ପ୍ରକାଶ ପାଇଲା ମାଟ୍ରିକ୍‌ ଅଫ୍‌ଲାଇନ୍‌ ପରୀକ୍ଷାଫଳ: ପାସ୍‌ ହାର ୮୦.୮୩%

କଟକ ଅଫିସ,୨୪।୮: ମାଟ୍ରିକ ଅଫ୍‌ଲାଇନ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ମୋଟ ପାସ ହାର ୮୦.୮୩% ରହିଛି। ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୫୨୩୩ ଜଣ ପାସ କରିଥିବା ବେଳେ ୧୪୧ ଜଣ ଫେଲ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୩୧୦୦ ପୁଅ ଓ ୨୧୩୩ ଝିଅ ରହିଛନ୍ତି। ମୋଟ ୪୨ ଜଣ ଛାତ୍ରଛାତ୍ରୀ A୧ ପାଇଛନ୍ତି । ସେହିଭଳିି A୨-୨୫୫, B୧- ୩୪୮, B୨- ୪୫୮, C-୫୯୯, D- ୮୪୬, E-୨୬୮୫, F- ୧୪୧ ଜଣ ପାଇଛନ୍ତି।

ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ରାମାଶିଷ ହାଜରା ଦେଇଥିବା ସୂଚନାନୁଯାୟୀ, ୬୬୨୦ ଜଣ ଛାତ୍ରଛାତ୍ରୀ ଅଫ୍‌ଲାଇନ ମାଟ୍ରିକ ପରୀକ୍ଷା ଦେଇଥିଲେ। ସେମାନଙ୍କ ଭିତରୁ ୧୪୬ ଜଣ ଛାତ୍ରଛାତ୍ରୀଙ୍କ ଫର୍ମ ରିଜେକ୍ଟ ହୋଇଥିଲା। ପରୀକ୍ଷାରେ ୧୦୮୬ ଜଣ ପିଲା ଅନୁପସ୍ଥିତ ଥିଲେ। କପି କରି ୧୪ ଜଣ ଧରାପଡ଼ିଥିଲେ। ତେବେ ଏହି ପରୀକ୍ଷାରେ ୫୨୩୩ ଜଣ ଛାତ୍ରଛାତ୍ରୀ ପାସ କରିଥିବା ବେଳେ ୧୪୧ ଜଣ ଫେଲ ହୋଇଛନ୍ତି ବୋଲି ବୋର୍ଡ ସଭାପତି କହିଛନ୍ତି।

ସେହିପରି ୮୪୯୧ ଜଣ ଛାତ୍ରଛାତ୍ରୀ ଷ୍ଟେଟ ଓପନ୍‌ ସ୍କୁଲ ଅଫ୍ଲାଇନ ପରୀକ୍ଷା ଦେଇଥିଲେ। ସେମାନଙ୍କ ଭିତରୁ ୧୩୮୧ ଅନୁପସ୍ଥିତ ରହିଥିଲେ। କପି କରି ୧୯ ଜଣ ଧରା ପ ୬୩୦୯ ଜଣ ପାସ କରିଛନ୍ତି। ପାସ ହାର ୭୪.୩% ରହିଛି। A୧ରେ କୌଣସି ପିଲା ପାସ କରିନାହାନ୍ତି। A୨ରେ ୧୭, B୧ରେ ୧୯୪, B୨ରେ ୩୪୭, C-୮୧୬, D-୧୪୨୫, E-୩୫୧୦ ଜଣ ପାସ କରିଛନ୍ତି। ୩୨୮ ଛାତ୍ରଛାତ୍ରୀ ଫେଲ ହୋଇଛନ୍ତି। ୫୨ ଜଣ ପିଲା ୫ଟି ବିଷୟରେ ପରୀକ୍ଷା ଦେଇନଥିବାରୁ ସେମାନଙ୍କ ପରୀକ୍ଷା ଫଳ ପ୍ରକାଶ କରାଯାଇନାହିଁ ବୋଲି ବୋର୍ଡ ଉପସଭାପତି ନିହାର ମହାନ୍ତି କହିଛନ୍ତି। ସେହିପରି ମଧ୍ୟମାରେ ୧୦ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ସମସ୍ତେ ପାସ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri