ସୂଚନା ଦେଉନାହାନ୍ତି ଅଧିକାରୀ

କାମାକ୍ଷାନଗର,୨୮।୧୦(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲାର ଆଦିବାସୀ ଅଧ୍ୟୁଷିତ କଙ୍କଡ଼ାହାଡ଼ ବ୍ଲକରେ ସରକାରୀ ଯୋଜନାର ଅର୍ଥ ହରିଲୁଟ୍‌ ହେଉଥିବା ଅଭିଯୋଗ ହେଉଛି। ଜନଜାତି ସମ୍ପ୍ରଦାୟର ଲୋକଙ୍କ ଲାଗି ଆସୁଥିବା ଜନହିତକର ପ୍ରକଳ୍ପ ସମ୍ପର୍କିତ ଅନୁଦାନ ଟଙ୍କା ହଡ଼ପ କରାଯାଉଥିବା ସୂଚନା ଅଧିକାର କର୍ମୀ ଅରବିନ୍ଦ ପାଳ କହିଛନ୍ତି। ଏପରି କି ସୂଚନା ଅଧିକାର ଆଇନ ବଳରେ ଏ ସମ୍ପର୍କିତ ତଥ୍ୟ ମାଗିଲେ ଦାୟିତ୍ୱରେ ଥିବା ଅଧିକାରୀ ଦେଉନାହାନ୍ତି, ଯାହାକୁ ନେଇ ସାଧାରଣରେ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ଅନ୍ୟପଟେ ଜନସ୍ବାର୍ଥ ସମ୍ପର୍କିତ ପ୍ରସଙ୍ଗରେ ଏଭଳି ଅବହେଳା ପାଇଁ ସମ୍ପୃକ୍ତ ଅଧିକାରୀଙ୍କୁ ପଦସ୍ଥ ଅଧିକାରୀଙ୍କ ପକ୍ଷରୁ ତାଗିଦ୍‌ କରାଯାଇଛି।
ରାଇବୋଲ ପଞ୍ଚାୟତରେ ୨୦୧୯-୨୦ରୁ ୨୦୨୨-୨୩ ଆର୍ଥିକ ବର୍ଷରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ହୋଇଥିବା କାର୍ଯ୍ୟ, ଭତ୍ତା, ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଅନ୍ତର୍ଭୁକ୍ତ ହିତାଧିକାରୀଙ୍କ ସମ୍ପର୍କରେ କଙ୍କଡ଼ାହାଡ଼ ଗ୍ରାମର ସୂଚନା ଅଧିକାର କର୍ମୀ ଅରବିନ୍ଦ ତଥ୍ୟ ମାଗିଥିଲେ। ତେବେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ସୂଚନା ଅଧିକାରୀ (ପିଆଇଓ) ଝୁନାରାଣୀ ସିଂ ଏହାକୁ ଗ୍ରହଣ କରି ନ ଥିଲେ। ଫଳରେ ଗତ ୧୪ ତାରିଖରେ ଉକ୍ତ ଆବେଦନ ଫର୍ମ ଫେରି ଆସିଥିଲା। ତେବେ ଚିଠି ଉପରେ ୭ଦିନ ଧରି ପଞ୍ଚାୟତ କାର୍ଯ୍ୟାଳୟ ଖୋଲାଯାଇ ନ ଥିବା ଉଲ୍ଲେଖ ରହିଛି, ଯାହା ଅନ୍ୟ ଏକ ବିବାଦ ସୃଷ୍ଟି କରିଛି। ଏତେଦିନ ଯାଏ କାହିଁକି ପଞ୍ଚାୟତ କାର୍ଯ୍ୟାଳୟ ଖୋଲାଯାଇ ନ ଥିବା ତାହାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଘଟଣାର ସତ୍ୟାସତ୍ୟ ଜାଣିବା ଲାଗି ପିଆଇଓ ସିଂଙ୍କୁ ତାଙ୍କ ମୋବାଇଲ (ନଂ. ୮୬୫୮୪୩୨୫୩୯)ଯୋଗାଯୋଗ କରାଯାଇଥିଲେ ହେଁ ସେ ଫୋନ୍‌ ଉଠାଇ ନ ଥିଲେ। ତେଣୁ ତାଙ୍କର ପ୍ରତିକ୍ରିୟା ମିଳିପାରିନାହିଁ।
ଏ ନେଇ ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ (ଜିପିଇଓ) ଦାୟିତ୍ୱରେ ଥିବା ସୁରେଶ ଚନ୍ଦ୍ର ପଣ୍ଡାଙ୍କ ପ୍ରତିକ୍ରିୟା ଲୋଡ଼ାଯିବାରୁ ସେ ପିଆଇଓଙ୍କୁ ତାଗିଦ୍‌ କରିଥିବା କହିଛନ୍ତି। ଏଥିସହ କାହିଁକି ୭ଦିନ ହେଲା ପଞ୍ଚାୟତ ଅଫିସ୍‌ ବନ୍ଦ ଥିଲା ତାହାର ସ୍ପଷ୍ଟୀକରଣ ମାଗିଛନ୍ତି। ଅନ୍ୟପଟେ ଏହାର ସତ୍ୟାସତ୍ୟ ଅନୁଧ୍ୟାନ କରିବା ଲାଗି ସୂଚନାଧିକାର କର୍ମୀ ଅରବିନ୍ଦ ଜିଲା ପ୍ରଶାସନ ନିକଟରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

ଗଞ୍ଜେଇ କାରବାରରେ ଶିକ୍ଷକ

ଟିଟିଲାଗଡ଼,୨୬।୭: ଅବକାରୀ ବିଭାଗ ଏବଂ ପୋଲିସ ଶୁକ୍ରବାର ଚଢାଉ କରି ଏକ ବଡ଼ ଧରଣର ଗଞ୍ଜେଇ ର଼୍ୟାକେଟ୍‌କୁ ଧରିବାର ସଫଳ ହୋଇଛି। ଅଧକାରୀମାନେ ଟିଟିଲାଗଡ଼ରୁ ୨୪୩...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri