ନିର୍ମାଣରେ ବିଳମ୍ବ ହେଲେ ଅଧିକାରୀଙ୍କ ଦରମା କାଟ

ଭୁବନେଶ୍ୱର,୧୮ା୮ (ରବିନାରାୟଣ ଜେନା): ପ୍ରକଳ୍ପ ନିର୍ମାଣ କାର୍ଯ୍ୟରେ ବିଳମ୍ବ ହେଲେ ଏଣିକି ଅଧିକାରୀଙ୍କ ଦରମା କାଟ୍‌ କରାଯିବ ବୋଲି ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବିନାରାୟଣ ନାଏକ କହିଛନ୍ତି। ରବିବାର ଭୁବନେଶ୍ବରସ୍ଥିତ ସର୍ବୋଚ୍ଚ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଗ୍ରାମ୍ୟ ଉନ୍ନୟନ ବିଭାଗର ସମୀକ୍ଷା ଅବସରରେ ମନ୍ତ୍ରୀ କହିଥିଲେ, ନିର୍ଦ୍ଧାରିତ ସମୟ ମଧ୍ୟରେ ପ୍ରତ୍ୟେକ ପ୍ରକଳ୍ପ କାର୍ଯ୍ୟ ଶେଷ ହେବା ଦରକାର। ଏହାସହିତ ନିର୍ମାଣ ବେଳେ ଉନ୍ନତମାନକୁ ବଜାୟ ରଖି ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଶେଷ କରିବାକୁ ହେବ। ନଚେତ୍‌ ଅଧିକାରୀଙ୍କ ଦରମା ବନ୍ଦ ଓ କାଟ୍‌ ହେବ ବୋଲି ମନ୍ତ୍ରୀ ତାଗିଦ କରିଛନ୍ତି l ଏହି ଅବସରରେ ମନ୍ତ୍ରୀ ମାସିକ ନିର୍ମାଣ ଲକ୍ଷ୍ୟ ସ୍ଥିରୀକୃତ କରାଯିବା ସହ ସେଗୁଡ଼ିକର ମନିଟରିଂ ପାଇଁ ନିର୍ଦ୍ଦେଶ ଦେଇଥିଲେ। ରାଜ୍ୟରେ ଯେଉଁ ପ୍ରକଳ୍ପଗୁଡ଼ିକର ନିର୍ମାଣ ବିଳମ୍ବିତ ଅବସ୍ଥାରେ ରହିଛି ସେଗୁଡ଼ିକର ସ୍ଥିତି ସମୀକ୍ଷା କରିବା ପାଇଁ ଏକ କ୍ଷେତ୍ରୀୟ ଟିମ୍‌ ଗଠନ କରିବାକୁ ମନ୍ତ୍ରୀ ପରାମର୍ଶ ଦେଇଥିଲେ।
ରାଜ୍ୟର ସମସ୍ତ ୬୦ଟି ଗ୍ରାମ୍ୟ ନିର୍ମାଣ ବିଭାଜନର କାର୍ଯ୍ୟକୁ ମନ୍ତ୍ରୀ ସମୀକ୍ଷା କରିଥିଲେ। ପିଏମ୍‌ଜିଏସ୍‌ୱାଇ-୪ରେ ରାଜ୍ୟ ଜାତୀୟସ୍ତରରେ ଉନ୍ନତ ପ୍ରଦର୍ଶନ କରିଥିବାରୁ ବିଭାଗର ସମସ୍ତଙ୍କୁ ମନ୍ତ୍ରୀ ନାଏକ ଅଭିନନ୍ଦନ ଜଣାଇଥିଲେ। ଏହି ଯୋଜନାରେ କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଆଦି ଜିଲାରେ ନିର୍ମାଣ କାର୍ଯ୍ୟରେ ଅଗ୍ରଗତି ହୋଇଥିବାରୁ ମନ୍ତ୍ରୀ ପ୍ରସନ୍ନତା ବ୍ୟକ୍ତ କରିଥିଲେ l ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ଅଧୀନରେ ୫୨୧ଟି ପ୍ରକଳ୍ପରେ ନିର୍ମାଣ ହେବାକୁ ଥିବା ୫୦୦୦ କିମି ରାସ୍ତା, ସେତୁ ବନ୍ଧନ ଯୋଜନାରେ ୪୦୦ ସେତୁ ଓ ୨୫୩ଟି କୋଠାର ନିର୍ମାଣ ଅଗ୍ରଗତି ବିଷୟରେ ମନ୍ତ୍ରୀ ସବିଶେଷ ସମୀକ୍ଷା କରିଥିଲେ l ଗ୍ରାମ୍ୟ ଉନ୍ନୟନ ବିଭାଗ ହେଉଛି ଗ୍ରାମାଞ୍ଚଳର ଜନସାଧାରଣଙ୍କ ଜନଜୀବନକୁ ପ୍ରଭାବିତ କରୁଥିବା ବିଭାଗ। ୫ବର୍ଷ ମଧ୍ୟରେ ୩୦ହଜାର କିମି ରାସ୍ତା, ୫୦୦ ସେତୁର ନିର୍ମାଣ ଲକ୍ଷ୍ୟକୁ ବିଭାଗ ଯେପରି ସଫଳତାର ସହ ହାସଲ କରିବ ତାହା ସମସ୍ତଙ୍କ ଦାୟିତ୍ୱ। ଏହା ରାଜ୍ୟର ବିକାଶକୁ ବହୁଗୁଣିତ କରିବା ସହ ବିକଶିତ ଓଡ଼ିଶା ଗଠନରେ ପ୍ରଭାବୀ ସାବ୍ୟସ୍ତ ହେବ ବୋଲି ମନ୍ତ୍ରୀ ନାଏକ ପ୍ରକାଶ କରିଥିଲେ। ଏହି ବୈଠକରେ ବିଭାଗୀୟ ସଚିବ ଯାମିନୀ ଷଡ଼ଙ୍ଗୀ ଓ ସର୍ବୋଚ୍ଚ ଯନ୍ତ୍ରୀ ପ୍ରଦୀପ କୁମାର ଜେନା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri