କଳିଙ୍ଗନଗର ପୁସ୍ତକ ମେଳାକୁ ସରକାରୀ ସ୍ବୀକୃତି

ଯାଜପୁର ରୋଡ୍‌,୩ା୧୨(ଡି.ଏନ.ଏ.): ୭ମ କଳିଙ୍ଗନଗର ପୁସ୍ତକ ମେଳାକୁ ସରକାରୀ ସ୍ବୀକୃତି ମିଳିଛି। ଏହିକ୍ରମରେ ଶୁକ୍ରବାର କଳିଙ୍ଗନଗର ଉନ୍ନୟନ କର୍ତ୍ତୃପକ୍ଷ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ କଳିଙ୍ଗନଗର ଅତିରିକ୍ତ ଜିଲାପାଳ ସନ୍ତୋଷ କୁମାର ମିଶ୍ର ସୂଚନା ଦେଇଛନ୍ତି। ଚଳିତ ମାସ ୧୭ରୁ ୨୨ ତାରିଖ ପର୍ଯ୍ୟନ୍ତ ଚୋରଦା କାଳୀ ମେଳଣ ପଡ଼ିଆରେ ରାଜ୍ୟସ୍ତରୀୟ ପୁସ୍ତକ ମେଳା ଅନୁଷ୍ଠିତ ହେବ। ଏଥିରେ ରାଜ୍ୟ ଓ ବାହାରୁ ବହୁ ସୁନାମଧନ୍ୟ ପୁସ୍ତକ ବିକ୍ରେତା ଓ ପ୍ରକାଶକ ସାମିଲ ହେବେ। ଏପରିକି ରାଜ୍ୟ ତଥା ଜିଲା ସ୍ତରୀୟ କବି, ଲେଖକ ତଥା ପ୍ରଶାସକମାନେ ଯୋଗଦେବେ। ୫୦ରୁ ଊର୍ଦ୍ଧ୍ୱ ବୁକ୍‌ଷ୍ଟଲ୍‌ ଖୋଲିବ। ସୂଚନାଯୋଗ୍ୟ ଯେ, ଏ ବର୍ଷ ପୁସ୍ତକମେଳାକୁ ଜିଲା ସଂସ୍କୃତି ବିଭାଗ ତତ୍ତ୍ୱାବଧାନରେ ପରିଚାଳନା କରିବାକୁ ଜିଲାପାଳଙ୍କ ଅନୁମୋଦନ କ୍ରମେ କଳିଙ୍ଗନଗର ଅତିରିକ୍ତ ଜିଲାପାଳ ଏହି ବୈଠକ ଆୟୋଜନ କରିଛନ୍ତି। ଅଞ୍ଚଳର ସମସ୍ତ ସ୍କୁଲ କଲେଜ, ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀଶିକ୍ଷକ, କବି ଲେଖକ ଓ ସାହିତି୍ୟକ, ସଂସ୍କୃତି ଓ କଳା କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ବ୍ୟକ୍ତିତ୍ୱମାନଙ୍କୁ ମେଳାରେ ସମ୍ବର୍ଦ୍ଧିତ କରାଯିବ। ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୌଦ୍ଧିକ, କଳା ଓ ସାଂସ୍କୃତିକ ପ୍ରତିଯୋଗିତା ଅନୁଷ୍ଠିତ ହେବ। ବୈଠକରେ ପୁସ୍ତକ ମେଳା କମିଟି ସଭାପତି ବିଦ୍ୟାଧର ମହାନ୍ତି, ସାଧାରଣ ସମ୍ପାଦକ ଡ. କୁଶଚନ୍ଦ୍ର ପ୍ରଧାନ, ସବିତା ରାଉତ, ବିବେକାନନ୍ଦ ମହାନ୍ତି, ଧରିତ୍ରୀର ଜିଲା ପ୍ରତିନିଧି ହର୍ଷବର୍ଦ୍ଧନ ବେହେରାଙ୍କ ସମେତ ଅଭିମନ୍ୟୁ ମିଶ୍ର, ପବିତ୍ର ରଂଜନ ମହାନ୍ତି, ଚନ୍ଦ୍ରମଣି ସାମଲ, ଜ୍ଞାନରଞ୍ଜନ ରାଉତ, ଶିଶିର କୁମାର ରାଉତ, ଅଶ୍ୱିନୀ କୁମାର ଦାସ, ଦୁଷ୍ମନ୍ତ କୁମାର ରାଉତ, ବ୍ରଜେଶ୍ୱରୀ ସିଂହ, ବୀରକିଶୋର ସାହୁ ପ୍ରମୁଖ ଯୋଗଦେଇଥିଲେ। ପ୍ରଶାସନ ତରଫରୁ ଯାଜପୁର ରୋଡ୍‌ ଆଦର୍ଶ ଥାନାର ଭାରପ୍ରାପ୍ତ ଅଧିକାରୀ ଉପେନ୍ଦ୍ର କୁମାର ପ୍ରଧାନ, ଅଗ୍ନିଶମ ଅଧିକାରୀ ପ୍ରଭାକର ସାହୁ, ବ୍ୟାସନଗର ପୌର ପରିଷଦର ବରିଷ୍ଠ କର୍ମଚାରୀ ସୁଶାନ୍ତ କୁମାର ମଲ୍ଲିକ, ଟାଟା ପାୱାରର କନିଷ୍ଠ ଯନ୍ତ୍ରୀ ପ୍ରଦ୍ୟୁମ୍ନ କୁମାର ବରାଳ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଡ. ଅକ୍ଷୟ କୁମାର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ଜିଲା ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ନୂଆ ଟିମ ଘୋଷିତ

ମୋହନା,୨।୭,( ମନ୍ମଥ ମିଶ୍ର ): ଭାରତୀୟ ଜନତା ପାର୍ଟିର ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ସୁପାରିଶ ଓ ଗଜପତି ଜିଲା ସଭାପତି ନବ କିଶୋର…

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…

ଜାତୀୟ ରାଜପଥର ଫୁଟ୍‌ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…

ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍‌ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ…

ଜାପାନ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚିଙ୍କୁ ‘ସାନ ଭଉଣୀ’ ବୋଲି କାହିଁକି କହିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ

ନୂଆଦିଲ୍ଲୀ,୨।୭: ଭାରତ ଏବଂ ଜାପାନ ମଧ୍ୟରେ ସମ୍ପର୍କକୁ ଗୁରୁବାର ଏକ ଗଭୀର ବ୍ୟକ୍ତିଗତ ଏବଂ ଭାବପ୍ରବଣ ମୁହୂର୍ତ୍ତ ଭାବରେ ଚିହ୍ନିତ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଥର…

ଅଙ୍ଗନଓ୍ବାଡ଼ି ପାଚିକାଙ୍କୁ ରୋଷେଇ କରିବାକୁ ବିରୋଧ, ଅଭିଯୋଗ ଆଣି କହିଲେ ମୋ’ ହାତରୁ…

ଝାରବନ୍ଧ,୨ା୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନର୍ଗତ ଦଓ୍ବୋନପାଲି ଗ୍ରାମରେ ଜାତିବାଦକୁ ନେଇ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଦଓ୍ବୋନପାଲି ଗ୍ରାମରେ…

ଶରଦ ପାୱାରଙ୍କ NCP-SPର କଂଗ୍ରେସ ସହିତ ମିଶ୍ରଣକୁ ନେଇ ଆସିଲା ବଡ଼ ଅପଡେଟ, ଦଳୀୟ ନେତା କହିଲେ…

ନୂଆଦିଲ୍ଲୀ,୨।୭: ମହାରଷ୍ଟ୍ର କଂଗ୍ରେସ ନେତା ନାନା ପାଟୋଲେ କହିଛନ୍ତି ଯେ ଶରଦ ପାୱାରଙ୍କ ଦଳର କଂଗ୍ରେସ ସହିତ ମିଶ୍ରଣ ସମ୍ପର୍କରେ କୌଣସି ଆଲୋଚନା ହେଉନାହିଁ। ସେ ଏହି…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହିତ ଜଡିତ ସମସ୍ତ ଟ୍ରେଡ ଡିଲ୍‌ କେବଳ ଗୁଜବ; ମୁମ୍ବାଇ ଇଣ୍ଡିଆନ୍ସରୁ ଆସୁଥିବା ଖବର ଆପଣଙ୍କ ହୋସ୍‌ ଉଡାଇ ଦେବ

ନୂଆଦିଲ୍ଲୀ,୨।୭: ୨୦୨୪ ପରି, ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଆଲୋଚନାର ବିଷୟ ପାଲଟିଛନ୍ତି। ତିନି ବର୍ଷ ପୂର୍ବେ ମୁମ୍ବାଇ ଇଣ୍ଡିଆନ୍ସ ଏକ ଟ୍ରେଡ ଡିଲ୍‌ ମାଧ୍ୟମରେ ହାର୍ଦ୍ଦିକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri