ଅଫିସରରାଜ୍‌ ଗଣତନ୍ତ୍ର ପାଇଁ ବିପଦ: ସୌମ୍ୟ

ଭୁବନେଶ୍ୱର,୬ା୭(ବ୍ୟୁରୋ): ଓଡ଼ିଶାରେ ଅପେକ୍ଷାକୃତ ଭାବେ ମଦ୍ୟପାନ ହାର ବଢୁଛି। ଏ ସମ୍ପର୍କିତ ପ୍ରଶ୍ନରେ ଅଫିସରଙ୍କଠାରୁ ତଥ୍ୟ ସଂଗ୍ରହ କରି ମନ୍ତ୍ରୀ କହିଲେ, ଭୁବନେଶ୍ୱରରେ ମଦ୍ୟପାନ ହାର ବଢୁନି। ଏହାର ଅର୍ଥ ମୁଁ ମିଛ କହୁଛି। ମୁଁ ମିଛୁଆ ବିଧାୟକ ହୋଇ ରହିବାକୁ ଚାହୁଁନାହିଁ। ମୁଁ ସେମିତି କିଛି ଭ୍ରମାନ୍ତକ ତଥ୍ୟ ଦେଇନାହିଁ। ସବୁଠାରୁ ଉଦ୍‌ବେଗର କଥା ହେଲା, ଜାତୀୟ ହାର ଅପେକ୍ଷା ଓଡ଼ିଶାରେ ମଦ୍ୟପାନ ହାର ବଢୁଛି। କିଛି ଲୋକ ଏହାକୁ ବିକାଶର ଏକ ଲକ୍ଷଣ ବୋଲି କହିପାରନ୍ତି। କିନ୍ତୁ ତାମିଲନାଡୁ ଓ କେରଳ ପରି ରାଜ୍ୟରେ ମଦ୍ୟପାନ ହାର କମୁଥିବା ବେଳେ ଓଡ଼ିଶାରେ ବଢ଼ିବାଟା ଆଦୌ ଶୁଭଙ୍କର ନୁହେଁ। ସବୁଠାରୁ ଦୁଃଖର କଥା ମହିଳାଙ୍କ କ୍ଷେତ୍ରରେ ଏହା ଅଧିକ ରହିଛି। ସାରା ଭାରତରେ ମହିଳା ମଦ୍ୟପାନ ହାର ୧.୨% ଥିବା ବେଳେ ଓଡ଼ିଶାରେ ୪.୩% ରହିଛ। ଏହାର ଅର୍ଥ ପାଖାପାଖି ୪ ଗୁଣ ଅଧିକ ମହିଳା ପୂର୍ବ ଅପେକ୍ଷା ମଦ୍ୟପାନ କରୁଛନ୍ତି। ଏ ରିପୋର୍ଟ ଆମର ନୁହେଁ, ଭାରତ ସରକାରଙ୍କର। ଏ ବିଷୟରେ ରାଜ୍ୟ ସରକାର ସଚେତନ ହେବା ଦରକାର ବୋଲି ମଙ୍ଗଳବାର ବିଧାନସଭା ଶୂନ୍ୟକାଳରେ ବିଜେଡି ସଭ୍ୟ ସୌମ୍ୟ ରଞ୍ଜନ ପଟ୍ଟନାୟକ କହିଛନ୍ତି।
ତେବେ ରାଜ୍ୟରେ ଚାଲିଥିବା ଅଫିସରରାଜ୍‌କୁ ନେଇ ସେ କ୍ଷୋଭପ୍ରକାଶ କରିଛନ୍ତି। ବିଧାନସଭା ବାହାରେ ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନରେ ସୌମ୍ୟ କହିଛନ୍ତି, ରାଜ୍ୟରେ ସରକାରୀ ଅଧିକାରୀଙ୍କ ଅହଙ୍କାର ବଢ଼ିଯାଇଛି। ଏହା ଉପରେ ଅଙ୍କୁଶ ନ ଲାଗିଲେ ଗଣତନ୍ତ୍ର ବିପଦରେ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri