ସରକାରୀ କଟକଣା ମାନୁନାହାନ୍ତି ଅଧିକାରୀ

ଓଡ଼ଗାଁ,୨୧ା୪ (ଆଦର୍ଶ କୁମାର ପଟ୍ଟନାୟକ)ସକାଳ ୮ଟାରୁ ପ୍ରଚଣ୍ତ ଖରାରେ ସିଝୁଛି ସାରା ଓଡ଼ିଶା। ଏଥିରୁ ନୟାଗଡ଼ ଜିଲା ଓଡ଼ଗାଁ ବାଦ ଯାଇନି। ଏପଟେ ରାଜ୍ୟ ସରକାର ସମସ୍ତ ସ୍କୁଲ, କଲେଜକୁ ଛୁଟି ଘୋଷଣା କରିଥିବା ବେଳେ ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ଶ୍ରମିକମାନେ କାର୍ଯ୍ୟ ନ କରିବା ଉପରେ କଟକଣା ଜାରି କରିଛନ୍ତି। ହେଲେ ଅଧିକାଂଶ ସ୍ଥାନରେ ସରକାରଙ୍କ ଏହି କଟକଣାକୁ ଅବମାନନା କରାଯାଉଛି। ପ୍ରଚଣ୍ଡ ଖରାରେ ମହିଳାମାନଙ୍କୁ ନେଇ ଓଡ଼ଗାଁ ରଘୁନାଥ ସମବାୟ ମହାବିଦ୍ୟାଳୟ କାର୍ଯ୍ୟରେ ନିୟୋଜିତ କରାଯାଇଛି। ଶୁକ୍ରବାର ମଧ୍ୟାହ୍ନ ସାଢେ ୧୨ଟାରେ ୧୧ଜଣ ମହିଳା ଖେଳ ପଡ଼ିଆରୁ ଘାସ ବାଛୁଥିବା ଦେଖିବାକୁ ମିଳିଥିଲା। ଗତ କିଛିଦିନ ତଳେ ଓଡ଼ଗାଁ ଏନଏସି ନୂତନ କାର୍ଯ୍ୟାଳୟ ଛାତ ଉପରେ ଶ୍ରମିକମାନେ କାମ କରୁଥିବା ବେଳେ ଶୁକ୍ରବାର କଲେଜ କାମରେ ମହିଳାଙ୍କୁ ଲଗାଇବା ସରକାରଙ୍କ କଟକଣାକୁ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବାରମ୍ବାର ଶ୍ରମିକମାନଙ୍କୁ ନେଇ କାର୍ଯ୍ୟ କରୁଥିବା ଠିକାଦାର ଓ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନ ହେବା ସମସ୍ତଙ୍କ ପାଇଁ ଚିନ୍ତାର ବିଷୟ ହୋଇଛି। ଏପଟେ ସରକାରଙ୍କ ଏହି ଘୋଷଣା କେବଳ କାଗଜକଲମରେ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି। ଖରାରୁ ନିସ୍ତାର ନ ଥିବା ବେଳେ ମହିଳାଙ୍କୁ କାର୍ଯ୍ୟରେ ଲଗାଇବା ପଛରେ କାହାରି ହାତ ରହିଛି, ଏହାର ତଦନ୍ତ ପାଇଁ ଦାବି ହୋଇଛି। ଏହି ଘଟଣାରେ ଓଡ଼ଗାଁ ତହସିଲଦାର ଡ. ମାନସ ରଞ୍ଜନ ଭୋଇ ଓ ବିଡ଼ିଓ ଜିତେନ୍ଦ୍ର କୁମାର ନାୟକଙ୍କୁ ପଚାରିବାରେ ଦିନ ୧୧ ପରେ ବାହାରେ କାମ କରିବାକୁ କଟକଣା କରାଯାଇଛି। ଏଥିରେ ଯଦି ବ୍ୟତିକ୍ରମ କରାଯାଉଛି ତା’ର ତଦନ୍ତ କରି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଉଭୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?