ହୀରାକୁଦରେ ହଇଜା ବ୍ୟାପିବା ଘଟଣା: ଓଏଚ୍‌ଆର୍‌ସିରେ ମାମଲା ରୁଜୁ

କଟକ,୨୭ା୩(କାର୍ତ୍ତିକ ସାହୁ): ସମ୍ବଲପୁର ଜିଲା ହୀରାକୁଦ ଅଞ୍ଚଳରେ ହଇଜା ବ୍ୟାପିବା ଘଟଣାରେ ଓଡ଼ିଶା ମାନବିକ ଆୟୋଗ(ଓଏଚ୍‌ଆର୍‌ସି)ରେ ଏକ ମାମଲା ବୁଧବାର ରୁଜୁ ହୋଇଛି। ମାମଲାର ପକ୍ଷମାନଙ୍କୁ ଆୟୋଗଙ୍କ ପକ୍ଷରୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିବା ପାଇଁ ଆବେଦନକାରୀ ହାଇକୋର୍ଟର ଆଇନଜୀବୀ ଶିବଶଙ୍କର ମହାନ୍ତି ନିବେଦନ କରିଛନ୍ତି। ନିରାପଦ ପାନୀୟ ଜଳ ଯୋଗାଣ କ୍ଷେତ୍ରରେ ଅବହେଳା ଓ ରାଜ୍ୟ ଜଳ ନିୟମ ଏବଂ ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍‌ ମିଶନର ବିଫଳତାକୁ ନେଇ ଆୟୋଗଙ୍କ ନିକଟରେ ପ୍ରତିପକ୍ଷମାନେ ଜବାବ ରଖିବାକୁ ପିଟିଶନ୍‌ରେ ଦର୍ଶାଯାଇଛି। ଏହି ସମସ୍ୟାର ନିରାକରଣ ପାଇଁ କି ପଦକ୍ଷେପ ନିଆଯାଇଛି ତାହା ଜଣାଇବା ପାଇଁ ମଧ୍ୟ ପ୍ରାର୍ଥନା କରାଯାଇଛି। ଏଥିସହ ଜଳଶକ୍ତି ମନ୍ତ୍ରଣାଳୟ ପକ୍ଷରୁ ନୂତନ ନାଶନାଲ ଓ୍ବାଟର ପଲିସି ଲାଗୁ କରିବା ଦିଗରେ ଗ୍ରହଣ କରାଯାଇଥିବା ପଦକ୍ଷେପ ସଂକ୍ରାନ୍ତରେ ମଧ୍ୟ ଜବାବ ରଖିବା ନିମନ୍ତେ ପ୍ରାର୍ଥନା କରାଯାଇଛି। ଏଥିରେ ରାଜ୍ୟ ସରକାରଙ୍କ ମୁଖ ଶାସନ ସଚିବ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ଶାସନ ସଚିବ, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଅଧ୍ୟକ୍ଷ, ସମ୍ବଲପୁର ଜିଲାପାଳ, ସମ୍ବଲପୁର ପୌର ନିଗମ କମିସନର ଓ ଓଡ଼ିଶା ସରକାରଙ୍କ ଜନସ୍ବାସ୍ଥ୍ୟ ବିଭାଗର ମୁଖ୍ୟଯନ୍ତ୍ରୀଙ୍କୁ ପକ୍ଷଭୁକ୍ତ କରାଯାଇଛି। ଉଲ୍ଲେଖଯୋଗ୍ୟ ଯେ, ହୀରାକୁଦ ଅଞ୍ଚଳରେ ହଇଜା ବ୍ୟାପିଥିବା ନେଇ ଗତ ୨୫ ତାରିଖରେ ଗଣମାଧ୍ୟମରେ ପ୍ରକାଶିତ ହୋଇଥିଲା। ସ୍ବାସ୍ଥ୍ୟ ବିଭାଗର ଟିମ୍‌ ସମ୍ପୃକ୍ତ ଅଞ୍ଚଳ ପରିଦର୍ଶନ କରିବା ପରେ ପାନୀୟ ଜଳ ପ୍ରଦୂଷିତ ହେବା ଦ୍ୱାରା ଏଭଳି ଘଟଣା ଘଟିଛି ବୋଲି ଆଶଙ୍କା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ନିର୍ବାଚନରେ ​​ସଫଳତା ପାଇଁ ତ୍ରିପୁରା ଏବଂ ଆସାମ ସୂତ୍ରକୁ ନକଲ କରିବ ଭାଜପା

ଭୁବନେଶ୍ୱର,୨୭ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ତାଙ୍କ ସୋନପୁର ରାଲିରେ ଓଡ଼ିଶାରେ ଭାରତୀୟ ଜନତା ପାର୍ଟି (ଭାଜପା) ର ନେତା ଓ କର୍ମୀଙ୍କ ମନୋବଳ ବଢ଼ାଇଛନ୍ତି।...

ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ ପରିଚାଳନା ପାଇଁ ଓଡ଼ିଶାରେ ମୁତୟନ ହେବେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ

ଭୁବନେଶ୍ୱର,୨୭ା୪: ରାଜ୍ୟରେ ସମ୍ପୂର୍ଣ୍ଣ ଶାନ୍ତିଶୃଙ୍ଖଳା ମଧ୍ୟରେ ଆଗାମୀ ସାଧାରଣ ନିର୍ବାଚନ ପ୍ରକ୍ରିୟା ପରିଚାଳନା ନିମନ୍ତେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ ମୁତୟନ କରାଯାଉଛି...

ସ୍ତ୍ରୀ, ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ମାମଲା: ଦୋଷୀଙ୍କୁ ଆଜୀବନ ଜେଲ୍‌ଦଣ୍ଡ

ଭୁବନେଶ୍ୱର,୨୭ା୪(ସତ୍ୟଜିତ୍‌ ରାଉତ): ସ୍ତ୍ରୀ ଏବଂ ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ଶନିବାର ଆଜୀବନ ଜେଲ୍‌ଦଣ୍ଡ ରାୟ ଶୁଣାଇଛନ୍ତି ଖୋର୍ଦ୍ଧା ଜିଲା ଦୌରା ଜଜ୍‌।...

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri