ନିର୍ମାଣରେ ବିଳମ୍ବ ହେଲେ ଅଧିକାରୀଙ୍କ ଦରମା କାଟ

ଭୁବନେଶ୍ୱର,୧୮ା୮ (ରବିନାରାୟଣ ଜେନା): ପ୍ରକଳ୍ପ ନିର୍ମାଣ କାର୍ଯ୍ୟରେ ବିଳମ୍ବ ହେଲେ ଏଣିକି ଅଧିକାରୀଙ୍କ ଦରମା କାଟ୍‌ କରାଯିବ ବୋଲି ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବିନାରାୟଣ ନାଏକ କହିଛନ୍ତି। ରବିବାର ଭୁବନେଶ୍ବରସ୍ଥିତ ସର୍ବୋଚ୍ଚ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଗ୍ରାମ୍ୟ ଉନ୍ନୟନ ବିଭାଗର ସମୀକ୍ଷା ଅବସରରେ ମନ୍ତ୍ରୀ କହିଥିଲେ, ନିର୍ଦ୍ଧାରିତ ସମୟ ମଧ୍ୟରେ ପ୍ରତ୍ୟେକ ପ୍ରକଳ୍ପ କାର୍ଯ୍ୟ ଶେଷ ହେବା ଦରକାର। ଏହାସହିତ ନିର୍ମାଣ ବେଳେ ଉନ୍ନତମାନକୁ ବଜାୟ ରଖି ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଶେଷ କରିବାକୁ ହେବ। ନଚେତ୍‌ ଅଧିକାରୀଙ୍କ ଦରମା ବନ୍ଦ ଓ କାଟ୍‌ ହେବ ବୋଲି ମନ୍ତ୍ରୀ ତାଗିଦ କରିଛନ୍ତି l ଏହି ଅବସରରେ ମନ୍ତ୍ରୀ ମାସିକ ନିର୍ମାଣ ଲକ୍ଷ୍ୟ ସ୍ଥିରୀକୃତ କରାଯିବା ସହ ସେଗୁଡ଼ିକର ମନିଟରିଂ ପାଇଁ ନିର୍ଦ୍ଦେଶ ଦେଇଥିଲେ। ରାଜ୍ୟରେ ଯେଉଁ ପ୍ରକଳ୍ପଗୁଡ଼ିକର ନିର୍ମାଣ ବିଳମ୍ବିତ ଅବସ୍ଥାରେ ରହିଛି ସେଗୁଡ଼ିକର ସ୍ଥିତି ସମୀକ୍ଷା କରିବା ପାଇଁ ଏକ କ୍ଷେତ୍ରୀୟ ଟିମ୍‌ ଗଠନ କରିବାକୁ ମନ୍ତ୍ରୀ ପରାମର୍ଶ ଦେଇଥିଲେ।
ରାଜ୍ୟର ସମସ୍ତ ୬୦ଟି ଗ୍ରାମ୍ୟ ନିର୍ମାଣ ବିଭାଜନର କାର୍ଯ୍ୟକୁ ମନ୍ତ୍ରୀ ସମୀକ୍ଷା କରିଥିଲେ। ପିଏମ୍‌ଜିଏସ୍‌ୱାଇ-୪ରେ ରାଜ୍ୟ ଜାତୀୟସ୍ତରରେ ଉନ୍ନତ ପ୍ରଦର୍ଶନ କରିଥିବାରୁ ବିଭାଗର ସମସ୍ତଙ୍କୁ ମନ୍ତ୍ରୀ ନାଏକ ଅଭିନନ୍ଦନ ଜଣାଇଥିଲେ। ଏହି ଯୋଜନାରେ କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଆଦି ଜିଲାରେ ନିର୍ମାଣ କାର୍ଯ୍ୟରେ ଅଗ୍ରଗତି ହୋଇଥିବାରୁ ମନ୍ତ୍ରୀ ପ୍ରସନ୍ନତା ବ୍ୟକ୍ତ କରିଥିଲେ l ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ଅଧୀନରେ ୫୨୧ଟି ପ୍ରକଳ୍ପରେ ନିର୍ମାଣ ହେବାକୁ ଥିବା ୫୦୦୦ କିମି ରାସ୍ତା, ସେତୁ ବନ୍ଧନ ଯୋଜନାରେ ୪୦୦ ସେତୁ ଓ ୨୫୩ଟି କୋଠାର ନିର୍ମାଣ ଅଗ୍ରଗତି ବିଷୟରେ ମନ୍ତ୍ରୀ ସବିଶେଷ ସମୀକ୍ଷା କରିଥିଲେ l ଗ୍ରାମ୍ୟ ଉନ୍ନୟନ ବିଭାଗ ହେଉଛି ଗ୍ରାମାଞ୍ଚଳର ଜନସାଧାରଣଙ୍କ ଜନଜୀବନକୁ ପ୍ରଭାବିତ କରୁଥିବା ବିଭାଗ। ୫ବର୍ଷ ମଧ୍ୟରେ ୩୦ହଜାର କିମି ରାସ୍ତା, ୫୦୦ ସେତୁର ନିର୍ମାଣ ଲକ୍ଷ୍ୟକୁ ବିଭାଗ ଯେପରି ସଫଳତାର ସହ ହାସଲ କରିବ ତାହା ସମସ୍ତଙ୍କ ଦାୟିତ୍ୱ। ଏହା ରାଜ୍ୟର ବିକାଶକୁ ବହୁଗୁଣିତ କରିବା ସହ ବିକଶିତ ଓଡ଼ିଶା ଗଠନରେ ପ୍ରଭାବୀ ସାବ୍ୟସ୍ତ ହେବ ବୋଲି ମନ୍ତ୍ରୀ ନାଏକ ପ୍ରକାଶ କରିଥିଲେ। ଏହି ବୈଠକରେ ବିଭାଗୀୟ ସଚିବ ଯାମିନୀ ଷଡ଼ଙ୍ଗୀ ଓ ସର୍ବୋଚ୍ଚ ଯନ୍ତ୍ରୀ ପ୍ରଦୀପ କୁମାର ଜେନା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri