ଆଜିଠାରୁ ଅଫ୍‌ଲାଇନ ମାଟ୍ରିକ ପରୀକ୍ଷା: ୫୦୪ ପରୀକ୍ଷା କେନ୍ଦ୍ରରେ ଦେବେ ୧୫ ହଜାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦ା୭(ବ୍ୟୁରୋ): ଶୁକ୍ରବାରଠାରୁ ସ୍ବତନ୍ତ୍ର ମାଟ୍ରିକ ପରୀକ୍ଷା-୨୦୨୧ ଆରମ୍ଭ ହେବ। ଏ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଜୁନ୍‌ ୨୫ରେ ଘୋଷଣା କରାଯାଇଥିବା ପରୀକ୍ଷା ଫଳାଫଳକୁ ନେଇ ଅସନ୍ତୁଷ୍ଟ ଥିବା ଏବଂ ଅକୃତ କାର୍ଯ୍ୟ ହୋଇଥିବା ୧୫,୧୩୬ ଛାତ୍ରୀଛାତ୍ର ଏହି ପରୀକ୍ଷା ଦେବେ। ଏଥିପାଇଁ ସମଗ୍ର ରାଜ୍ୟରେ ୫୦୪ ପରୀକ୍ଷା କେନ୍ଦ୍ର କରାଯାଇଛି। ଏହି ପରୀକ୍ଷା ଜୁଲାଇ ୩୦ରୁ ଆରମ୍ଭ ହୋଇ ଅଗଷ୍ଟ ୫ ତାରିଖ ଯାଏ ଚାଲିବ। ସମସ୍ତ କୋଭିଡ୍‌-୧୯ ପ୍ରୋଟୋକଲ ଅନୁସରଣ କରି ଏହି ପରୀକ୍ଷା ଅଫ୍‌ଲାଇନରେ ହେବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି। ଏଥିସହିତ କୋଭିଡ୍‌ ନିୟମ ପାଳନ କରିବାକୁ ସମସ୍ତ ଜିଲାକୁ ସ୍ପେଶାଲ ଅପରେଟିଂ ପ୍ରୋସିଜିଓର(ଏସ୍‌ଓପି) ପଠାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି। ମାଧ୍ୟମିକ ଶିକ୍ଷା ପରିଷଦ(ବିଏସ୍‌ଇ) ସଭାପତି ରାମାଶିଷ ହାଜରା କହିଛନ୍ତି, ପରୀକ୍ଷା କେନ୍ଦ୍ରରେ ପ୍ରଶ୍ନପତ୍ର ପହଞ୍ଚି ସାରିଛି। ପରୀକ୍ଷା ଦାୟିତ୍ୱରେ ଥିବା ସମସ୍ତ ଶିକ୍ଷକମାନଙ୍କର ଆଣ୍ଟିଜେନ ପରୀକ୍ଷା କରାଯାଇଛି। ପରୀକ୍ଷା କେନ୍ଦ୍ରକୁ ଯିବା ପୂର୍ବରୁ ପିଲାମାନଙ୍କର ଥର୍ମାଲ ସ୍କ୍ରିନିଂ କରାଯିବ। ଏଥିସହିତ ପରୀକ୍ଷା କେନ୍ଦ୍ରଗୁଡ଼ିକରେ କୋଭିଡ୍‌ ନିୟମ କିପରି ପାଳନ କରାଯାଉଛି ତାହା ତଦାରଖ କରିବା ପାଇଁ ଜିଲାସ୍ତରରେ ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ କରାଯାଇଛି। ପରୀକ୍ଷା କେନ୍ଦ୍ରରେ ସମସ୍ତ କୋଭିଡ୍‌ ନିୟମକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ଶିକ୍ଷକମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ହାଜରା କହିଛନ୍ତି। ପରୀକ୍ଷା କେନ୍ଦ୍ରରେ ମୋବାଇଲ ବ୍ୟବହାର ଉପରେ କଟକଣା ଲଗାଯାଇଛି। କୌଣସି ଶିକ୍ଷକ କିମ୍ବା ଅନ୍ୟ କର୍ମଚାରୀମାନେ ମୋବାଇଲ ଫୋନ୍‌ ବ୍ୟବହାର କରିପାରିବେ ନାହିଁ। ପ୍ରତ୍ୟେକ ପରୀକ୍ଷା କେନ୍ଦ୍ରରେ ଏକ ଜରୁରିକାଳୀନ ସ୍ବତନ୍ତ୍ର ଗୃହ ରଖାଯାଇଛି। ଯଦି କୌଣସି ଛାତ୍ରୀଛାତ୍ର ଅସୁସ୍ଥ ଅନୁଭବ କରିବେ ତେବେ ତାଙ୍କୁ ସେହି ସ୍ବତନ୍ତ୍ର ଗୃହରେ ରଖାଯାଇ ଚିକିତ୍ସା କେନ୍ଦ୍ରକୁ ପଠାଇବା ବ୍ୟବସ୍ଥା କରାଯିବ। ମୁହଁରେ ମାସ୍କ ପିନ୍ଧିବା ସହିତ ସାମାଜିକ ଦୂରତା ଓ ଅନ୍ୟାନ୍ୟ କୋଭିଡ୍‌ ନିୟମ ପାଳନ କରିବାକୁ ବୋର୍ଡ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଭାଜପା ନେତା ଆଲୋକଙ୍କୁ ମିଳିଲା ବଡ଼ ଦାୟିତ୍ୱ, ଦଳ ଆସ୍ଥା ପ୍ରକଟ କରି..

ହାଟଡିହୀ,୨୦ା୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା ନେତା ଆଲୋକ ସେଠୀଙ୍କୁ ଦଳ ତରଫରୁ ବଡ଼ ଦାୟିତ୍ୱ ମିଳିଛି।ରାଜନୀତି ମଇଦାନରେ ଦଳର ଜଣେ ଦକ୍ଷ…

‘ତୁମର ସ୍ବାମୀ ମରିଯିବ…’, ଏମିତି କହି ତିନି ବର୍ଷ ଧରି ମହିଳାଙ୍କୁ ବଳାତ୍କାର କଲେ ‘କ୍ୟାପ୍ଟେନ’, ପେନ ଡ୍ରାଇଭରେ ମିଳିଲା ୫୮ଟି ଭିଡିଓ

ନାସିକ,୨୦।୩: ମହାରାଷ୍ଟ୍ରର ନାସିକରେ, ପୋଲିସ ଗୁରୁବାର ଅବସରପ୍ରାପ୍ତ ମର୍ଚ୍ଚାଣ୍ଟ ନେଭି ଅଧିକାରୀ ଅଶୋକ କୁମାର ଖରାଟଙ୍କୁ ଗିରଫ କରିଛି। ଅଶୋକଙ୍କ ବିରୋଧରେ ତିନି ବର୍ଷରୁ ଅଧିକ ସମୟ…

ବଢିଲା ଯୁଦ୍ଧ ଭୟ! ଆମେରିକାକୁ ଆଖି ଦେଖାଇଲା ଶ୍ରୀଲଙ୍କା

ନୂଆଦିଲ୍ଲୀ,୨୦।୩: ଇରାନ, ବର୍ତ୍ତମାନ ମୁସଲିମ ବିଶ୍ୱରେ ବିଚ୍ଛିନ୍ନ ହୋଇଯାଇଥିବା ବେଳେ, ଶ୍ରୀଲଙ୍କାରୁ ଗୁରୁତ୍ୱପୂର୍ଣ୍ଣ ସମର୍ଥନ ପାଇଛି। ଶ୍ରୀଲଙ୍କା ରାଷ୍ଟ୍ରପତି ଅନୁରା କୁମାରା ଦିସାନାୟକେ ସଂସଦକୁ ସୂଚନା ଦେଇଛନ୍ତି…

ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟକୁ ରାଜ୍ୟସ୍ତରୀୟ ପ୍ରଥମ ପୁରସ୍କାର, ଉତ୍କୃଷ୍ଟତା ପ୍ରମାଣ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୨୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ର ପୁନର୍ବାର ବିଭିନ୍ନ କ୍ଷେତ୍ରରେ ବିଭିନ୍ନ ସମୟରେ ନିଜର ଉତ୍କୃଷ୍ଟତା ପ୍ରମାଣ କରିଛନ୍ତି। ଇତିମଧ୍ୟରେ ଭାରତ ସରକାରଙ୍କ…

ଦ୍ୱୈତ ସଦସ୍ୟତାକୁ ନେଇ ସଙ୍କଟ: ନୀତୀଶ-ନୀତିନଙ୍କୁ ୧୦ ଦିନ ମଧ୍ୟରେ ନେବାକୁ ପଡିବ ନିଷ୍ପତ୍ତି – ନଚେତ ଯାଇପାରେ ରାଜ୍ୟ ସଭା ଆସନ

ନୂଆଦିଲ୍ଲୀ,୨୦।୩: ପୁଣିଥରେ ବିହାର ରାଜନୀତିରେ ସାମ୍ବିଧାନିକ ବ୍ୟବସ୍ଥା ସମ୍ପର୍କରେ ଉତ୍ତେଜନା ତୀବ୍ର ହୋଇଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଭାଜପା ନେତା ନୀତିନ ନବୀନଙ୍କ ରାଜ୍ୟ ସଭା…

ଗଞ୍ଜାମରେ ଗ୍ୟାସ୍‌ ସମସ୍ୟା: ଅଧିକାଂଶ ଫାଷ୍ଟଫୁଡ୍‌-ହୋଟେଲ ବନ୍ଦ, ଖାଉଟି ଅସନ୍ତୁଷ୍ଟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛ। ଲୋକଙ୍କୁ ମିଳୁନି ଗ୍ୟାସ୍‌। ଫଳରେ ଖାଉଟି ତଥା ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର…

ଜିଲାପାଳଙ୍କ ଅଫିସ ଆଗରେ ଚାଷୀ ପାଳିଲେ ପଖାଳ ଦିବସ: ଧାନବିକ୍ରି ଦାବି ନେଇ…

ବରଗଡ଼,୨୦ା୩(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଦାବି ନେଇ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଆନ୍ଦୋଳନ ଜାରି ରହିଛି। ଗତ ୫ତାରିଖରୁ ଧାନବସ୍ତା ଗଦା କରି ବରଗଡ଼ ଜିଲା…

କାରଣ ଦର୍ଶାଅ ନୋଟିସର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ: ପ୍ରମିଳା ମଲ୍ଲିକଙ୍କ ନାଁରେ… 

ଭୁବନେଶ୍ୱର,୨୦।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ନେଇ  ବିଜେଡି ୬ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ କରିଥିଲା। ତେବେ ଏହି କାରଣ ଦର୍ଶାଅ ନୋଟିସର ଉତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri