ଅଫିସରରାଜ୍‌ ଗଣତନ୍ତ୍ର ପାଇଁ ବିପଦ: ସୌମ୍ୟ

ଭୁବନେଶ୍ୱର,୬ା୭(ବ୍ୟୁରୋ): ଓଡ଼ିଶାରେ ଅପେକ୍ଷାକୃତ ଭାବେ ମଦ୍ୟପାନ ହାର ବଢୁଛି। ଏ ସମ୍ପର୍କିତ ପ୍ରଶ୍ନରେ ଅଫିସରଙ୍କଠାରୁ ତଥ୍ୟ ସଂଗ୍ରହ କରି ମନ୍ତ୍ରୀ କହିଲେ, ଭୁବନେଶ୍ୱରରେ ମଦ୍ୟପାନ ହାର ବଢୁନି। ଏହାର ଅର୍ଥ ମୁଁ ମିଛ କହୁଛି। ମୁଁ ମିଛୁଆ ବିଧାୟକ ହୋଇ ରହିବାକୁ ଚାହୁଁନାହିଁ। ମୁଁ ସେମିତି କିଛି ଭ୍ରମାନ୍ତକ ତଥ୍ୟ ଦେଇନାହିଁ। ସବୁଠାରୁ ଉଦ୍‌ବେଗର କଥା ହେଲା, ଜାତୀୟ ହାର ଅପେକ୍ଷା ଓଡ଼ିଶାରେ ମଦ୍ୟପାନ ହାର ବଢୁଛି। କିଛି ଲୋକ ଏହାକୁ ବିକାଶର ଏକ ଲକ୍ଷଣ ବୋଲି କହିପାରନ୍ତି। କିନ୍ତୁ ତାମିଲନାଡୁ ଓ କେରଳ ପରି ରାଜ୍ୟରେ ମଦ୍ୟପାନ ହାର କମୁଥିବା ବେଳେ ଓଡ଼ିଶାରେ ବଢ଼ିବାଟା ଆଦୌ ଶୁଭଙ୍କର ନୁହେଁ। ସବୁଠାରୁ ଦୁଃଖର କଥା ମହିଳାଙ୍କ କ୍ଷେତ୍ରରେ ଏହା ଅଧିକ ରହିଛି। ସାରା ଭାରତରେ ମହିଳା ମଦ୍ୟପାନ ହାର ୧.୨% ଥିବା ବେଳେ ଓଡ଼ିଶାରେ ୪.୩% ରହିଛ। ଏହାର ଅର୍ଥ ପାଖାପାଖି ୪ ଗୁଣ ଅଧିକ ମହିଳା ପୂର୍ବ ଅପେକ୍ଷା ମଦ୍ୟପାନ କରୁଛନ୍ତି। ଏ ରିପୋର୍ଟ ଆମର ନୁହେଁ, ଭାରତ ସରକାରଙ୍କର। ଏ ବିଷୟରେ ରାଜ୍ୟ ସରକାର ସଚେତନ ହେବା ଦରକାର ବୋଲି ମଙ୍ଗଳବାର ବିଧାନସଭା ଶୂନ୍ୟକାଳରେ ବିଜେଡି ସଭ୍ୟ ସୌମ୍ୟ ରଞ୍ଜନ ପଟ୍ଟନାୟକ କହିଛନ୍ତି।
ତେବେ ରାଜ୍ୟରେ ଚାଲିଥିବା ଅଫିସରରାଜ୍‌କୁ ନେଇ ସେ କ୍ଷୋଭପ୍ରକାଶ କରିଛନ୍ତି। ବିଧାନସଭା ବାହାରେ ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନରେ ସୌମ୍ୟ କହିଛନ୍ତି, ରାଜ୍ୟରେ ସରକାରୀ ଅଧିକାରୀଙ୍କ ଅହଙ୍କାର ବଢ଼ିଯାଇଛି। ଏହା ଉପରେ ଅଙ୍କୁଶ ନ ଲାଗିଲେ ଗଣତନ୍ତ୍ର ବିପଦରେ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ରେକର୍ଡସ୍ତରରେ ରୁପା ମୂଲ୍ୟ: ପ୍ରଥମଥର ଟପିଲା ୨.୫ ଲକ୍ଷ

ନୂଆଦିଲ୍ଲୀ,୨୯।୧୨:ବର୍ଷ ଶେଷ ହେବାର କିଛି ଦିନ ପୂର୍ବରୁ ରୁପା ମୂଲ୍ୟ ଇତିହାସ ସୃଷ୍ଟି କରିଛି। ଦେଶର ଫ୍ୟୁଚର୍ସ ବଜାରରେ ପ୍ରଥମ ଥର ପାଇଁ ରୂପା ମୂଲ୍ୟ...

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...

ରାତି ଅନିଦ୍ରା ହୋଇ ୪ ଚୋରଙ୍କୁ ଧରିଲେ ଗ୍ରାମବାସୀ, ଆଉ ତା’ ପରେ…

ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪...

ବଡ଼ ଟ୍ରେନ ଦୁର୍ଘଟଣା: ୧୩ ମୃତ୍ୟୁ, ଟ୍ରେନ୍‌ରେ ଥିଲେ ୨୪୧ ଯାତ୍ରୀ

ମେକ୍ସିକୋ,୨୯।୧୨: ମେକ୍ସିକୋରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ଦେଶର ଓଆକ୍ସାକା ରାଜ୍ୟରେ ଏକ ଅନ୍ତଃସାଗରୀୟ ଟ୍ରେନ ଲାଇନଚ୍ୟୁତ ହେବା ଫଳରେ ଅତି କମରେ ୧୩...

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri