ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀରେ ଅଧିକାରୀ

ବାଲେଶ୍ୱର ଅଫିସ, ୨୨।୫-ବାଲେଶ୍ୱର ଜିଲାରେ ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀକୁ ପ୍ରଶାସନିକ ଅଧିକାରୀମାନେ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରୁଛନ୍ତି। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କଠାରୁ ନିର୍ଦ୍ଦେଶ ପାଇବା ପରେ ପ୍ରତ୍ୟେକ ବ୍ଲକର ତହସିଲଦାର, ବିଡିଓ ଟିମ୍‌ ଗଠନ କରି ବାତ୍ୟା ଆଶ୍ରୟସ୍ଥଳୀକୁ ଯାଇ ସ୍ଥିତି ପରଖିଛନ୍ତି।
ବାତ୍ୟା ପୂର୍ବରୁ ବ୍ଲକରେ ଥିବା ପ୍ରତ୍ୟେକ ବାତ୍ୟା ଆଶ୍ରୟସ୍ଥଳୀରେ ଭିତ୍ତିଭୂମି ଠିକ୍‌ଠାକ୍‌ ରହିଛି କି ନାହଁି ଅନୁଧ୍ୟାନ କରାଯାଇଛି। ସଦର ବ୍ଲକରେ ବିଡିଓ, ଅତିରିକ୍ତ ବିଡିଓ, ଅତିରିକ୍ତ ତହସିଲଦାରଙ୍କୁ ନେଇ ୪ଟି ଟିମ୍‌ ଗଠନ କରାଯାଇ ଅଲଗା ଅଲଗା ବାତ୍ୟା ଆଶ୍ରୟସ୍ଥଳୀକୁ ଯାଇ ଲୋକେ ରହିବା ଭଳି ସ୍ଥିତି ଯଥା-ପାନୀୟଜଳ, ଘରର ଅବସ୍ଥା, ଝରକା ଓ କବାଟ, ଶୌଚାଳୟ, ବିଦ୍ୟୁତ୍‌, ସଫାସୁତୁରା ଆଦିର ଅନୁଧ୍ୟାନ କରାଯାଉଛି। କୌଣସି ସ୍ଥାନରେ ଅସୁବିଧା ଥିଲେ ଜରୁରୀକାଳୀନ ଭିତ୍ତିରେ ସଜଡ଼ାଯିବାର ବ୍ୟବସ୍ଥା ହୋଇଛି। ମୁଖ୍ୟତଃ ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ ଦିଆଯାଉଛି। ସଦର ତହସିଲରେ ପୂର୍ବରୁ ସମସ୍ତ ବାତ୍ୟା ସମୟରେ ପ୍ରାୟ ୮ହଜାର ଲୋକଙ୍କୁ ସ୍ଥାନାନ୍ତରିତ କରାଯାଉଥିବା ବେଳେ ଚଳିତବର୍ଷ କୋଭିଡ୍‌-୧୯ ଗାଇଡ୍‌ଲାଇନ୍‌କୁ ଲକ୍ଷ୍ୟରେ ରଖି ୧୯ହଜାର ଲୋକଙ୍କୁ ସ୍ଥାନାନ୍ତରିତ କରାଯିବାର ଲକ୍ଷ୍ୟ ରଖାଯାଇଛି। ସେଥିପାଇଁ ସଦର ବ୍ଲକରେ ଥିବା ୩୧ ମଲ୍ଟି ପରପଜ ବାତ୍ୟା ଆଶ୍ରୟସ୍ଥଳୀ ସହ ୭୯ ସେଣ୍ଟର ଚିହ୍ନଟ କରାଯାଇ ବିଭିନ୍ନ ଦାୟିତ୍ୱ ନେବା ପାଇଁ ଟିମ୍‌ ଗଠନ କରାଯାଇଛି। ସରକାରଙ୍କ ସତର୍କତା ନିୟମକୁ ଅବଲମ୍ବନ କରି ଜିରୋ କାଜୁଆଲିଟି ରଖିବା ସହିତ ସମସ୍ତଙ୍କୁ ସୁରକ୍ଷିତ ରଖିବା ପାଇଁ ବ୍ୟବସ୍ଥା କରାଯାଉଛି। ପ୍ରତ୍ୟେକ ଆଶ୍ରୟସ୍ଥଳୀରେ ପ୍ରାୟ ଭିତ୍ତିଭୂମି ଭଲ ରହିଛି। ସାନିଟାଇଜ୍‌ କରାଯିବ। ଯଦି ବାତ୍ୟା ଉଗ୍ରରୂପ ନେଇ ବିଦ୍ୟୁତ୍‌ ସରବରାହରେ ବ୍ୟାଘାତ ହେଲେ ଡିଜିର ବ୍ୟବସ୍ଥା ପାଇଁ ପ୍ରସ୍ତୁତ ରହିଛି ବୋଲି ସଦର ତହସିଲଦାର ଅନାମିକା ସିଂ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ପଲ୍ୟୁଶନ ସାର୍ଟିଫିକେଟକୁ ନେଇ ବଡ଼ ବୟାନ ଦେଲେ ମନ୍ତ୍ରୀ: କହିଲେ ଏଣିକି ଲାଗିବ…

ଭୁବନେଶ୍ୱର, ୨୭।୧୨: ବର୍ତ୍ତମାନ ପ୍ରଦୂଷଣ ପ୍ରମାଣ ପତ୍ର ପାଇଁ ସବୁଠି ଲମ୍ବା ଲାଇନ୍‌। ସରକାର ସମୟ ସୀମା ବୃଦ୍ଧି କରିଥିବା ବେଳେ ପରିବହନ ମନ୍ତ୍ରୀ ବିଭୂତି...

ପାଖେଇ ଆସୁଛି ନୂଆବର୍ଷ, ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ନେଲା ବଡ଼ ନିଷ୍ପତ୍ତି

ପୁରୀ,୨୭।୧୨: ଡିସେମ୍ବର ମାସର ଶେଷ ଦିନଗୁଡ଼ିକରେ ପୁରୀ ଜଗନ୍ନାଥ ଧାମରେ ଭକ୍ତଙ୍କ ସଂଖ୍ୟାରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହୋଇଛି। ଅଧିକାରୀଙ୍କ ଅନୁଯାୟୀ, ଏହି ବର୍ଦ୍ଧିତ ଭିଡ଼...

ଶ୍ରୀମନ୍ଦିରରେ ମୁଖ୍ୟ ନିର୍ବାଚନ କମିଶନର: ପରିବାର ସହ ମହାପ୍ରଭୁଙ୍କୁ କଲେ ଦର୍ଶନ

ପୁରୀ,୨୭।୧୨: ମୁଖ୍ୟ ନିର୍ବାଚନ କମିଶନ ଜ୍ଞାନେଶ କୁମାର ଶନିବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହିତ ଆର୍ଶୀବାଦ ଲାଭ କରିଛନ୍ତି । ମୁଖ୍ୟ...

ବନ୍ଧାହେଲେ କୋଟିପତି ଫରେଷ୍ଟର

ଭୁବନେଶ୍ୱର,୨୭।୧୨: କୋରାପୁଟ ଜିଲା ସେମିଳିଗୁଡ଼ା ଫରେଷ୍ଟର ନିରଞ୍ଜନ ଶତପଥୀ ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି।...

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri