ଅନିୟମିତତା ଅଭିଯୋଗ ପ୍ରମାଣିତ ହେଲେ ବନ୍ଦ ହେବ ଅଧିକାରୀଙ୍କ ଦରମା

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଏବଂ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସାମାଜିକ ସମୀକ୍ଷା ଉତ୍ତରଦାୟିତ୍ୱ ଓ ସ୍ବଚ୍ଛତା ସମିତି ଆନୁକୂଲ୍ୟରେ ଆୟୋଜିତ ଶିବିରରେ ଅତିରିକ୍ତ ଜିଲାପାଳ ପ୍ରମୋଦ କୁମାର ପୃଷ୍ଟି ଯୋଗ ଦେଇଥିବା ବେଳେ ବ୍ଲକ ଅଧ୍ୟକ୍ଷ ସିମାଞ୍ଚଳ ପାତ୍ର, ଜିଲା ସାମାଜିକ ସମୀକ୍ଷକ ରବୀନ୍ଦ୍ରନାଥ ମଲାଣ, ବ୍ଲକ ହିସାବ ରକ୍ଷକ ସଞ୍ଜିତ ସୁମନ, ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ କୋରେଶୁ ସେଠୀ ପ୍ରମୁଖ ମଞ୍ଚାସିନ ଥିଲେ। ସାନଖେମୁଣ୍ଡି ବ୍ଲକରେ ୨୦୨୫-୨୬ ଆର୍ଥିକ ବର୍ଷ ଏପ୍ରିଲ ୧ରୁ ସେପ୍ଟେମ୍ବର ୩୦ ସୁଦ୍ଧା ଏମ୍‌ଜିଏନ୍‌ଆରଜିଏସ୍‌ ଯୋଜନାରେ କାର୍ଯ୍ୟକାରୀ ହୋଇଥିବା ବିଭିନ୍ନ ଜନ କଲ୍ୟାଣ ଯୋଜନା ଉପରେ ବ୍ଲକ ସାମାଜିକ ସମୀକ୍ଷକ ମନୋଜ କୁମାର ବିଷୋୟୀ ବିବରଣୀ ପାଠ କରିଥିଲେ।

ମହାତ୍ମାଗାନ୍ଧୀ ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ଶ୍ରମ ଦିବସ ଲକ୍ଷଧାର୍ଯ୍ୟ ୫ଲକ୍ଷ ୨୧ ହଜାର ୭୦୭ ରହିଥିବା ବେଳେ ୬ ଲକ୍ଷ ୨୦ ହଜାର ୮୮୪ ଶ୍ରମ ଦିବସ ସୃଷ୍ଟି କରାଯାଇଛି । ଧାର୍ଯ୍ୟ ଲକ୍ଷ୍ୟଠାରୁ ଅଧିକ ୧୧୯ ପ୍ରତିଶତ ହୋଇଛି। ୨୪୪ଜଣ ଶ୍ରମିକ ୧୦୦ ଦିନ କାମ ପାଇଥିବା ନେଇ ଶିବିରରେ ରିପୋର୍ଟ ଉପସ୍ଥାପନ କରାଯାଇଥିଲା।

ଶିବିର ପ୍ରାରମ୍ଭରେ ବ୍ଲକ ଅଧୀନ ୨୬ ପଞ୍ଚାୟତରେ ୧୩୪ଟି ପ୍ରକଳ୍ପ ନିର୍ମାଣ ସ୍ଥଳରେ ସୂଚନା ଫଳକ ନ ଥିବା ସହ ଆବଶ୍ୟକ ମଞ୍ଜୁରୀ ନ ଥାଇ କାମ ନ ହୋଇ ପ୍ରାପ୍ୟ ପ୍ରଦାନ କରାଯାଇଥିବା ନେଇ ଅଭିଯୋଗ ହେବା ପରେ ଅତିରିକ୍ତ ଜିଲାପାଳ ବିରକ୍ତି ପ୍ରକାଶ କରିବା ସହ ୭ ଦିନ ମଧ୍ୟରେ କାର୍ଯ୍ୟ ସମ୍ପାଦନ କରିବାକୁ ତାଗିଦ କରିଥିଲେ। ଅନିୟମିତତା ପ୍ରମାଣିତ ହେଲେ ପ୍ରତି ପଞ୍ଚାୟତ ଦାୟିତ୍ୱରେ ଥିବା ଯନ୍ତ୍ରୀ, ପିଇଓ, ଡିଇଓଙ୍କ ଦରମା ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନ ଶୁଣାଣି ପାଇଁ କାର୍ଯ୍ୟାଳୟ ପକ୍ଷରୁ କାହାରିକୁ ସୂଚନା ଦିଆଯାଇ ନ ଥିବା ଅଭିଯୋଗ ହୋଇଥିଲା।

ଶିବିରରେ ନିର୍ବାଚିତ ସରପଞ୍ଚ, ସମିତି ସଭ୍ୟ, ଜିଲା ପରିଷଦ ସଦସ୍ୟ ଅନୁପସ୍ଥିତ ଥିବା ବେଳେ ସେମାନଙ୍କ ପ୍ରତିନିଧିମାନେ ଉପସ୍ଥିତ ଥିଲେ। ଏନେଇ ଅତିରିକ୍ତ ଜିଲାପାଳ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଶିକ୍ଷା ବିଭାଗ ଅଧୀନରେ ବିଦ୍ୟାଳୟଗୁଡିକରେ ଶୌଚାଳୟ ନିର୍ମାଣ କରାଯାଇଛି। କିନ୍ତୁ ଠିକାଦାରମାନଙ୍କୁ ସେମାନଙ୍କ ପ୍ରାପ୍ୟ ମିଳି ନ ଥିବାରୁ ଶୌଚାଳୟଗୁଡିକରେ ତାଲା ପଡିଛି। ଏନେଇ ଛାତ୍ରୀଛାତ୍ରମାନେ ଅସୁବିଧାର ସମ୍ମୁଖିନ ହେଉଛନ୍ତି। ଏନେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ସହ ପ୍ରତି ସ୍କୁଲରେ ବିଶୁଦ୍ଧ ପାନୀୟ ଜଳର ବ୍ୟବସ୍ଥା ପାଇଁ ସେ ଉପସ୍ଥିତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ପଞ୍ଚାୟତ ଗୁଡିକରେ ନିର୍ମାଣ କାର୍ଯ୍ୟ ହୋଇଥିବା ପ୍ରକଳ୍ପ ବାବଦରେ ମେଟେରିଆଲ ବିଲ ପାସ୍‌ ସମ୍ପର୍କରେ ଉପସ୍ଥିତ ବ୍ଲକ ଅଧ୍ୟକ୍ଷ ଏବଂ ଜନପ୍ରତିନିଧି ଅତିରିକ୍ତ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏନେଇ ଜିଲାପାଳଙ୍କ ସହ ଆଲୋଚନା କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ।

ବ୍ଲକ ହିସାବ ରକ୍ଷକ ସଞ୍ଜିତ ସୁମନଙ୍କ ସଂଯୋଜନାରେ ଅନୁଷ୍ଠିତ ଶିବିରରେ ମୃତ୍ତିକା ସଂରକ୍ଷଣ ବିଭାଗ ସହକାରୀ ନିର୍ଦ୍ଦେଶିକା ଇପ୍‌ଶିତା ମିଶ୍ର, ଦିଗପହଣ୍ଡି ବନ ବିଭାଗ ରେଞ୍ଜର ଦିବ୍ୟ ରଞ୍ଜନ ସାହୁଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ରହି ସମସ୍ତଙ୍କ ସହଯୋଗ ଓ ଭାଗିଦାରୀରେ ଆଗାମୀ ଦିନରେ ଭିଭିଜିରାମଜି ଯୋଜନା କାର୍ଯ୍ୟକାରୀ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଶିବିରରେ ଡିଇଓ, ଜିଆରଏସ୍‌, ବିଏଫଟି ବୃନ୍ଦଙ୍କ ସମେତ ବହୁ ସଂଖ୍ୟକ କର୍ମଚାରୀ ଓ ଜନ ପ୍ରତିନିଧି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri