ସରକାରୀ ଅନୁଷ୍ଠାନରେ କ୍ରେଚ୍‌ ବ୍ୟବସ୍ଥା କରିବାକୁ ଓଏଚ୍‌ଆର୍‌ସିଙ୍କ ସୁପାରିସ

ଭୁବନେଶ୍ୱର, ୨୭।୩(ବ୍ୟୁରୋ)- ପଚାଶ କିମ୍ବା ତଦୂଦ୍ଧ୍ୱର୍ର୍ ମହିଳା କର୍ମଚାରୀ କାର୍ଯ୍ୟ କରୁଥିବା ସରକାରୀ ସଂସ୍ଥାରେ କ୍ରେଚ୍‌ ବ୍ୟବସ୍ଥା କରିବାକୁ ଓଡ଼ିଶା ମାନବିକ ଅଧିକାର କମିଶନ(ଓଏଚ୍‌ଆର୍‌ସି) ପକ୍ଷରୁ ସରକାରଙ୍କୁ ସୁପାରିସ କରାଯାଇଛି। ମହିଳା କର୍ମଚାରୀଙ୍କ ଶିଶୁଙ୍କ ପାଇଁ ମାତୃତ୍ୱ ସୁବିଧା ଆଇନ ଅନୁଯାୟୀ ଏହି ନିଷ୍ପତ୍ତି ନିଆଯାଇଛି। କମିଶନ ଅଧ୍ୟକ୍ଷ ଜଷ୍ଟିସ୍‌ ବିଜୟକୃଷ୍ଣ ପଟେଲ, ସଦସ୍ୟ ଜଷ୍ଟିସ୍‌ ରଘୁବୀର ଦାଶ ଏବଂ ଅସୀମ ଅମିତାଭ ଦାଶଙ୍କୁ ନେଇ ଗଠିତ ପୂର୍ଣ୍ଣାଙ୍ଗ ଖଣ୍ଡପୀଠ ପକ୍ଷରୁ ଏହି ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୬ ମାସ ମଧ୍ୟରେ ଏହାକୁ କାର୍ଯ୍ୟକାରୀ କରିବା ପାଇଁ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବଙ୍କୁ କମିଶନ ନିଦ୍ଦେର୍ର୍ଶ ଦେଇଛନ୍ତି। ବିଜୟ କୁମାର ପଣ୍ଡା, ଗୋଲେଖ ପ୍ରସାଦ ନାୟକ, ସୁଭାଶିଷ ପଣ୍ଡା, ପ୍ରକାଶ ଚନ୍ଦ୍ର ଦାସ ଓ ବିଶ୍ବପ୍ରିୟ କାନୁନଗୋ ପ୍ରମୁଖ ଆଇନ୍‌ଜୀବୀମାନଙ୍କ ପକ୍ଷରୁ ଦିଆଯାଇଥିବା ପିଟିଶନ (କେସ୍‌ ନଂ ୨୨୬୧/୨୦୧୯) ଉପରେ ଶୁଣାଣି କରି କମିଶନ ପକ୍ଷରୁ ଏହି ରାୟ ଦିଆଯାଇଛି। ମାତୃତ୍ୱ ସୁବିଧା ଆଇନର ସଂଶୋଧିତ ଆଇନ ଧାରା-୧୧(କ) ଅନୁସାରେ ପ୍ରତ୍ୟେକ ଅନୁଷ୍ଠାନ, ଯେଉଁଥିରେ ସର୍ବନିମ୍ନ ପଚାଶ ଜଣ ମହିଳା କର୍ମଚାରୀ କାର୍ଯ୍ୟରତ, ସେମାନଙ୍କର ଶିଶୁମାନଙ୍କ ପାଇଁ କ୍ରେଚ ବ୍ୟବସ୍ଥା କରାଯିବା ବାଧ୍ୟତାମୂଳକ ରହିଛି। ଏହିଭଳି ଆଇନଗତ ବ୍ୟବସ୍ଥା ସତ୍ତ୍ୱେ ସଚିବାଳୟଠାରୁ ଆରମ୍ଭ କରି ଉଚ୍ଚ ଅଦାଲତ ପର୍ଯ୍ୟନ୍ତ କୌଣସି ସରକାରୀ କାର୍ଯ୍ୟାଳୟରେ କ୍ରେଚ୍‌ ବ୍ୟବସ୍ଥା ନ ଥିବା ନେଇ ୯ ଅକ୍ଟୋବର ୨୦୧୯ରେ ଓଏଚ୍‌ଆର୍‌ସିରେ ଅଭିଯୋଗ ହୋଇଥିଲା। ଏହି ଅଭିଯୋଗ ଆଧାରରେ କମିଶନଙ୍କ ପକ୍ଷରୁ ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗକୁ ନୋଟିସ ଜାରି କରାଯାଇଥିଲା। ଏନେଇ ବିଭାଗୀୟ ପ୍ରମୁଖ ଶାସନ ସଚିବଙ୍କ ପକ୍ଷରୁ ୨୦୨୧ ନଭେମ୍ବର ୧୧ରେ ଜବାବ ଦିଆଯାଇଥିଲା। ବିଭିନ୍ନ ସରକାରୀ ସଂସ୍ଥାକୁ ବିଭାଗ ପକ୍ଷରୁ ୨୦୨୦ ଜୁଲାଇ ୨୨ରେ ଚିଠି ଲେଖାଯାଇଛି ଏବଂ ଆଇନ ଅନୁସାରେ ସଂସ୍ଥା ସବୁ କ୍ରେଚ ପାଇଁ ପଦକ୍ଷେପ ନେଉଛନ୍ତି ବୋଲି ଜଣାଇଥିବା ବିଭାଗ ପକ୍ଷରୁ କମିଶନଙ୍କୁ ସୂଚନା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଧାନାଙ୍କ ରେକର୍ଡ ଶତକ: ଭାରତର ଲଗାତର ଦ୍ୱିତୀୟ ବିଜୟ

ଦୁବାଇ,୩ା୯: ସ୍ମୃତି ମନ୍ଧାନାଙ୍କ ରେକର୍ଡ ଶତକ ବଳରେ ମହିଳା ଏସିଆ କପ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୧୩୭ ରନର ବଡ଼ ବ୍ୟବଧାନରେ ହଂକଂ, ଚାଇନାକୁ ପରାସ୍ତ…

ଷ୍ଟେଶନରେ ଯୁବତୀଙ୍କୁ ବଳାତ୍କାର

ରାଉରକେଲା,୩।୯: ରାଉରକେଲା ଭଳି ଜନଗହଳିପୂର୍ଣ୍ଣ ରେଲ ଷ୍ଟେଶନରେ ଗୁରୁବାର ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଷ୍ଟେଶନର ରେଷ୍ଟ ରୁମ୍‌ରେ ଜଣେ ଯୁବତୀଙ୍କ ବଳାତ୍କାର କରାଯାଇଥିବା…

୫୬ ଭୋଗ ନ ଥିଲେ ବି ପ୍ରସନ୍ନ ହେବେ କାହ୍ନା! ଜନ୍ମାଷ୍ଟମୀରେ ବାଳଗୋପାଳଙ୍କୁ ଚଢ଼ାନ୍ତୁ ଏହି ୫ଟି ପ୍ରିୟ ଜିନିଷ; ଜାଣନ୍ତୁ ବିଧି

ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ଭାବେ ସାରା ଦେଶରେ ଉତ୍ସାହର ସହ ପାଳନ କରାଯାଏ। ଏହି ଦିନ ଭକ୍ତମାନେ ବ୍ରତ ରଖି ମଧ୍ୟରାତ୍ରିରେ ବାଳଗୋପାଳଙ୍କ…

ଟ୍ରକ ତଳେ ପଶିଗଲା ସ୍କୁଟି, ଆଉ ତା’ପରେ…

ଦିଗପହଣ୍ଡି,୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନମ୍ବର ରାଜ୍ୟ ରାଜପଥ ଦିଗପହଣ୍ଡି ଆନନ୍ଦନଗର ନିକଟରେ ଏକ ଭୟାନକ ଦୁର୍ଘଟଣା ଘଟିଛି। ରାସ୍ତାକଡରେ ପାର୍କିଂ କରିଥିବା…

ଖେଳାଳିଙ୍କୁ ମିଳୁନି ବିଶ୍ରାମ! ବାରମ୍ବାର ଆହତ ହେବା ନେଇ BCCIର ବଡ଼ ଖୁଲାସା, ବଦଳିବ ରଣନୀତି

ମୁମ୍ବାଇ,୩।୯: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (BCCI)ର ମୁଖ୍ୟ କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିସିସିଆଇ ସମ୍ପାଦକ ଦେବଜୀତ୍ ଶୈକିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଆକ୍ସନରେ ଜିଲାପାଳ: ବଦଳିଲେ ସୁନାବେଢା ସିଡିପିଓ

କୋରାପୁଟ ୩l୯(ଅମିତାଭ ବେହେରା): ଅଙ୍ଗନଓ୍ବାଡି କର୍ମୀମାନଙ୍କୁ ଖରାପ ବ୍ୟବହାର କରିଥିବା ଅଭିଯୋଗରେ ସୁନାବେଢା ସିଡିପିଓ ନଳିନୀ ବେହେରାଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ସିଡିପିଓ ନଳିନୀଙ୍କୁ ଜୟପୁର ଉପଜିଲାପାଳଙ୍କ…

୧୧ ବର୍ଷ ଧରି କେଶ ଖାଉଥିଲେ ଛାତ୍ରୀ; ଏବେ ଡାକ୍ତର ତାଙ୍କ ପେଟରୁ ବାହାର କଲେ ୧.୧୬ କିଲୋଗ୍ରାମର ଗଣ୍ଠି

ନୂଆଦିଲ୍ଲୀ,୩।୯: ଦିଲ୍ଲୀର ଦ୍ୱାରକାସ୍ଥିତ ମଣିପାଲ ହସ୍ପିଟାଲର ଡାକ୍ତରମାନେ ଜଣେ 20 ବର୍ଷୀୟ ଛାତ୍ରୀଙ୍କ ପେଟରୁ 1.16 କିଲୋଗ୍ରାମ ଓଜନର ଏକ ବଡ଼ କେଶ ପିଣ୍ଡ ବାହାର କରିଛନ୍ତି।…

ସ୍ମୃତି ମନ୍ଧାନାଙ୍କ ଡବଲ ଧମାକା: କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୩।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ଆନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ ଏବଂ ରନ ପାଇଁ ଏକ ବିଶ୍ୱ ରେକର୍ଡ ସ୍ଥାପନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri