କାଳବୈଶାଖୀ କ୍ଷୟକ୍ଷତି ଆକଳନ କଲେ ଅଧିକାରୀ

ବୈଶିଙ୍ଗା,୨୫ା୩(ଡି.ଏନ.ଏ.): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଅଞ୍ଚଳରେ ଗତ ତିନିଦିନ ତଳେ ତାଣ୍ଡବ ରଚିଥିଲା। ଏଥିରେ ବୈଶିଙ୍ଗା ଥାନା ଅନ୍ତର୍ଗତ ପାଟଳିପୁରା ପଞ୍ଚାୟତର ବୁଢ଼ାବଳଙ୍ଗ ନଦୀ ଅବବାହିକା ଓ ଏହାର ଆଖପାଖ ଅଞ୍ଚଳରେ ହୋଇଥିବା ପନିପରିବା ଚାଷ କ୍ଷତିଗ୍ରସ୍ତ ହୋଇଥିଲା। ଏଥି ସହିତ ଦୁଇ ଦିନ ଧରି ବିଦ୍ୟୁତ ସରବରାହ ଠପ୍‌ ହୋଇଯାଇଥିଲା। ଗୁରୁବାର ସରକାରୀ ଅଧିକାରୀମାନେ ଅଞ୍ଚଳ ବୁଲି କ୍ଷୟକ୍ଷତି ଅନୁଧ୍ୟାନ କରିଥିଲେ। ପାଟଳିପୁରା ରାଜସ୍ବ ନିରୀକ୍ଷକ ଶଶଧର ବିନ୍ଧାଣୀ, କୃଷି ବିଭାଗର କର୍ମଚାରୀ ଦେବାଶିଷ ନାୟକ, ଉଦ୍ୟାନ କୃଷି ବିଭାଗର ଗିରିଜା ଶଙ୍କର ପଣ୍ଡା ଓ ପାଟଳିପୁରା ସରପଞ୍ଚ ମମତା ନାୟକ ପ୍ରମୁଖ ନାଖରା, ଡେଁଫୌଦା, ଦେଓପଡ଼ା, ସୋରିଷକୋଠା, ବଡଖିରପଦା, ଶଙ୍କରପୁର ଅଞ୍ଚଳରେ କ୍ଷତି ହୋଇଥିବା ବାଇଗଣ, ବିଲାତି, କଲରା, ଭେଣ୍ଡି, ଜହ୍ନି, ବୋଇତାଳୁ କ୍ଷେତ ବୁଲି ଦେଖିଥିଲେ। ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି ହୋଇଥିବା ଆକଳନରୁ ଜଣାପଡ଼ିଛି। କ୍ଷତି ହୋଇଥିବା ଚାଷୀ ବ୍ରଜକିଶୋର ପ୍ରଧାନ, ମନୋରଞ୍ଜନ ବେହେରା, ଶିବନାରାୟଣ ପ୍ରଧାନ, ରତ୍ନାକର ପ୍ରଧାନ, ନିରଞ୍ଜନ ସାହୁ, ଗଙ୍ଗାଧର ସିଂ, ଲକ୍ଷ୍ମୀମଣୀ ସାହୁ, ବିନ ସିଂ, ସଞ୍ଜୟ ଘଡ଼େଇ, ପ୍ରଦୀପ ଦାସ, ଗୋପୀନାଥ ଜେନା, କୃଷ୍ଣଚନ୍ଦ୍ର ପାଳ, ଗୋବର୍ଦ୍ଧନ ସାହୁ, ଚକ୍ରଧର ଜେନା, ଅଜିତ ଜେନା, ସର୍ବେଶ୍ୱର ଜେନା, ଗୋପୀନାଥ ସାହୁ ପ୍ରମୁଖ କ୍ଷତିପୂରଣ ପାଇବା ପାଇଁ ଗୁହାରୀ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri