଼ିଲେ ଅଧିକାରୀ

କାମାକ୍ଷାନଗର, ୬।୧୨(ଡି.ଏନ୍‌.ଏ.): ସମସ୍ୟାର ସମାଧାନ ଆଶା ନେଇ ଦୂରଦୂରାନ୍ତରୁ ଲୋକେ ଆସୁଛନ୍ତି ଜନ ଅଭିଯୋଗ ଶୁଣାଣି ଶିବିରକୁ। ହେଲେ ଉପସ୍ଥିତ ଅଧିକାରୀମାନେ ଜନତାଙ୍କ ଧୈର୍ଯ୍ୟର ପରୀକ୍ଷା ନେଉଛନ୍ତି। ଅଭାବ ଅସୁବିଧା ବୁଝିବା ବଦଳରେ ଚେୟାରରେ ବସିବସି ଶୋଇପଡୁଛନ୍ତି। ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହରେ ସୋମବାର ଅନୁଷ୍ଠିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଏଭଳି ଅପ୍ରୀତିକର ସ୍ଥିତି ଉପୁଜି ଥିଲା। ଜନଶୁଣାଣି ଚାଲିଥିବାବେଳେ କେତେଜଣ ଅଧିକାରୀ ଢୁଳାଉଥିବା ଜିଲାପାଳ ସରୋଜ କୁମାର ସେଠୀ ଦେଖିବାକୁ ପାଇଥିଲେ। ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମରେ ଅଧିକାରୀଙ୍କ ଏଭଳି ମାନସିକତାକୁ ନେଇ ଜିଲାପାଳ କ୍ଷୋଭ ପ୍ରକାଶ କରିଥିଲେ। ଲୋକଙ୍କ କଥା ବୁଝିବା ପାଇଁ ଏହି ଜନ ଶୁଣାଣିର ପରିକଳ୍ପନା। କିନ୍ତୁ ଏଠାରେ ଶୋଇଲେ ଲୋକଙ୍କ ସମସ୍ୟା କିପରି ସମାଧାନ ହେବ ବୋଲି ଜିଲାପାଳ ଉଦ୍‌ବେଗ ବ୍ୟକ୍ତ କରିବା ସହ ସମ୍ପୃକ୍ତ ଅଧିକାରୀଙ୍କୁ ତାଗିଦା କରିଥିଲେ।
ଜନଶୁଣାଣି ଶିବିରରେ କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ୍‌ ବିରୋଧରେ ବହୁ ଅଭିଯୋଗ ଆସିଥିଲା। ବାଉଁଶପାଳ, କାନପୁରା ପଞ୍ଚାୟତର ଅପହଞ୍ଚ ଇଲାକାର ବିକାଶ ପାଇଁ ଯେଉଁସବୁ କାର୍ଯ୍ୟ ହେଉଛି, ସେଥିରେ ପଶ୍ଚିମାଞ୍ଚଳ ରେଞ୍ଜ ବାଧକ ସାଜୁଥିବା ଜନପ୍ରତିନିଧି ଏବଂ ଗ୍ରାମବାସୀ ଅଭିଯୋଗ କରିଥିଲେ। ଅଭିଯୋଗ ଶୁଣିବା ପରେ ଜିଲାପାଳ କହିଲେ, ଦୁର୍ଗମ ଅଞ୍ଚଳରେ ଠିକ୍‌ ଭାବେ କାମ ହେଉ। ଲୋକଙ୍କୁ ଅଯଥାରେ ହଇରାଣ ନ କରିବା ପାଇଁ ସେ ରେଞ୍ଜର ବନବିହାରୀ ସର୍ଦ୍ଦାରଙ୍କୁ କହିଛନ୍ତି। ଆୟୋଜିତ କାର୍ଯ୍ୟକ୍ରମରେ ଅତିରିକ୍ତ ଏସ୍‌ପି ଭବାନୀ ଶଙ୍କର ଉଦ୍‌ଗାତା, ଉପଜିଲାପାଳ ଜ୍ୟୋତିଶଙ୍କର ସାହୁ, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତନ୍ମୟ କୁମାର ଦରୱାନ, ମୁଖ୍ୟ ଚିକିତ୍ସାଧିକାରୀ ଅଶୋକ କୁମାର ଦାସ, ବ୍ଲକ ଅଧ୍ୟକ୍ଷ ପ୍ରେମାନନ୍ଦ ସାହୁ, ବିଡିଓ ବିକାଶ କୁମାର ମହାନ୍ତି, ତହସିଲଦାର ସାଞ୍ଜଳି ମାଝି, ଅତିରିକ୍ତ ତହସିଲଦାର ଝସକେତନ ନାୟକ, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ କୈଳାସ ବେହେରା, ଗ୍ରିଭାନ୍ସର ଲଳିତ ମାଧବ ଚୌଧୁରୀଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ସର୍ବକନିଷ୍ଠ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ହୋଇ ବିଶ୍ୱରେକର୍ଡ

ନୂଆଦିଲ୍ଲୀ, ୧୮।୮: ଭାରତୀୟ ବଂଶୋଦ୍ଭବ ଦୁବାଇର ୧୬ ବର୍ଷୀୟ ଲକ୍ଷ୍ମଣନ୍‌ ମେୟାପ୍ପନ ବିଶ୍ୱର ସବୁଠାରୁ କନିଷ୍ଠ ପୁରୁଷ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ)ହେବାର ଗୌରବ ଅର୍ଜନ କରିଛନ୍ତି। ମାତ୍ର…

ମୁରଥଲ ଢାବାରେ ରୋବଟ୍ ୱେଟର! ଗ୍ରାହକଙ୍କୁ ପରଷୁଛି ମନପସନ୍ଦର ଖାଦ୍ୟ

ମୁରଥଲ,୧୮।୮: ସ୍ବାଦିଷ୍ଟ ଗରମ ପରଠା ଏବଂ ପାରମ୍ପରିକ ଖାଦ୍ୟ ପାଇଁ ପ୍ରସିଦ୍ଧ ହରିୟାଣାର ମୁରଥଲ ଏବେ ଚର୍ଚ୍ଚାରେ । ଏଠାରେ ଥିବା ‘ରେଶମ ଢାବା’ରେ ଗ୍ରାହକମାନଙ୍କୁ ଏକ…

ତାମିଲନାଡୁ ମନ୍ତ୍ରୀଙ୍କ ଏମିତି କଥାରେ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୮।୮: ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ତାମିଲନାଡୁ ବିଧାନସଭାରେ ତାଙ୍କର ଜଣେ ମନ୍ତ୍ରୀଙ୍କ ପକ୍ଷରୁ କ୍ଷମା ମାଗିବାକୁ ପଡିଲା। ତାମିଲନାଡୁ ମନ୍ତ୍ରୀ ରଞ୍ଜିତ କୁମାର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ…

ସାନଖେମୁଣ୍ଡିରେ ଲୋକଙ୍କ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ରୋଗୀଙ୍କ ଚିକିତ୍ସା ପାଇଁ ଦେଲେ ୪୭ ହଜାର…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସାନଖେମୁଣ୍ଡି…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri