୯୦ ବର୍ଷ ପରେ ହୁଡ଼ିସାହିରେ ଅଧିକାରୀ

ଚମ୍ପୁଆ, ୧୪।୨(ଡି.ଏନ.ଏ.)-ସମସ୍ୟା ବହୁଳ ହୁଡିସାହି ଚମ୍ପୁଆ ଏନ୍‌ଏସିରେ ଅନ୍ତର୍ଭୁକ୍ତ ହୋଇଥିଲେ ବି ଆଜି ବି ମୌଳିକ ସୁବିଧାରୁ ବଞ୍ଚିତ। ଏନେଇ ଖବର ପ୍ରକାଶିତ ପରେ ଏନଏସି ପ୍ରଶାସନ ତପତ୍ରତା ପ୍ରକାଶ କରିଛନ୍ତି। ଦୀର୍ଘ ୯୦ ବର୍ଷ ପରେ ବର୍ତ୍ତମାନର ଏନ୍‌ଏସି ନିର୍ବାହୀ ଅଧିକାରୀ ଗୌରହରି ମହାନ୍ତ ହୁଡିସାହିରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସୁବିଧା ଅସୁବିଧା ବିଷୟରେ ଆଲୋଚନା କରିଛନ୍ତି। ସ୍ଥାନୀୟ ଗ୍ରାମବାସୀ ୯୦ ବର୍ଷ ପରେବି ଉକ୍ତ ଗାଁକୁ ରାସ୍ତା ନଥିବା ଫଳରେ ୫ କିମି ବୁଲିବାକୁ ପଡୁଥିବା ବେଳେ ରୋଗୀ ମାନଙ୍କୁ ବର୍ଷାଦିନେ ଖଟିଆରେ ବୋହିବା, ପାନୀୟ ଜଳ ସୁବିଧା ନଥିବାରୁ ୩ କି.ମି. ଦୂର ବୈତରଣୀ ନଦୀ ଉପରେ ନିର୍ଭର କରୁଥିବା ଆଦି ଅଭିଯୋଗ କରିଥିଲେ। ନିର୍ବାହୀ ଅଧିକାରୀ ମହାନ୍ତ ସ୍ଥାନୀୟ ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଡାକି ଉପୁଜୁଥିବା ସମସ୍ୟା ବିଷୟରେ ପଚାରି ବୁଝିଥିଲେ। ତୁରନ୍ତ ଉକ୍ତ ଗ୍ରାମରେ ଏକ କମ୍ୟୁନିଟି ହଲ ଓ ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଋଣ ପ୍ରଦାନ କରିବାର ପ୍ରତିଶ୍ରୁତି ଦେବା ସହିତ ସ୍ବତନ୍ତ୍ର ଏକ ଟିମ ପଠାଇ ଗ୍ରାମ ବିକାଶ ଉପରେ ଗୁରୁତ୍ୱ ଦେବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…

ବଢ଼ିଲା ତାତି: ଆଜିଠୁ ୬ ଦିନ ଅସହ୍ୟ ସ୍ଥିତି

ଭୁବନେଶ୍ୱର,୧୧ା୪(ବନ୍ଦନା ସେଠୀ):ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ଝଡ଼ବର୍ଷା କମିଯିବା ପରେ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୮.୯…

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri