‘ପଞ୍ଚାୟତିରାଜ୍‌ ନୁହେଁ, ଅଫିସର ରାଜ୍‌’

ଭୁବନେଶ୍ୱର,୬।୧୧(ବ୍ୟୁରୋ): ରାଜ୍ୟରେ ପଞ୍ଚାୟତିରାଜ ବ୍ୟବସ୍ଥାକୁ ବିଜେଡି ଶାସିତ ସରକାର ଏକ ପ୍ରକାର କ୍ଷମତାହୀନ ଓ ସ୍ଥାଣୁ କରିଦେଇଛି। ୧୯୯୨ ମସିହାରେ ୭୩ତମ ଓ ୭୪ତମ ସମ୍ବିଧାନ ସଂଶୋଧନ ମାଧ୍ୟମରେ ଯେଉଁ ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାକୁ ସାମ୍ବିଧାନିକ ସ୍ବୀକୃତି ଦିଆଯାଇଥିଲା, ବର୍ତ୍ତମାନ ଏହା ଅଫିସର ରାଜ୍‌ରେ ପରିଣତ ହୋଇଛି ବୋଲି କଂଗ୍ରେସ ଗୁରୁତର ଅଭିଯୋଗ ଆଣିଛି।
ରାଜ୍ୟ କଂଗ୍ରେସ ଭବନରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ କଂଗ୍ରେସ ମୁଖପାତ୍ର ତଥା ରାଜୀବ ଗାନ୍ଧୀ ପଞ୍ଚାୟତିରାଜ ସଂଗଠନ ଅଧ୍ୟକ୍ଷ ସୁଦର୍ଶନ ଦାସ କହିଛନ୍ତି, ରାଜ୍ୟରେ ବିଜେଡି ସରକାର ପ୍ରରୋଚନା କରି ଗ୍ରାମ ସଭାକୁ ବନ୍ଦ କରି ଦେଇଛି। ସମ୍ବିଧାନ ମୁତାବକ ଗ୍ରାମସଭା ମାଧ୍ୟମରେ ଗାଁ ବା ପଞ୍ଚାୟତର ବିକାଶ ମୂଳକ ପ୍ରକଳ୍ପଗୁଡିକ ଅନୁମୋଦିତ ହେବା କଥା। ମାତ୍ର ‘ଆମ ଗାଁ , ଆମ ବିକାଶ’ ଯୋଜନାରେ ପ୍ରକଳ୍ପଗୁଡିକ ଗ୍ରାମ ସଭାର ବିନା ଅନୁମୋଦନରେ କାର୍ଯ୍ୟକାରୀ ହେଉଛି। ନିର୍ବାଚିତ ପଞ୍ଚାୟତ ପ୍ରତିନିଧିମାନେ ସରକାରୀ ଅଫିସର ଓ ବାବୁଙ୍କ ହାତରେ କ୍ରିତନକ ସାଜିଛନ୍ତି। ମୁଖ୍ୟମନ୍ତ୍ରୀ ସରପଞ୍ଚଙ୍କୁ ଜିଲାପାଳ କ୍ଷମତା ଦେବା ଏକ ପ୍ରହସନ ବ୍ୟତୀତ ଆଉ କିଛି ନୁହେଁ। କାରଣ ସେହିସମୟରେ ପଞ୍ଚାୟତିରାଜ ବିଭାଗର ସଚିବ ସର୍କୁଲାର ଜାରି କରିଥିଲେ ଯେ, ବିଡିଓଙ୍କ ବିନା ଦସ୍ତଖତରେ ସରପଞ୍ଚମାନେ ଟଙ୍କାଟିଏ ମଧ୍ୟ ଖର୍ଚ୍ଚ କରି ପାରିବେ ନାହିଁ। ପିସି କାରବାର ବନ୍ଦ କରିବାକୁ ମୁଖ୍ୟମନ୍ତ୍ରୀ ଦେଇଥିବା ଆହ୍ବାନ ଏକ ଧୂଆଁବାଣ। ନିକଟରେ ବାଲେଶ୍ୱର ଜିଲା ଜଳେଶ୍ୱରର କଳମା ସମେତ ଅନେକ ପଞ୍ଚାୟତରେ ଆର୍‌ଟିଆଇ ମାଧ୍ୟମରେ ପିସି କାରବାର ଘଟଣାର ରହସ୍ୟ ଉନ୍ମୋଚନ କଲାପରେ ଭିଜିଲାନ୍ସ ତଦନ୍ତ କରାଯାଉଛି ବୋଲି ସେ କହିଛନ୍ତି। ସେହିପରି ଆଗାମୀ ପଞ୍ଚାୟତ ନିର୍ବାଚନ ପୂର୍ବରୁ ଦଳୀୟ ନେତାଙ୍କ ପ୍ରରୋଚନା ଓ ସରକାରୀ କର୍ମଚାରୀଙ୍କ ସହଯୋଗରେ ସଂରକ୍ଷଣ ବ୍ୟବସ୍ଥାକୁ ଶାସନରେ ଥିବା ବିଜେଡି ସରକାର ପ୍ରଭାବିତ କରିଛି। ଗୋଟିଏ ବର୍ଗର ଜନସଂଖ୍ୟା ନଗଣ୍ୟ ବା ଆଦୌ ନ ଥିବା ବେଳେ ସେଠାରେ ପଞ୍ଚାୟତ ପ୍ରତିନିଧିଙ୍କୁ ସେହି ବର୍ଗ ପାଇଁ ସଂରକ୍ଷଣ କରାଯିବାର ଅନେକ ଦୃଷ୍ଟାନ୍ତ ଆମ ନଜରକୁ ଆସିଛି। ଶାସକ ଦଳକୁ ସୁହାଇଲା ଭଳି ଅନେକ ସ୍ଥାନରେ ସଂରକ୍ଷଣ ବ୍ୟବସ୍ଥା କରାଯାଇଥିବା କଂଗ୍ରେସ ଅଭିଯୋଗ କରିଛି। ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଶନିବାର ହେବାକୁ ଥିବା ସର୍ବଦଳୀୟ ବୈଠକରେ କଂଗ୍ରେସ ଏହାକୁ ଉତ୍ଥାପନ କରିବ ବୋଲି ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ହେବ ବଡ଼ ଲଢେଇ, ମୁହାଁମୁହିଁ ହୋଇପାରନ୍ତି ଭର୍ତ୍ତୃହରି-ସଂତୃପ୍ତ

ଭୁବନେଶ୍ୱର,୨୮।୩: ଆସନ୍ତା ସାଧାରଣ ନିର୍ବାଚନରେ ଭାଜପାର ଭର୍ତ୍ତୃହରି ମହତାବ ଏବଂ ବିଜେଡିର ସଂତୃପ୍ତ ମିଶ୍ରଙ୍କ ମଧ୍ୟରେ କଟକ ଲୋକ ସଭା ଆସନରୁ ଦେଖିବାକୁ ମିଳିପାରେ ବଡ଼...

ପିନାକୀ-ମହେଶଙ୍କୁ ମିଳିଲାନି ଟିକେଟ

ଭୁବନେଶ୍ୱର,୨୮।୩: ଆଗାମୀ ଲୋକ ସଭା ନିର୍ବାଚନକୁ ନେଇ ବିଜେଡି ଏହାର ପ୍ରାର୍ଥୀ ଘୋଷଣା କରିଛି। ବୁଧବାର ୧୫ ଆସନ ଲାଗି ପ୍ରାର୍ଥୀ ଘୋଷଣା ହୋଇଛି। ସେଥିମଧ୍ୟରୁ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ସିଦ୍ଧାନ୍ତ, କଡ଼ା ଭାଷାରେ ସମାଲୋଚନା କଲା ବିଜେଡି

ଭୁବନେଶ୍ୱର,୨୮।୩: ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି କଟକ ଏମପି ଭର୍ତ୍ତୃହରି ମହତାବ, ପୂର୍ବତ୍ତନ ଲୋକ ସଭା ଏମପି ସିଦ୍ଧାନ୍ତ ମହାପାତ୍ର ଏବଂ ପଦ୍ମଶ୍ରୀ...

ଭାଜପାରେ ଯୋଗ ଦେବା ପରେ ଭର୍ତ୍ତୃହରି ଦେଲେ ବଡ଼ ବୟାନ, କହିଲେ ଓଡ଼ିଶାରେ…

ନୂଆଦିଲ୍ଲୀ,୨୮।୩: ବିଜେପିରେ ସାମିଲ ପରେ ସାଂସଦ ଭର୍ତ୍ତୃହରି ମହତାବ ଓଡ଼ିଶା ରାଜନୀତିକୁ ନେଇ ବଡ଼ ବୟାନ ଦେଇଛନ୍ତି। କେବଳ ‘ରାଷ୍ଟ୍ରବାଦ, ଏକାତ୍ମତା, ପୂର୍ବୋଦୟ ଭାଜପା ଜରିଆରେ...

ପଦ୍ମ ଧରିଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮।୩: ଭାଜପାରେ ସାମିଲ ହେଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା। ଗୁରୁବାର ଅପରାହ୍ନ ସାଢେ ୨ଟାରେ ନୂଆଦିଲ୍ଲୀର ଭାଜପା ମୁଖ୍ୟାଳୟରେ ସେ ଯୋଗ ଦେଇଛନ୍ତି। ଏହା ସହିତ...

ଭାଜପାରେ ଯୋଗଦେଲେ ଭର୍ତ୍ତୃହରି ମହତାବ, ନିକଟରେ ବିଜେଡିରୁ ଇସ୍ତଫା ଦେଇଥିଲେ

ଭୁବନେଶ୍ୱର,୨୮।୩: ନିକଟରେ ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେଇଥିବା କଟକ ଲୋକ ସଭା ଏମପି ଭର୍ତ୍ତୃହରି ମହତାବ ଭାଜପାରେ ଯୋଗ ଦେଇଛନ୍ତି। ତାଙ୍କ ସହିତ ଦୁଇଥର...

ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୩: ଭାଜପାରେ ଗୁରୁବାର ଯୋଗ ଦେଇଛନ୍ତି ଅଭିନେତା ତଥା ବିଜେଡିର ପୂର୍ବତନ ଏମ୍‌ପି ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଯୋଗଦେଇ ସେ ଭାଜପାରେ ସାମିଲ...

ଆଗାମୀ ଦୁଇ ଦିନରେ ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ତାପମାତ୍ରା

ଭୁବନେଶ୍ୱର,୨୮ା୩: ପାଗ ଶୁଖିଲା ରହୁଥିବାରୁ ଚଳିତମାସ ଶେଷ ପର୍ଯ୍ୟନ୍ତ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri