କଳାବ୍ୟାଜ୍‌ ପିନ୍ଧିଲେ ଅଧିକାରୀ,କର୍ମଚାରୀ

ବାରିପଦା ଅଫିସ,୨୫ ।୧ମୟୂରଭଞ୍ଜ ଭାଜପା ଏମ୍‌ପି ତଥା କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଗତ ଶୁକ୍ରବାର ନିଜ କାର୍ଯ୍ୟାଳୟକୁ ଡାକି ଦୁଇ ଅଧିକାରୀଙ୍କୁ ମରଣାନ୍ତକ ଆକ୍ରମଣ କରି ହାତ ଭାଙ୍ଗିବା ଘଟଣାକୁ ଜିଲା କଂଗ୍ରେସ ପକ୍ଷରୁ ଦୃଢ଼ ନିନ୍ଦା କରାଯାଇଛି। ଏହାର ବିଚାର ବିଭାଗୀୟ ତଦନ୍ତ ପାଇଁ କଂଗ୍ରେସ କର୍ମକର୍ତ୍ତାମାନେ ଜିଲାପାଳ ବିନୀତ ଭରଦ୍ୱାଜଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ଅନ୍ୟପକ୍ଷରେ ଜିଲାରେ କାର୍ଯ୍ୟରତ ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀ ପ୍ରତିବାଦ ସ୍ବରୂପ କଳାବ୍ୟାଜ୍‌ ପରିଧାନ କରିଛନ୍ତି ା
କେନ୍ଦ୍ରମନ୍ତ୍ରୀ ଟୁଡୁ ଦୁଇ ଅଧିକାରୀ ଉପନିର୍ଦ୍ଦେଶକ ଅଶ୍ୱିନୀ କୁମାର ମଲ୍ଲିକ ଓ ସହକାରୀ ନିର୍ଦ୍ଦେଶକ ଦେବାଶିଷ ମହାପାତ୍ରଙ୍କୁ ନିଜ କାର୍ଯ୍ୟାଳୟକୁ ଡାକି ମାଡ଼ ମାରି ଆହତ କରିଥିବା ଅଭିଯୋଗ ହୋଇଥିଲା। ଉଭୟ ଅଧିକାରୀ ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲ(ପିଆର୍‌ଏମ୍‌)ରେ ଚିକତ୍ସାଧୀନ ରହିଛନ୍ତି। ଆଇନକୁ ହାତକୁ ନେଇଥିବା କେନ୍ଦ୍ରମନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଟାଉନ କଂଗ୍ରେସ ସଭାପତି ଶାନ୍ତନୁ ପାଲ ଓ ବରିଷ୍ଠ ଆଇନଜୀବୀ ବିଜନ ଦାସ ଜିଲାପାଳଙ୍କଠାରେ ଦାବି କରିଛନ୍ତି। ତେବେ ଭାଜପା ସରକାରରେ ଥିବା ମନ୍ତ୍ରୀମାନଙ୍କ ଗୁଣ୍ଡାଗର୍ଦ୍ଦିକୁ ନେଇ ବିଭିନ୍ନ ଦଳ ପକ୍ଷରୁ ସମାଲୋଚନା କରାଯାଉଛି। ଏ ସଂକ୍ରାନ୍ତରେ ଜିଲା ଭାଜପା ପକ୍ଷରୁ କୌଣସି ନେତା କିମ୍ବା ବିଧାୟକ ମୁହଁ ଖୋଲୁ ନ ଥିବା ବେଳେ ଘଟଣାକୁ ଚପାଇ ଦେବାକୁ ଉଦ୍ୟମ କରାଯାଉଥିବା କଂଗ୍ରେସ ଅଭିଯୋଗ କରିଛି।
ବାରମ୍ବାର କେନ୍ଦ୍ରମନ୍ତ୍ରୀଙ୍କ ଏପରି ବ୍ୟବହାରକୁ ନେଇ ଜିଲାରେ କାର୍ଯ୍ୟରତ ଅଧିକାରୀ ଓ କର୍ମଚାରୀମାନେ ସୋମବାରଠାରୁ ୩ଦିନ ପଇଁ କଳାବ୍ୟାଜ୍‌ ପିନ୍ଧିବା ଆରମ୍ଭ କରିଛନ୍ତି। ଏହି ମାଡ଼ ଘଟଣାକୁ ନେଇ ଜିଲା ରାଜନୀତି ସରଗରମ ହେବାରେ ଲାଗିଛି। ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଉପରେ ଏହା କି ପ୍ରଭାବ ପକାଉଛି ତାହା ଦେଖିବାକୁ ବାକି ରହିଲା ା


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri