ମାଛଘାଟ ସାହିରେ ପହଞ୍ଚିିଲେ ଅଧିକାରୀ, ନେତା

ଚମ୍ପୁଆ,୯।୪(ଡି.ଏନ.ଏ)
କେନ୍ଦୁଝର ଜିଲା ଚମ୍ପୁଆ ଏନଏସି ଅଧୀନ ଗୋଧୂଳି ଗ୍ରାମ ମାଛଘାଟ ସାହି ବାସିନ୍ଦା ନାଳରେ ଚୁଆ ଖୋଳି ଜଳ କଷ୍ଟ ମେଣ୍ଟାଉଥିବା ସମ୍ପର୍କରେ ‘ଧରିତ୍ରୀ’ରେ ଖବର ପ୍ରକାଶ ପରେ ପ୍ରଶାସନର ଚେତା ପଶିଛି। ନବ ନିର୍ବାଚିତ ଏନ୍‌ଏସି ଅଧ୍ୟକ୍ଷ ଗିରିଜା ଶଙ୍କର ସାହୁଙ୍କ ନିର୍ଦ୍ଦେଶକ୍ରମେ ଏନଏସି ନିର୍ବାହୀ ଅଧିକାରୀ ପ୍ରଦୀପ କୁମାର ସାହା, ଅତିରିକ୍ତ ତହସିଲଦାର ରମେଶ ଚନ୍ଦ୍ର ନାୟକ, ଶୁକ୍ରବାର ଗଁାକୁ ଯାଇ ପାନୀୟଜଳ ସମସ୍ୟାର ସମାଧାନ ଲାଗି ଲୋକଙ୍କ ସହ ଆଲୋଚନା କରିଛନ୍ତି। ୧ନଂ. ୱାର୍ଡର କାଉନସିଲର ଛତ୍ରପତି ନାଏକ, ଚେୟାରମ୍ୟାନଙ୍କ ପ୍ରତିନିଧି ପ୍ରଦୀପ କୁମାର ରାଜ, ବିଭାଗୀୟ ଯନ୍ତ୍ରୀ ବୁଧୁରାମ ସିଂ, ଜନସ୍ବାସ୍ଥ୍ୟ ବିଭାଗ ଯନ୍ତ୍ରୀ ହୃଷିକେଶ ମହାନ୍ତ, ବିଜୟ କୁମାର ମିଶ୍ର ପ୍ରମୁଖ ମାଛଘାଟ ସାହିରେ ପହଞ୍ଚି ସମସ୍ୟା ବିଷୟରେ ଅବଗତ ହୋଇଥିଲେ। ଉକ୍ତ ସାହି ନିକଟକୁ ଲାଗି ରହିଥିବା ବେସରକାରୀ ଜାଗା ପାଇଁ ଏହି ସମସ୍ୟା ଉପୁଜିଥିବା ଜଣାପଡ଼ିଥିଲା। ଏ ନେଇ ଜାଗା ମାଲିକଙ୍କ ସହ ଆଲୋଚନା କରାଯିବ ଏବଂ ଯେତେଦିନ ପର୍ଯ୍ୟନ୍ତ ପାନୀୟ ଜଳ ଯୋଗାଣ ନ ହୋଇ ପାରିଛି ସେତେଦିନ ପର୍ଯ୍ୟନ୍ତ ଟ୍ୟାଙ୍କର ଯୋଗେ ପାନୀୟ ଜଳ ଯୋଗାଇ ଦିଆଯିବ ବୋଲି ଅଧ୍ୟକ୍ଷ ସାହୁ ସୂଚନା ଦେଇଛନ୍ତି। ଉଲ୍ଲେଖଯୋଗ୍ୟ, ଏନ୍‌ଏସି ଅଧୀନ ୧ନଂ. ୱାର୍ଡ ମାଛଘାଟ ସାହିର ବାସିନ୍ଦାମାନେ ଜଳ କଷ୍ଟ ନିବାରଣ ପାଇଁ ନାଳରୁ ଚୁଆ ଖୋଳି ଜଳ ସଂଗ୍ରହ କରୁଛନ୍ତି। ଗୋଧୂଳି ଓ ଶିରପୁର ସୀମାରେ ଅବସ୍ଥିତ ଏହି ସାହିରେ ପ୍ରାୟ ଶତାଧିକ ଲୋକ ବସବାସ କରୁଥିଲେ ମଧ୍ୟ ଏମାନଙ୍କ ପାଇଁ ପାନୀୟ ଜଳ ପାଲଟିଛି ସ୍ବପ୍ନ। ସକାଳ ହେଲେ ଜଳ ଚିନ୍ତା ଲାଘବ ପାଇଁ ଅନତୀ ଦୂରରେ ବୋହିଯାଉଥିବା ଏକ ନାଳରେ ଚୁଆ ଖୋଳି ଲୋକେ ଜଳ ସଂଗ୍ରହ କରିଥାନ୍ତି। ଉକ୍ତ ସାହିରେ ନକୂପଟିଏ ମଧ୍ୟ ବସି ପାରି ନ ଥିବା ଉଦ୍‌ବେଗର କାରଣ ପାଲିଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri