ଋଣ ପ୍ରଦାନ କ୍ଷେତ୍ରରେ ଓଜିବି ପୁରସ୍କୃତ

ଭୁବନେଶ୍ୱର, ୮।୧: କ୍ରମାଗତ ୨ୟ ଥର (ବର୍ଷ) ଲାଗି ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ (ଓଜିବି) ଋଣ ପ୍ରଦାନ କ୍ଷେତ୍ରରେ ପୁରସ୍କୃତ ହୋଇଛି। ବିଶେଷ କରି ୨୦୨୨-୨୩ ଆର୍ଥିକ ବର୍ଷରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଋଣ ପ୍ରଦାନରେ ଓଜିବିକୁ ଶ୍ରେଷ୍ଠ ବ୍ୟାଙ୍କ୍‌ ଭାବେ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଛନ୍ତି। ଉଲ୍ଲେଖଯୋଗ୍ୟ, ଓଡ଼ିଶା ଲୋକସେବା ଭବନଠାରେ ଆୟୋଜିତ ସ୍ବତନ୍ତ୍ର ସମ୍ମାନ ସମାରୋହ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରକୁ ଋଣ ପ୍ରଦାନ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିବା ବ୍ୟାଙ୍କଗୁଡ଼ିକୁ ପୁରସ୍କୃତ କରିଥିଲେ। ଏହି ପରିପ୍ରେକ୍ଷୀରେ ଓଜିବିର ଚେୟାରମ୍ୟାନ (ଅଧ୍ୟକ୍ଷ) ଋଷି ସିଂହଙ୍କ ସମେତ ମହାପ୍ରବନ୍ଧକ ତୃପ୍ତି ରଞ୍ଜନ ସ୍ବାଇଁ ଉକ୍ତ ଆୟୋଜନରେ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କଠାରୁ ଉପରୋକ୍ତ ପୁରସ୍କାର ଗ୍ରହଣ କରିଥିଲେ।

ଏହି ଅବସରରେ ଓଜିବିର ଆଞ୍ଚଳିକ ପ୍ରବନ୍ଧକ (ବାଲେଶ୍ୱର) ସୌମ୍ୟ ଦର୍ଶନ କର, ଆଞ୍ଚଳିକ ପ୍ରବନ୍ଧକ (ଚଣ୍ଡିଖୋଲ) ଦିଗ୍‌ବିଜୟ ବାହାଦୁର ଦାସ, ଆଞ୍ଚଳିକ ପ୍ରବନ୍ଧକ (ଢେଙ୍କାନାଳ) ସିପ ସାଗର ଆଚାର୍ଯ୍ୟଙ୍କ ସମେତ କମାର ଗାଁ ଶାଖା ପରିଚାଳକ ବିନେଶ କୁମାର ଶଙ୍ଖୁଆ ଏବଂ ଋଣ ବିଭାଗ ମୁଖ୍ୟ ପ୍ରଭୁ ପ୍ରସାଦ ମିଶ୍ର ଓ ଋଣ ବିଭାଗ ଅଫିସର ବି. ସାଇ ଭାର୍ଗବ ପ୍ରମୁଖ ଉକ୍ତ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଅପରପକ୍ଷରେ ଓଜିବି ଗତ ଦୁଇ ବର୍ଷ ହେଲା ମୁଖ୍ୟମନ୍ତ୍ରୀଙ୍କଠାରୁ ଉପରୋକ୍ତ ପୁରସ୍କାର ଗ୍ରହଣ କରି ଆସୁଛିି। ଏପରିକି ବ୍ୟାଙ୍କ୍‌ ଏକ ଲକ୍ଷରୁ ଊଦ୍ଧର୍‌ବ ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ଋଣ ପ୍ରଦାନ କରିଥିବାବେଳେ ୧୦ଲକ୍ଷରୁ ଊଦ୍ଧର୍‌ବ ମହିଳା ଏହା ଜରିଆରେ ଉପକୃତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?