Posted inଖେଳ

ଆଇଏସ୍‌ଏଲ୍‌ : ହ୍ୟାଟ୍ରିକ୍‌ ବିଜୟ ସହ ଶୀର୍ଷରେ ମୁମ୍ବାଇ

ବାମ୍ବୋଲିମ୍‌, ୬।୧୨: ଇଣ୍ଡିଆନ ସୁପର୍‌ ଲିଗ୍‌ (ଆଇଏସ୍‌ଏଲ୍‌)ର ରବିବାର ଅନୁଷ୍ଠିତ ମ୍ୟାଚରେ ମୁମ୍ବାଇ ସିଟି ଏଫ୍‌ସି ୨-୦ ଗୋଲରେ ଓଡ଼ିଶା ଏଫ୍‌ସିକୁ ପରାସ୍ତ କରିଛି। ସ୍ଥାନୀୟ ଜିଏମ୍‌ସି ଷ୍ଟାଡିୟମରେ ଅନୁଷ୍ଠିତ ମୁକାବିଲାରେ ମୁମ୍ବାଇ ଦମ୍‌ଦାର ପ୍ରଦର୍ଶନ କରି କ୍ରମାଗତ ତୃତୀୟ ବିଜୟ ସହ ପଏଣ୍ଟ ତାଲିକାର ଶୀର୍ଷକୁ ଉଠିଛି। ମୁମ୍ବାଇ ଏପର୍ଯ୍ୟନ୍ତ ୪ଟି ମ୍ୟାଚ୍‌ ଖେଳି ୩ ବିଜୟ ଓ ଗୋଟିଏ ପରାଜୟ ସହ ୯ ପଏଣ୍ଟ ହାସଲ କରିଛି। ଅନ୍ୟପଟେ ଓଡ଼ିଶା ୪ଟି ମ୍ୟାଚ୍‌ ଖେଳି ୧ ଡ୍ର ଓ ୩ଟି ପରାଜୟ ସହ ୧ ପଏଣ୍ଟ ପାଇ ତାଲିକାର ୧୦ମ ସ୍ଥାନରେ ରହିଛି।

ପୂରା ମ୍ୟାଚରେ ମୁମ୍ବାଇ ଆଧିପତ୍ୟ ବିସ୍ତାର କରି ଖେଳିଥିଲା। ପ୍ରଥମାର୍ଦ୍ଧରେ ଦୁଇଟି ଯାକ ଗୋଲ ହୋଇଥିଲା। ମୁମ୍ବାଇ ତରଫରୁ ନାଇଜେରିଆ ଫୁଟବଲର ବାର୍ଥୋଲୋମ୍ୟୁ ଓଗ୍‌ବେଚେ ପେନାଲ୍ଟି ଜରିଆରେ ୩୦ତମ ମିନିଟ୍‌ରେ ପ୍ରଥମ ଗୋଲ ସ୍କୋର କରିଥିଲେ। ସେହିପରି ୪୫ତମ ମିନିଟ୍‌ରେ ରୋଲିନ ବୋର୍ଗେସ ଏକ ସୁନ୍ଦର ଗୋଲ ଦେଇ ଦଳୀୟ ସ୍କୋରକୁ ଦୁଇ ଗୁଣିତ କରିଥିଲେ। ଦ୍ୱିତୀୟାର୍ଦ୍ଧରେ ଓଡ଼ିଶା ଲଢୁଆ ଖେଳ ପ୍ରଦର୍ଶନ କରିଥିଲା। ମାର୍ସେଲିନୋ, ମାନୁଏଲ ଓନୁ ଓ ଲାଇଶ୍ରମ ସିଂଙ୍କୁ ଖେଳିବାର ସୁଯୋଗ ମିଳିଥିଲା। ଏହି ଖେଳାଳିମାନେ କେତୋଟି ସୁଯୋଗ ମଧ୍ୟ ସୃଷ୍ଟି କରିଥିଲେ। ତେବେ ଦୁର୍ବଳ ଫିନିସ୍‌ ଯୋଗୁ ଗୋଲ ହୋଇପାରି ନ ଥିଲା। ବଲ୍‌ ପଜେଶନ, ପାସ୍‌ ଓ ପାସ୍‌ ଆକ୍ୟୁରେସିରେ ଓଡ଼ିଶାଠାରୁ ଯଥେଷ୍ଟ ଆଗରେ ଥିଲା ମୁମ୍ବାଇ। ଓଡ଼ିଶା ତା’ର ପରବର୍ତ୍ତୀ ମୁକାବିଲାରେ ଶନିବାର ଗୋଆକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri