କରୋନା ବ୍ୟାପିବା ଘଟଣା: ଜେଲ ବିଭାଗକୁ ଓଏଚ୍‌ଆର୍‌ସିଙ୍କ ନୋଟିସ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜେଲ୍‌ରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି। ନିକଟରେ ବ୍ରହ୍ମପୁର ଜେଲ୍‌ରେ ୩୩ କଏଦୀ ଓ ଜେଲରଙ୍କ ସମେତ ୧୦ଜଣ କର୍ମଚାରୀ ପଜିଟିଭ୍‌ ଚିହ୍ନଟ ହେବା ପରେ କଏଦୀଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନ ଉଠିଛି। ଏ ସଂକ୍ରାନ୍ତ ଏକ ପିଟିଶନର ଶୁଣାଣି କରି ରାଜ୍ୟ ମାନବିକ ଅଧିକାର କମିଶନ (ଓଏଚ୍‌ଆର୍‌ସି) ସ୍ବାସ୍ଥ୍ୟ ବିଭାଗ, ଗୃହ ବିଭାଗ ଓ ଜେଲ ବିଭାଗକୁ ନୋଟିସ କରିଛନ୍ତି। କଏଦୀଙ୍କ ସୁରକ୍ଷା ପାଇଁ କ’ଣ ସବୁ ବ୍ୟବସ୍ଥା ଗ୍ରହଣ କରାଯାଇଛି ଓ ଜେଲ୍‌ ରହୁଥିବା ଶିଶୁଙ୍କ କେୟାର ହୋମ୍‌ ସଂକ୍ରାନ୍ତରେ ଅଗଷ୍ଟ ୨୮ ସୁଦ୍ଧା ଜଣାଇବାକୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ଜେଲ୍‌ କର୍ମଚାରୀଙ୍କୁ ପିପିଇ କିଟ୍‌ ଦିଆଯାଇଛି କି ନାହିଁ, କଏଦୀ ଓ କର୍ମଚାରୀଙ୍କ କୋଭିଡ୍‌ ପରୀକ୍ଷା ନେଇ ସମସ୍ତ ତଥ୍ୟ ଦାଖଲ କରିବାକୁ କୁହାଯାଇଛି। ସୂଚନାଯୋଗ୍ୟ, ଜାତୀୟ ମାନବିକ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) କଏଦୀଙ୍କ ସୁରକ୍ଷା ପାଇଁ ଦେଶର ସମସ୍ତ ଜେଲ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ରାଜ୍ୟ ଜେଲ ବିଭାଗ ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରି ନ ଥିବାରୁ ମାନବିକ ଅଧିକାର କର୍ମୀ ବିଶ୍ୱପ୍ରିୟ କାନୁନଗୋ ଓଏଚ୍‌ଆର୍‌ସିଙ୍କ ନିକଟରେ ଏହି ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri