ତତ୍ପରତାର ସହ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ

ଅନୁଗୋଳ ଅଫିସ,୩ା୧୨(ଡି.ଏନ୍‌.ଏ.): ଉତ୍ତରାଞ୍ଚଳ ରାଜସ୍ବ କମିଶନର ଡ. ସୁରେଶ ଚନ୍ଦ୍ର ଦଳେଇ ଶୁକ୍ରବାର ଅନୁଗୋଳ ଜିଲା ଗସ୍ତରେ ଆସି ଜିଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ବିଭିନ୍ନ ବିଭାଗର କାର୍ଯ୍ୟାବଳୀ ନିରୀକ୍ଷଣ କରିଥିଲେ। ସରକାରଙ୍କ ଜନହିତକର ଯୋଜନାଗୁଡିକ କିପରି ଜନସାଧାରଣଙ୍କ ନିକଟରେ ପହଞ୍ଚାଯାଇପାରିବ ସେଥିପାଇଁ ବିଭାଗୀୟ ଅଧିକାରୀମାନେ ତତ୍ପରତାର ସହ କାର୍ଯ୍ୟ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ଜିଲାରେ କିପରି ଅଧିକ ଛାତ୍ରୀଛାତ୍ର ଏ-୧, ଏ-୨ ଗ୍ରେଡ୍‌ରେ ପାସ୍‌ କରିପାରିବେ, ସେଥିପାଇଁ ଜିଲା ଶିକ୍ଷା ଅଧିକାରୀ ଓ ଜିଲା ମଙ୍ଗଳ ଅଧିକାରୀଙ୍କୁ ବିଭିନ୍ନ ପଦକ୍ଷେପ ନେବା ସହିତ ମେଧାବୀ ଛାତ୍ରୀଛାତ୍ରମାନଙ୍କ ପାଇଁ ସ୍ବତନ୍ତ୍ର କୋଚିଂ ବ୍ୟବସ୍ଥା କରାଇବାକୁ ପରାମର୍ଶ ଦେଇଥିଲେ। ଢେଙ୍କାନାଳ – ଅନୁଗୋଳ ଦେଇ ଯାଇଥିବା ଜାତୀୟ ରାଜପଥଗୁଡ଼ିକର ସମସ୍ୟା ଏବଂ ନୂତନ ରାସ୍ତା କାର୍ଯ୍ୟ ଯଥାଶୀଘ୍ର ଶେଷ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥିସହିତ ବଅଁରପାଳ-ପାଲଲହଡା ରାସ୍ତାର ବିଭିନ୍ନ ସମସ୍ୟା ଓ ସମାଧାନ ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରିଥିଲେ। ସେହିପରି ସ୍ବାସ୍ଥ୍ୟ ବିଭାଗର ସମସ୍ତ ସବ୍‌ସେଣ୍ଟରରେ ପାନୀୟ ଜଳ ଯୋଗାଣ ଓ ବିଜୁଳି ସଂଯୋଗୀକରଣ ଉପରେ ରାଜସ୍ବ କମିଶନର ଆଲୋକପାତ କରିଥିଲେ। କୃଷି, ମତ୍ସ୍ୟ, ଜଳ ବିଭାଜିକା, ଉଦ୍ୟାନ ବିଭାଗ ଓ ଜଳସେଚନ ଆଦି ବିଭିନ୍ନ ବିଭାଗର କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିବା ସହିତ ବିଭାଗୀୟ ଅଧିକାରୀମାନଙ୍କୁ କାର୍ଯ୍ୟ ତ୍ୱରାନ୍ବିତ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହି ସମୀକ୍ଷା କାର୍ଯ୍ୟକ୍ରମରେ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଅତିରିକ୍ତ ଜିଲାପାଳ (ସାଧାରଣ) ରଜନୀକାନ୍ତ ସ୍ବାଇଁ, ଅତିରିକ୍ତ ଜିଲାପାଳ (ରାଜସ୍ବ) ସନ୍ତୋଷ କୁମାର ପ୍ରଧାନ, ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଳିତ ମୋହନ ବେହେରା, ଅନୁଗୋଳ ଉପଜିଲାପାଳ ବଇତୁରା ଦିପ, ତାଳଚେର ଉପଜିଲାପାଳ ବିଶ୍ବ ରଞ୍ଜନ ରଥ, ଆଠମଲ୍ଲିକ ଉପଜିଲାପାଳ ତରଣୀ ସୁନା, ପାଲଲହଡା ଉପଜିଲାପାଳ ସୁଶାନ୍ତ କୁମାର ପତି, ଜିଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନ ଓ ସମସ୍ତ ତହସିଲଦାରଙ୍କ ସମେତ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀ ଓ କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri