ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କୁ ଜରିମାନା, ଦିନକୁ କଟିବ ୨୫୦ ଟଙ୍କା

ଭୁବନେଶ୍ବର,୨୪।୮: ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଲୋକଙ୍କୁ ସେବା ଯୋଗାଇ ନଦେଲେ ସମ୍ପୃକ୍ତ ଦାୟୀ ଅଧିକାରୀଙ୍କୁ ଜରିମାନା ଗଣିବାକୁ ପଡ଼ିବ । ଏହି ଜରିମାନା ଅଧିକାରୀଙ୍କ ଦରମାରୁ କାଟି ନିଆଯିବ ।

ଓଡ଼ିଶା ଜନସେବା ଅଧିକାର ଆଇନରେ ‘ଅଟୋ ଅପିଲ୍ ସିଷ୍ଟମ’ ବ୍ୟବସ୍ଥା ଲାଗୁ ହୋଇଛି। ଏହା ମାଧ୍ୟମରେ ନିର୍ଦ୍ଧାରିତ ସମୟରେ ସେବା ନମିଳିଲେ ଆବେଦନଟି ସ୍ୱୟଂଚାଳିତ ଭାବେ ଉଚ୍ଚ ଅଧିକାରୀଙ୍କ ନିକଟକୁ ଅପିଲ୍ ପାଇଁ ଯିବ। ନୂତନ ନିୟମ ଅନୁଯାୟୀ, ସେବା ପ୍ରଦାନରେ ବିଳମ୍ବ ପାଇଁ ଦାୟୀ ଅଧିକାରୀଙ୍କ ଉପରେ ଦିନକୁ ୨୫୦ ଟଙ୍କା ହିସାବରେ ଜରିମାନା ଲାଗିପାରେ। ଏହି ଜରିମାନା ଅଧିକାରୀଙ୍କ ଦରମାରୁ କାଟି ନିଆଯିବ। ସର୍ବାଧିକ ୫ ହଜାର ଟଙ୍କା ପର୍ଯ୍ୟନ୍ତ ଜରିମାନା ଆଦାୟ କରାଯାଇପାରିବ।

ଏହି ବ୍ୟବସ୍ଥାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ସରକାରୀ ସେବା ପାଇବାରେ ଲୋକଙ୍କୁ ଅଯଥା ବିଳମ୍ବର ସମ୍ମୁଖୀନ ହେବାକୁ ନଦେବା। ଏଥିସହିତ ସେବା ପ୍ରଦାନରେ ଅଧିକାରୀମାନଙ୍କ ଦାୟିତ୍ୱବୋଧ ବଢ଼ାଇବା ଏବଂ ସରକାରୀ ବ୍ୟବସ୍ଥାକୁ ଅଧିକ ଜନମୁଖୀ କରିବା ଉପରେ ଗୁରୁତ୍ୱ ଦିଆଯାଇଛି । ସମୟସୀମାରେ ସେବା ନଦେଲେ ଏଣିକି କେବଳ ଅଭିଯୋଗ ନୁହେଁ, ଦାୟୀ ଅଧିକାରୀଙ୍କୁ ଆର୍ଥିକ ଦଣ୍ଡର ସମ୍ମୁଖୀନ ହେବାକୁ ପଡ଼ିବ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

୨,୨୪୮ କୋଟି ତୁରନ୍ତ ଫେରାଅ, ୨୧ ବିଭାଗକୁ ଅର୍ଥ ବିଭାଗର ପତ୍ର

ଭୁବନେଶ୍ୱର,୨୪ା୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୨୧ଟି ବିଭାଗ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ଅର୍ଥ ଖର୍ଚ୍ଚ କରିପାରି ନ ଥିବାରୁ ଏବେ ସମସ୍ୟା ସୃଷ୍ଟି ହୋଇଛି। ୨୦୨୫-୨୬ ଆର୍ଥିକବର୍ଷର…

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ

ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ,…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

ଶ୍ରାବଣ ମାସର ଶେଷ ସୋମବାରରେ ଅଦ୍ଭୁତ ଯୋଗ, ୪ ରାଶିଙ୍କ ଚମକିବ ଭାଗ୍ୟ

ଆଜି ଶ୍ରାବଣ ମାସର ଚତୁର୍ଥ ତଥା ଶେଷ ସୋମବାର । ଜ୍ୟୋତିଷ ମତାନୁସାରେ ଆଜିର ଦିନଟି ବେଶ୍ ଶୁଭ ରହିବ । ଶ୍ରାବଣ ସୋମବାରରେ ଏକାଧିକ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri