ଓଆର୍‌ଏଚ୍‌ଡିସି ଗୃହ ଋଣ ଦୁର୍ନିତି ମାମଲା: ସପ୍ତମଥର ବିନୋଦ କୁମାରଙ୍କୁ ଜେଲଦଣ୍ଡ

ଭୁବନେଶ୍ୱର,୨୭।୩(ବ୍ୟୁରୋ) – ଓଡ଼ିଶା ଗ୍ରାମୀଣ ଗୃହ ଉନ୍ନୟନ ନିଗମ (ଓଆର୍‌ଏଚ୍‌ଡିସି) ଦ୍ୱାରା ବିଲ୍ଡର ସଂସ୍ଥା ‘ଏମ୍‌/ଏସ୍‌ ହୋମ୍‌ ଲିଭ୍‌ସ ହାଉସିଂ’କୁ ଅନୁଚିତ ଅନୁଗ୍ରହ ଦେଖାଇ ଜାଲ୍‌ କାଗଜପତ୍ରରେ ୫୦ ଲକ୍ଷ ଟଙ୍କାର ଗୃହ ଋଣ ଦେବା ମାମଲାରେ ସୋମବାର ରାୟ ପ୍ରକାଶ ପାଇଛି। ବହିଷ୍କୃତ ଆଇଏଏସ୍‌ ଅଫିସର ତଥା ନିଗମର ତତ୍‌କାଳୀନ ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି) ବିନୋଦ କୁମାରଙ୍କୁ ପୁଣି ୩ବର୍ଷ ଜେଲଦଣ୍ଡ ହୋଇଛି। ଏହି ମାମଲାରେ ସମ୍ପୃକ୍ତ ଥିବା ଅନ୍ୟ ୪ଜଣ ଅଭିଯୁକ୍ତଙ୍କୁ ମଧ୍ୟ ସମାନ ଦଣ୍ଡରେ ଦଣ୍ଡିତ କରାଯାଇଛି। ସେମାନେ ହେଲେ ‘ଓଆର୍‌ଏଚ୍‌ଡିସି’ର ତତ୍‌କାଳୀନ କମ୍ପାନୀ ସେକ୍ରେଟାରି ସ୍ବସ୍ତି ରଞ୍ଜନ ମହାପାତ୍ର, ରିକଭରି ଆସିଷ୍ଟାଣ୍ଟ୍‌ ଉମେଶ ଚନ୍ଦ୍ର ସ୍ବାଇଁ, ବିଲ୍ଡର ସଂସ୍ଥା ‘ହୋମ୍‌ ଲିଭ୍‌ସ ହାଉସିଂ’ର ମ୍ୟାମେଜିଂ ପାର୍ଟନର୍‌ ରଶ୍ମି ପଟ୍ଟନାୟକ ଓ ପାର୍ଟନର୍‌ ରତନ କୁମାର ସାହୁ। ଏଥିସହ ସମସ୍ତ ଅଭିଯୁକ୍ତଙ୍କୁ ୫୦ ହଜାର ଲେଖାଏ ଅର୍ଥଦଣ୍ଡରେ ମଧ୍ୟ ଦଣ୍ଡିତ କରାଯାଇଛି। ଜରିମାନା ଅନାଦାୟ ଅଧିକ ୬ମାସ ଜେଲଦଣ୍ଡ ଭୋଗିବାକୁ ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟର ବିଚାରପତି ସତ୍ୟ ନାରାୟଣ ଷଡ଼ଙ୍ଗୀ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି।
ମାମଲାର ବିବରଣୀ ଅନୁଯାୟୀ, ବିନୋଦ କୁମାର ୨୦୦୦ ଜାନୁୟାରୀ ୪ରୁ ୨୦୦୧ ଏପ୍ରିଲ ୧୫ ପର୍ଯ୍ୟନ୍ତ ‘ଓଆର୍‌ଏଚ୍‌ଡିସି’ର ଏମ୍‌ଡି ଥିଲେ। ସେହି ସମୟରେ ସ୍ବସ୍ତି ରଞ୍ଜନ ଓ ଉମେଶ ତାଙ୍କ ସହକର୍ମୀ ଥିଲେ। ୨୦୦୦ ଜାନୁୟାରୀ ୪ରେ ‘ହୋମ୍‌ ଲିଭ୍‌ସ ହାଉସିଂ’ ପକ୍ଷରୁ ଜାଲ ଦସ୍ତାବିଜ୍‌ ମାଧ୍ୟମରେ ପଟିଆସ୍ଥିତ ପ୍ଲଟ ନଂ.୫୧୬/୧୬୯୨ରେ ୩୫ଟି ଡୁପ୍ଲେକ୍ସ ଘର ନିର୍ମାଣ ପାଇଁ ୫୦ ଲକ୍ଷ ଋଣ ପାଇଁ ଆବେଦନ କରାଯାଇଥିଲା। ହେଲେ ବିନୋଦ କୁମାର ଓ ଅନ୍ୟମାନେ ନିୟମ ଉଲ୍ଲଂଘନ କରି ୩ଟି ପର୍ଯ୍ୟାୟରେ ୫୦ ଲକ୍ଷ ଟଙ୍କାର ଗୃହ ଋଣ ଦେଇଥିଲେ। ଅଭିଯୁକ୍ତ ରଶ୍ମି ଓ ରତନ ଉକ୍ତ ପ୍ଲଟର ମାଲିକ ହୋଇ ନ ଥିବାବେଳେ ପାଇଥିବା ଲୋନ୍‌ ଟଙ୍କାରେ କୌଣସି ଘର ନିର୍ମାଣ କରି ନ ଥିଲେ। ହେଲେ ବିନୋଦ ଓ ଅନ୍ୟମାନେ ଏନେଇ ଅବଗତ ଥିଲେ ମଧ୍ୟ ସରକାରୀ ନିୟମକୁ ନ ମାନି ବିଲ୍ଡର ସଂସ୍ଥାକୁ ଲୋନ୍‌ ଦେଇଥିଲେ। ଏହା ଜଣାପଡ଼ିବା ପରେ ରାଜ୍ୟ ସରକାର ୨୦୦୫ରେ ଭୁବନେଶ୍ୱର ଭିଜିଲାନ୍ସ ଥାନାରେ ଅଭିଯୋଗ କରିଥିଲେ। ଭିଜିଲାନ୍ସ ଏନେଇ ଏକ ମାମଲା(ନଂ.୦୮/୨୦୦୫) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ତେବେ ୧୮ଜଣଙ୍କ ସାକ୍ଷ୍ୟ ଓ ଅନ୍ୟ ଦସ୍ତାବିଜ ଆଧାରରେ ଦୁର୍ନୀତି ସଂକ୍ରାନ୍ତ ପ୍ରମାଣ ପାଇବା ପରେ କୋର୍ଟ ରାୟ ପ୍ରକାଶ କରିଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ସରକାରୀ ଓକିଲ ହେମନ୍ତ କୁମାର ସ୍ବାଇଁ ମାମଲା ପରିଚାଳନା କରୁଥିଲେ। ଉଲ୍ଲେଖଯୋଗ୍ୟ, ଦୋଷୀ ସାବ୍ୟସ୍ତ ହୋଇଥିବା ବିନୋଦଙ୍କ ବିରୋଧରେ ରାଜ୍ୟ ସରକାର ମୋଟ ୨୭ଟି ଭିଜିଲାନ୍ସ ମାମଲା କରିଥିବାବେଳେ ଏହାକୁ ମିଶାଇ ୭ଟିରେ ସେ ଦୋଷୀ ସାବ୍ୟସ୍ତ ହେବା ସହ ଜେଲ୍‌ ଦଣ୍ଡାଦେଶ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri