ଅଫ୍‌ଲାଇନ୍‌ରେ ବାଲିଯାତ୍ରା ଷ୍ଟଲ୍‌ ପଞ୍ଜୀକରଣ ସ୍ଥଗିତ

କଟକ,୨୩ା୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି କଟକ ବାଲିଯାତ୍ରାରେ ଷ୍ଟଲ୍‌ ଖୋଲିବା ନିମନ୍ତେ ପ୍ଲଟ୍‌ ପଞ୍ଜୀକରଣ ଦୁଇ ଦିନ ପାଇଁ ବନ୍ଦ ରଖାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ବାରବାଟୀ ପ୍ୟାଲେସଠାରେ ଚାଲିଥିବା ଏହି ଅଫ୍‌ ଲାଇନ୍‌ ପଞ୍ଜୀକରଣ ପ୍ରକ୍ରିୟା ଆସନ୍ତା ୨୪ ଓ ୨୫ ତାରିଖ ବନ୍ଦ ରହିବ। ତେବେ ଅନ୍‌ଲାଇନ୍‌ ମାଧ୍ୟମରେ baliyatra.netରେ ଏହି ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିବ। ବାତ୍ୟା ପରବର୍ତ୍ତୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା ୨୬ ତାରିଖ ଅଫ୍‌ଲାଇନ୍‌ ପଞ୍ଜୀକରଣ ପ୍ରକ୍ରିୟା ନିମନ୍ତେ ନିଷ୍ପତ୍ତି ଗ୍ରହଣ କରାଯିବ

ସୂଚନାଯୋଗ୍ୟ, ଗତବର୍ଷ ୯୦୦ରୁ ଊର୍ଦ୍ଧ୍ୱ ବ୍ୟବସାୟୀ ବାଲିଯାତ୍ରା ପାଇଁ ପ୍ଲଟ୍ ପଞ୍ଜୀକରଣ କରିଥିଲେ । ଚଳିତ ବର୍ଷ ବିଶ୍ୱ ପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା ନଭେମ୍ବର ୧୫ରୁ ଆରମ୍ଭ ହେବାକୁ ଯାଉଛି। ତେବେ ଚଳିତ ବର୍ଷ ବାଲିଯାତ୍ରାରେ ଟ୍ରାଫିକ୍‌ ପରିଚାଳନା ଓ ଟଏଲଟ୍‌ ସମସ୍ୟାକୁ ଗୁରୁତ୍ବ ଦିଆଯାଉଛି।

କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା । କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦପୁରରେ ମିଳିଲାନି ଡିଜେଲ, ପେଟ୍ରୋଲ: ଟାଙ୍କି ବନ୍ଦ

ନନ୍ଦପୁର,୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ୨୩ ପଞ୍ଚାୟତ, ସେମିଳିଗୁଡା ବ୍ଲକର ୪ ଓ ଲମତାପୁଟ ବ୍ଲକର ୪ ପଞ୍ଚାୟତବାସୀ ପାଇଁ ଥିବା…

ବିହାରି ଭାଟି ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଦାବି

ନନ୍ଦପୁର, ୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ହିକିମପୁଟ ପଞ୍ଚାୟତ ସଦର ମହକୁମାରେ ଥିବା ବିହାରୀ ମଦ ଭାଟିକୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ…

ଭେନେଜୁଏଲା-ଇରାନ ପରେ, ଆମେରିକାର ଟାର୍ଗେଟରେ ଏବେ କେଉଁ ଦେଶ? ଟ୍ରମ୍ପ ଦେଲେ ସ୍ପଷ୍ଟ ଉତ୍ତର

ଓ୍ବାଶିଂଟନ,୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶନିବାର ରାତିରେ (ମାର୍ଚ୍ଚ ୭, ୨୦୨୬) ଇରାନ ଉପରେ ଏକ ବଡ଼ ଆକ୍ରମଣ ଧମକ ଦେଇଥିଲେ। ସେ ଆମେରିକାର ସାମରିକ…

ଭିଡିଓ ବାର୍ତ୍ତା ମାଧ୍ୟମରେ ଇରାନକୁ କଡ଼ା ବାର୍ତ୍ତା ଦେଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ଜେରୁଜେଲମ,୭।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶନିବାର (ମାର୍ଚ୍ଚ ୭, ୨୦୨୬) ଜେରୁଜେଲମରେ ଏକ ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧିତ କରି ଇସ୍ରାଏଲୀ ଲୋକଙ୍କ ସାହସ ଏବଂ ଏକତାକୁ…

ନେପାଳ ରାଜନୀତିର ରଣନୀତିକାର

ନେପାଳ ୨୦୨୫ ସେପ୍ଟେମ୍ବରରେ ଦେଖିଥିଲା ଜେନ୍‌ ଜି ବିପ୍ଳବ। ଏହାର ପ୍ରଭାବ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଅନୁଭୂତ ହୋଇଥିଲା। ପରିଣାମ ସ୍ବରୂପ ନେପାଳରେ କେ.ପି. ଶର୍ମା ଓଲିଙ୍କ…

ପୁଷ୍ପଗିରି ବିଶ୍ୱବିଦ୍ୟାଳୟ: ଅସ୍ମିତାର ପରିଚୟ

ଇଉରୋପରେ ବିଶ୍ୱବିଦ୍ୟାଳୟ ସ୍ଥାପନ ହେବାର ବହୁ ପୂର୍ବରୁ ଭାରତରେ ବିଶ୍ୱବିଦ୍ୟାଳୟ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଥିବାର ପ୍ରମାଣ ମିଳେ। ଭାରତରେ ଉଚ୍ଚ ଶିକ୍ଷା ଅଧ୍ୟୟନ ଅତି ପୁରାତନ। ପ୍ରାଚୀନ…

ସାହସ ନାହିଁ

ଏକ ଦେଶ ଭାବରେ ଆମେ ସବୁବେଳେ କିମ୍ବା ପ୍ରାୟତଃ ଯାହା ଚାହୁଁ ତାହା ପାଇପାରିବୁ ନାହିଁ, ଏହି ବାସ୍ତବତାକୁ ସ୍ବୀକାର କରିବାରେ ମୋର କୌଣସି ସମସ୍ୟା ନାହିଁ।…

ଯୁଦ୍ଧ ଭିତରୁ ଏବେ ପର୍ଯ୍ୟନ୍ତ କେତେ ଭାରତୀୟ ସୁରକ୍ଷିତ ଫେରିଛନ୍ତି ସ୍ବଦେଶ ସରକାର ଦେଲେ ତଥ୍ୟ

ନୂଆଦିଲ୍ଲୀ,୮।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲୀ ଆକ୍ରମଣ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଏହାକୁ ନେଇ ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri