‘ପଞ୍ଚାୟତିରାଜ୍‌ ନୁହେଁ, ଅଫିସର ରାଜ୍‌’

ଭୁବନେଶ୍ୱର,୬।୧୧(ବ୍ୟୁରୋ): ରାଜ୍ୟରେ ପଞ୍ଚାୟତିରାଜ ବ୍ୟବସ୍ଥାକୁ ବିଜେଡି ଶାସିତ ସରକାର ଏକ ପ୍ରକାର କ୍ଷମତାହୀନ ଓ ସ୍ଥାଣୁ କରିଦେଇଛି। ୧୯୯୨ ମସିହାରେ ୭୩ତମ ଓ ୭୪ତମ ସମ୍ବିଧାନ ସଂଶୋଧନ ମାଧ୍ୟମରେ ଯେଉଁ ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାକୁ ସାମ୍ବିଧାନିକ ସ୍ବୀକୃତି ଦିଆଯାଇଥିଲା, ବର୍ତ୍ତମାନ ଏହା ଅଫିସର ରାଜ୍‌ରେ ପରିଣତ ହୋଇଛି ବୋଲି କଂଗ୍ରେସ ଗୁରୁତର ଅଭିଯୋଗ ଆଣିଛି।
ରାଜ୍ୟ କଂଗ୍ରେସ ଭବନରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ କଂଗ୍ରେସ ମୁଖପାତ୍ର ତଥା ରାଜୀବ ଗାନ୍ଧୀ ପଞ୍ଚାୟତିରାଜ ସଂଗଠନ ଅଧ୍ୟକ୍ଷ ସୁଦର୍ଶନ ଦାସ କହିଛନ୍ତି, ରାଜ୍ୟରେ ବିଜେଡି ସରକାର ପ୍ରରୋଚନା କରି ଗ୍ରାମ ସଭାକୁ ବନ୍ଦ କରି ଦେଇଛି। ସମ୍ବିଧାନ ମୁତାବକ ଗ୍ରାମସଭା ମାଧ୍ୟମରେ ଗାଁ ବା ପଞ୍ଚାୟତର ବିକାଶ ମୂଳକ ପ୍ରକଳ୍ପଗୁଡିକ ଅନୁମୋଦିତ ହେବା କଥା। ମାତ୍ର ‘ଆମ ଗାଁ , ଆମ ବିକାଶ’ ଯୋଜନାରେ ପ୍ରକଳ୍ପଗୁଡିକ ଗ୍ରାମ ସଭାର ବିନା ଅନୁମୋଦନରେ କାର୍ଯ୍ୟକାରୀ ହେଉଛି। ନିର୍ବାଚିତ ପଞ୍ଚାୟତ ପ୍ରତିନିଧିମାନେ ସରକାରୀ ଅଫିସର ଓ ବାବୁଙ୍କ ହାତରେ କ୍ରିତନକ ସାଜିଛନ୍ତି। ମୁଖ୍ୟମନ୍ତ୍ରୀ ସରପଞ୍ଚଙ୍କୁ ଜିଲାପାଳ କ୍ଷମତା ଦେବା ଏକ ପ୍ରହସନ ବ୍ୟତୀତ ଆଉ କିଛି ନୁହେଁ। କାରଣ ସେହିସମୟରେ ପଞ୍ଚାୟତିରାଜ ବିଭାଗର ସଚିବ ସର୍କୁଲାର ଜାରି କରିଥିଲେ ଯେ, ବିଡିଓଙ୍କ ବିନା ଦସ୍ତଖତରେ ସରପଞ୍ଚମାନେ ଟଙ୍କାଟିଏ ମଧ୍ୟ ଖର୍ଚ୍ଚ କରି ପାରିବେ ନାହିଁ। ପିସି କାରବାର ବନ୍ଦ କରିବାକୁ ମୁଖ୍ୟମନ୍ତ୍ରୀ ଦେଇଥିବା ଆହ୍ବାନ ଏକ ଧୂଆଁବାଣ। ନିକଟରେ ବାଲେଶ୍ୱର ଜିଲା ଜଳେଶ୍ୱରର କଳମା ସମେତ ଅନେକ ପଞ୍ଚାୟତରେ ଆର୍‌ଟିଆଇ ମାଧ୍ୟମରେ ପିସି କାରବାର ଘଟଣାର ରହସ୍ୟ ଉନ୍ମୋଚନ କଲାପରେ ଭିଜିଲାନ୍ସ ତଦନ୍ତ କରାଯାଉଛି ବୋଲି ସେ କହିଛନ୍ତି। ସେହିପରି ଆଗାମୀ ପଞ୍ଚାୟତ ନିର୍ବାଚନ ପୂର୍ବରୁ ଦଳୀୟ ନେତାଙ୍କ ପ୍ରରୋଚନା ଓ ସରକାରୀ କର୍ମଚାରୀଙ୍କ ସହଯୋଗରେ ସଂରକ୍ଷଣ ବ୍ୟବସ୍ଥାକୁ ଶାସନରେ ଥିବା ବିଜେଡି ସରକାର ପ୍ରଭାବିତ କରିଛି। ଗୋଟିଏ ବର୍ଗର ଜନସଂଖ୍ୟା ନଗଣ୍ୟ ବା ଆଦୌ ନ ଥିବା ବେଳେ ସେଠାରେ ପଞ୍ଚାୟତ ପ୍ରତିନିଧିଙ୍କୁ ସେହି ବର୍ଗ ପାଇଁ ସଂରକ୍ଷଣ କରାଯିବାର ଅନେକ ଦୃଷ୍ଟାନ୍ତ ଆମ ନଜରକୁ ଆସିଛି। ଶାସକ ଦଳକୁ ସୁହାଇଲା ଭଳି ଅନେକ ସ୍ଥାନରେ ସଂରକ୍ଷଣ ବ୍ୟବସ୍ଥା କରାଯାଇଥିବା କଂଗ୍ରେସ ଅଭିଯୋଗ କରିଛି। ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଶନିବାର ହେବାକୁ ଥିବା ସର୍ବଦଳୀୟ ବୈଠକରେ କଂଗ୍ରେସ ଏହାକୁ ଉତ୍ଥାପନ କରିବ ବୋଲି ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?