ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀରେ ଅଧିକାରୀ

ବାଲେଶ୍ୱର ଅଫିସ, ୨୨।୫-ବାଲେଶ୍ୱର ଜିଲାରେ ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀକୁ ପ୍ରଶାସନିକ ଅଧିକାରୀମାନେ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରୁଛନ୍ତି। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କଠାରୁ ନିର୍ଦ୍ଦେଶ ପାଇବା ପରେ ପ୍ରତ୍ୟେକ ବ୍ଲକର ତହସିଲଦାର, ବିଡିଓ ଟିମ୍‌ ଗଠନ କରି ବାତ୍ୟା ଆଶ୍ରୟସ୍ଥଳୀକୁ ଯାଇ ସ୍ଥିତି ପରଖିଛନ୍ତି।
ବାତ୍ୟା ପୂର୍ବରୁ ବ୍ଲକରେ ଥିବା ପ୍ରତ୍ୟେକ ବାତ୍ୟା ଆଶ୍ରୟସ୍ଥଳୀରେ ଭିତ୍ତିଭୂମି ଠିକ୍‌ଠାକ୍‌ ରହିଛି କି ନାହଁି ଅନୁଧ୍ୟାନ କରାଯାଇଛି। ସଦର ବ୍ଲକରେ ବିଡିଓ, ଅତିରିକ୍ତ ବିଡିଓ, ଅତିରିକ୍ତ ତହସିଲଦାରଙ୍କୁ ନେଇ ୪ଟି ଟିମ୍‌ ଗଠନ କରାଯାଇ ଅଲଗା ଅଲଗା ବାତ୍ୟା ଆଶ୍ରୟସ୍ଥଳୀକୁ ଯାଇ ଲୋକେ ରହିବା ଭଳି ସ୍ଥିତି ଯଥା-ପାନୀୟଜଳ, ଘରର ଅବସ୍ଥା, ଝରକା ଓ କବାଟ, ଶୌଚାଳୟ, ବିଦ୍ୟୁତ୍‌, ସଫାସୁତୁରା ଆଦିର ଅନୁଧ୍ୟାନ କରାଯାଉଛି। କୌଣସି ସ୍ଥାନରେ ଅସୁବିଧା ଥିଲେ ଜରୁରୀକାଳୀନ ଭିତ୍ତିରେ ସଜଡ଼ାଯିବାର ବ୍ୟବସ୍ଥା ହୋଇଛି। ମୁଖ୍ୟତଃ ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ ଦିଆଯାଉଛି। ସଦର ତହସିଲରେ ପୂର୍ବରୁ ସମସ୍ତ ବାତ୍ୟା ସମୟରେ ପ୍ରାୟ ୮ହଜାର ଲୋକଙ୍କୁ ସ୍ଥାନାନ୍ତରିତ କରାଯାଉଥିବା ବେଳେ ଚଳିତବର୍ଷ କୋଭିଡ୍‌-୧୯ ଗାଇଡ୍‌ଲାଇନ୍‌କୁ ଲକ୍ଷ୍ୟରେ ରଖି ୧୯ହଜାର ଲୋକଙ୍କୁ ସ୍ଥାନାନ୍ତରିତ କରାଯିବାର ଲକ୍ଷ୍ୟ ରଖାଯାଇଛି। ସେଥିପାଇଁ ସଦର ବ୍ଲକରେ ଥିବା ୩୧ ମଲ୍ଟି ପରପଜ ବାତ୍ୟା ଆଶ୍ରୟସ୍ଥଳୀ ସହ ୭୯ ସେଣ୍ଟର ଚିହ୍ନଟ କରାଯାଇ ବିଭିନ୍ନ ଦାୟିତ୍ୱ ନେବା ପାଇଁ ଟିମ୍‌ ଗଠନ କରାଯାଇଛି। ସରକାରଙ୍କ ସତର୍କତା ନିୟମକୁ ଅବଲମ୍ବନ କରି ଜିରୋ କାଜୁଆଲିଟି ରଖିବା ସହିତ ସମସ୍ତଙ୍କୁ ସୁରକ୍ଷିତ ରଖିବା ପାଇଁ ବ୍ୟବସ୍ଥା କରାଯାଉଛି। ପ୍ରତ୍ୟେକ ଆଶ୍ରୟସ୍ଥଳୀରେ ପ୍ରାୟ ଭିତ୍ତିଭୂମି ଭଲ ରହିଛି। ସାନିଟାଇଜ୍‌ କରାଯିବ। ଯଦି ବାତ୍ୟା ଉଗ୍ରରୂପ ନେଇ ବିଦ୍ୟୁତ୍‌ ସରବରାହରେ ବ୍ୟାଘାତ ହେଲେ ଡିଜିର ବ୍ୟବସ୍ଥା ପାଇଁ ପ୍ରସ୍ତୁତ ରହିଛି ବୋଲି ସଦର ତହସିଲଦାର ଅନାମିକା ସିଂ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri