କଳାବ୍ୟାଜ୍‌ ପିନ୍ଧିଲେ ଅଧିକାରୀ,କର୍ମଚାରୀ

ବାରିପଦା ଅଫିସ,୨୫ ।୧ମୟୂରଭଞ୍ଜ ଭାଜପା ଏମ୍‌ପି ତଥା କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଗତ ଶୁକ୍ରବାର ନିଜ କାର୍ଯ୍ୟାଳୟକୁ ଡାକି ଦୁଇ ଅଧିକାରୀଙ୍କୁ ମରଣାନ୍ତକ ଆକ୍ରମଣ କରି ହାତ ଭାଙ୍ଗିବା ଘଟଣାକୁ ଜିଲା କଂଗ୍ରେସ ପକ୍ଷରୁ ଦୃଢ଼ ନିନ୍ଦା କରାଯାଇଛି। ଏହାର ବିଚାର ବିଭାଗୀୟ ତଦନ୍ତ ପାଇଁ କଂଗ୍ରେସ କର୍ମକର୍ତ୍ତାମାନେ ଜିଲାପାଳ ବିନୀତ ଭରଦ୍ୱାଜଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ଅନ୍ୟପକ୍ଷରେ ଜିଲାରେ କାର୍ଯ୍ୟରତ ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀ ପ୍ରତିବାଦ ସ୍ବରୂପ କଳାବ୍ୟାଜ୍‌ ପରିଧାନ କରିଛନ୍ତି ା
କେନ୍ଦ୍ରମନ୍ତ୍ରୀ ଟୁଡୁ ଦୁଇ ଅଧିକାରୀ ଉପନିର୍ଦ୍ଦେଶକ ଅଶ୍ୱିନୀ କୁମାର ମଲ୍ଲିକ ଓ ସହକାରୀ ନିର୍ଦ୍ଦେଶକ ଦେବାଶିଷ ମହାପାତ୍ରଙ୍କୁ ନିଜ କାର୍ଯ୍ୟାଳୟକୁ ଡାକି ମାଡ଼ ମାରି ଆହତ କରିଥିବା ଅଭିଯୋଗ ହୋଇଥିଲା। ଉଭୟ ଅଧିକାରୀ ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲ(ପିଆର୍‌ଏମ୍‌)ରେ ଚିକତ୍ସାଧୀନ ରହିଛନ୍ତି। ଆଇନକୁ ହାତକୁ ନେଇଥିବା କେନ୍ଦ୍ରମନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଟାଉନ କଂଗ୍ରେସ ସଭାପତି ଶାନ୍ତନୁ ପାଲ ଓ ବରିଷ୍ଠ ଆଇନଜୀବୀ ବିଜନ ଦାସ ଜିଲାପାଳଙ୍କଠାରେ ଦାବି କରିଛନ୍ତି। ତେବେ ଭାଜପା ସରକାରରେ ଥିବା ମନ୍ତ୍ରୀମାନଙ୍କ ଗୁଣ୍ଡାଗର୍ଦ୍ଦିକୁ ନେଇ ବିଭିନ୍ନ ଦଳ ପକ୍ଷରୁ ସମାଲୋଚନା କରାଯାଉଛି। ଏ ସଂକ୍ରାନ୍ତରେ ଜିଲା ଭାଜପା ପକ୍ଷରୁ କୌଣସି ନେତା କିମ୍ବା ବିଧାୟକ ମୁହଁ ଖୋଲୁ ନ ଥିବା ବେଳେ ଘଟଣାକୁ ଚପାଇ ଦେବାକୁ ଉଦ୍ୟମ କରାଯାଉଥିବା କଂଗ୍ରେସ ଅଭିଯୋଗ କରିଛି।
ବାରମ୍ବାର କେନ୍ଦ୍ରମନ୍ତ୍ରୀଙ୍କ ଏପରି ବ୍ୟବହାରକୁ ନେଇ ଜିଲାରେ କାର୍ଯ୍ୟରତ ଅଧିକାରୀ ଓ କର୍ମଚାରୀମାନେ ସୋମବାରଠାରୁ ୩ଦିନ ପଇଁ କଳାବ୍ୟାଜ୍‌ ପିନ୍ଧିବା ଆରମ୍ଭ କରିଛନ୍ତି। ଏହି ମାଡ଼ ଘଟଣାକୁ ନେଇ ଜିଲା ରାଜନୀତି ସରଗରମ ହେବାରେ ଲାଗିଛି। ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଉପରେ ଏହା କି ପ୍ରଭାବ ପକାଉଛି ତାହା ଦେଖିବାକୁ ବାକି ରହିଲା ା


Enter your email to get our daily news in your inbox.

All Right Reserved By Dharitri.Com

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri