ଅଧିକାରୀ ଦେଖିବେ ‘ଦମନ’

ଭୁବନେଶ୍ବର, ୨୫ା୧୧(ବ୍ୟୁରୋ):ଓଡ଼ିଆ ସିନେମା ‘ଦମନ’ର ଲୋକପ୍ରିୟତା ଏବଂ ପ୍ରେରଣାଦାୟୀ ବିଷୟବସ୍ତୁକୁ ଲକ୍ଷ୍ୟକରି ଏହାକୁ ଜିଲା/ଉପଖଣ୍ଡ ସ୍ତରରେ ପ୍ରଦର୍ଶନ କରିବା ପାଇଁ ରାଜ୍ୟ ସରକାର ସ୍ଥିର କରିଛନ୍ତି। ଏଥିପାଇଁ ଉପଯୁକ୍ତ ସିନେମା/ଥିଏଟର ହଲ୍‌ ବୁକ୍‌ କରିବା ନିମନ୍ତେ ଜିଲାପାଳଙ୍କୁ କୁହାଯାଇଛି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମ୍ୟାଲେରିଆ ନିରାକରଣ ପାଇଁ ୨୦୧୬ରେ ରାଜ୍ୟ ସରକାର ଦୁର୍ଗମ ଅଞ୍ଚଳରେ ମ୍ୟାଲେରିଆ ନିରାକରଣ (ଦମନ) କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ‘ଦମନ’ର ଠିକ୍‌ କାର୍ଯ୍ୟାନ୍ବୟନ ନିମନ୍ତେ ନିଷ୍ଠାପର ଡାକ୍ତର ଏବଂ କ୍ଷେତ୍ରସ୍ତରୀୟ କର୍ମଚାରଙ୍କୁ ଅନେକ ତ୍ୟାଗ ଏବଂ କଷ୍ଟ ସ୍ବୀକାର କରିବାକୁ ପଡ଼ିଥିଲା। ଏହି ବାସ୍ତବିକ କଥାକୁ ଲକ୍ଷ୍ୟକରି ଚଳଚ୍ଚିତ୍ର ଲେଖକ ଦେବୀପ୍ରସାଦ ଲେଙ୍କା, ନିର୍ଦ୍ଦେଶକ ଦୀପେନ୍ଦ୍ର ସାମଲ, ନିର୍ଦ୍ଦେଶକ ବିଶାଳ ମୌର୍ଯ୍ୟ ଓଡ଼ିଆ ଫିଲ୍ମ ‘ଦମନ’ ପ୍ରସ୍ତୁତ କରିଥିଲେ। ଏହାକୁ ଦେଖିବା ପରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଉଚ୍ଚ ପ୍ରଶଂସା କରିଛନ୍ତି। ସିନେମାଟିକୁ ଜିଲାସ୍ତରରେ ପ୍ରଦର୍ଶନ କରିବା ପାଇଁ ମଧ୍ୟ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri