ତତ୍ପରତାର ସହ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ

ଅନୁଗୋଳ ଅଫିସ,୩ା୧୨(ଡି.ଏନ୍‌.ଏ.): ଉତ୍ତରାଞ୍ଚଳ ରାଜସ୍ବ କମିଶନର ଡ. ସୁରେଶ ଚନ୍ଦ୍ର ଦଳେଇ ଶୁକ୍ରବାର ଅନୁଗୋଳ ଜିଲା ଗସ୍ତରେ ଆସି ଜିଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ବିଭିନ୍ନ ବିଭାଗର କାର୍ଯ୍ୟାବଳୀ ନିରୀକ୍ଷଣ କରିଥିଲେ। ସରକାରଙ୍କ ଜନହିତକର ଯୋଜନାଗୁଡିକ କିପରି ଜନସାଧାରଣଙ୍କ ନିକଟରେ ପହଞ୍ଚାଯାଇପାରିବ ସେଥିପାଇଁ ବିଭାଗୀୟ ଅଧିକାରୀମାନେ ତତ୍ପରତାର ସହ କାର୍ଯ୍ୟ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ଜିଲାରେ କିପରି ଅଧିକ ଛାତ୍ରୀଛାତ୍ର ଏ-୧, ଏ-୨ ଗ୍ରେଡ୍‌ରେ ପାସ୍‌ କରିପାରିବେ, ସେଥିପାଇଁ ଜିଲା ଶିକ୍ଷା ଅଧିକାରୀ ଓ ଜିଲା ମଙ୍ଗଳ ଅଧିକାରୀଙ୍କୁ ବିଭିନ୍ନ ପଦକ୍ଷେପ ନେବା ସହିତ ମେଧାବୀ ଛାତ୍ରୀଛାତ୍ରମାନଙ୍କ ପାଇଁ ସ୍ବତନ୍ତ୍ର କୋଚିଂ ବ୍ୟବସ୍ଥା କରାଇବାକୁ ପରାମର୍ଶ ଦେଇଥିଲେ। ଢେଙ୍କାନାଳ – ଅନୁଗୋଳ ଦେଇ ଯାଇଥିବା ଜାତୀୟ ରାଜପଥଗୁଡ଼ିକର ସମସ୍ୟା ଏବଂ ନୂତନ ରାସ୍ତା କାର୍ଯ୍ୟ ଯଥାଶୀଘ୍ର ଶେଷ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥିସହିତ ବଅଁରପାଳ-ପାଲଲହଡା ରାସ୍ତାର ବିଭିନ୍ନ ସମସ୍ୟା ଓ ସମାଧାନ ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରିଥିଲେ। ସେହିପରି ସ୍ବାସ୍ଥ୍ୟ ବିଭାଗର ସମସ୍ତ ସବ୍‌ସେଣ୍ଟରରେ ପାନୀୟ ଜଳ ଯୋଗାଣ ଓ ବିଜୁଳି ସଂଯୋଗୀକରଣ ଉପରେ ରାଜସ୍ବ କମିଶନର ଆଲୋକପାତ କରିଥିଲେ। କୃଷି, ମତ୍ସ୍ୟ, ଜଳ ବିଭାଜିକା, ଉଦ୍ୟାନ ବିଭାଗ ଓ ଜଳସେଚନ ଆଦି ବିଭିନ୍ନ ବିଭାଗର କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିବା ସହିତ ବିଭାଗୀୟ ଅଧିକାରୀମାନଙ୍କୁ କାର୍ଯ୍ୟ ତ୍ୱରାନ୍ବିତ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହି ସମୀକ୍ଷା କାର୍ଯ୍ୟକ୍ରମରେ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଅତିରିକ୍ତ ଜିଲାପାଳ (ସାଧାରଣ) ରଜନୀକାନ୍ତ ସ୍ବାଇଁ, ଅତିରିକ୍ତ ଜିଲାପାଳ (ରାଜସ୍ବ) ସନ୍ତୋଷ କୁମାର ପ୍ରଧାନ, ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଳିତ ମୋହନ ବେହେରା, ଅନୁଗୋଳ ଉପଜିଲାପାଳ ବଇତୁରା ଦିପ, ତାଳଚେର ଉପଜିଲାପାଳ ବିଶ୍ବ ରଞ୍ଜନ ରଥ, ଆଠମଲ୍ଲିକ ଉପଜିଲାପାଳ ତରଣୀ ସୁନା, ପାଲଲହଡା ଉପଜିଲାପାଳ ସୁଶାନ୍ତ କୁମାର ପତି, ଜିଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନ ଓ ସମସ୍ତ ତହସିଲଦାରଙ୍କ ସମେତ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀ ଓ କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri