ଓଡିଆ ପକ୍ଷ ପାଳନ କାର୍ଯ୍ୟକ୍ରମକୁ ଆସିଲେନି ଅଧିକାରୀ: ବ୍ଲକ କର୍ମଚାରୀଙ୍କୁ ନେଇ ଐତିହ୍ୟ ଗଣଦୌଡ଼

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଓଡ଼ିଶା ପାଳୁଛି ଓଡ଼ିଆ ପକ୍ଷ। ଏଥିପାଇଁ ପଲ୍ଲୀଠାରୁ ରାଜ୍ୟର ରାଜଧାନୀ ପର୍ଯ୍ୟନ୍ତ ଏହି ପକ୍ଷକୁ ବଡ଼ ଧୁମଧାମ୍‌ରେ ପାଳନ କରାଯାଉଛି। ଓଡ଼ିଆ ଅସ୍ମିତା ଓଡିଶାର ପରମ୍ପରା ସଂସ୍କୃତି, ଐତିହକୁ ପୁନଃରୁଦ୍ଧାର କରିବା ପାଇଁ ପାରମ୍ପରିକ ପୋଷାକ ପରିଧାନଠାରୁ ଆରମ୍ଭ କରି ଖାଦ୍ୟ, ଚଳଣି ଆଦିକୁ ପୁଣି ଉଜ୍ଜୀଜିତ କରିବାକୁ ପ୍ରୟାସ କରାଯାଉଛି। ରାଜ୍ୟ ସରକାର ଏହାର ଗୁରୁତ୍ୱ ଦେଉଛନ୍ତି। କିନ୍ତୁ ଏହାର ବ୍ୟତିକ୍ରମ ଦାରିଙ୍ଗବାଡିରେ ଦେଖିବାକୁ ମିଳିଛି।
ବ୍ଲକ କାର୍ଯ୍ୟାଳୟ ପକ୍ଷରୁ ଶନିବାର ସକାଳ ୬.୩୦ରେ ଓଡ଼ିଆ ପକ୍ଷ ପାଳନ ପାଇଁ ପୂର୍ବରୁ ସମସ୍ତ ବିଭାଗ ତଥା ପୋଲିସ ବିଭାଗ ସମେତ ବିଇଓ ଅଫିସ, ତହସିଲ ଅଫିସ, ବନ ବିଭାଗ, ସିଡିପିଓ ଅଫିସ ସମେତ ସମସ୍ତ ବିଭାଗର ଅଧିକାରୀଙ୍କୁ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରି ଐତିହ୍ୟ ଗଣଦୌଡ଼ରେ ସାମିଲ ହେବାକୁ ନିବେଦନ କରାଯାଇଥିଲା। କିନ୍ତୁ ଏହି ଓଡ଼ିଆ ପକ୍ଷ ପାଳନ କାର୍ଯ୍ୟକ୍ରମକୁ କୌଣସି ବିଭାଗ ଗୁରୁତ୍ୱ ଦେଇନଥିବା ନେଇ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି। ଏହି ଗଣଦୌଡରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ ଯୋଗଦେଇ ଏହାକୁ ଉଦଘାଟନ କରିଥିବାବେଳେ ହାତ ଗଣତି ବ୍ଲକ କର୍ମଚାରି ଯୋଗଦାନ କରି ଥିଲେ। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲି, ବିଏସଏସଓ କ୍ଷେତିଶ ପ୍ରିୟଦର୍ଶି ସାହୁ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ବ୍ଲକ କାର୍ଯ୍ୟାଳୟରୁ ଶିବ ମନ୍ଦିର ଛକ ପର୍ଯ୍ୟନ୍ତ ଏହି ହାତ ଗଣତି ବ୍ଲକ କର୍ମଚାରି ଓ ସ୍ଥାନୀୟ ଲୋକ ଏହି ଦୌଡରେ ସାମିଲ ହୋଇଥିଲେ। ଓଡ଼ିଆ ପକ୍ଷ ପାଳନ ଏକ ପ୍ରକାର ପ୍ରହସନ ବୋଲି ଏବେ ସାଧାରଣରେ ଚର୍ଚ୍ଚା ଜୋର ଧରିଛି। ବ୍ଲକକୁ ଛାଡିଦେଲେ କୌଣସି ବିଭାଗକୁ ଏହା କୌଣସି ପ୍ରଭାବ ପକାଉ ନ ଥିବା ନେଇ ଆଲୋଚନା ହେଉଛି।

Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri