ରେକର୍ଡ ଭାଙ୍ଗୁଛି ତେଲ, କମୁନି ଟିକସ

ମୁମ୍ବାଇ: ଘରୋଇ ବଜାରରେ ପେଟ୍ରୋଲ ଏବଂ ଡିଜେଲ ଦର ରେକର୍ଡ ଭାଙ୍ଗିଛି। ନୂଆଦିଲ୍ଲୀରେ ପେଟ୍ରୋଲ ୮୪ ଟଙ୍କା ଟପିଥିବା ବେଳେ ମୁମ୍ବାଇରେ ୯୧ ଟଙ୍କାରୁ ଊର୍ଦ୍ଧ୍ୱରେ ରହିଛି। ଭୁବନେଶ୍ୱରରେ ତେଲ ଦର ନୂଆଦିଲ୍ଲୀଠାରୁ ଊର୍ଦ୍ଧ୍ୱରେ ରହିଛି। ଦିଲ୍ଲୀରେ ଡିଜେଲ ୭୪.୮୮ ଟଙ୍କା ରହିଥିବା ବେଳେ ମୁମ୍ବାଇରେ ୮୧.୬ ଟଙ୍କା ରହିଛି। କରୋନା କାଳରେ ଲଗାତର ତେଲ ଦର ବୃଦ୍ଧି ଖାଉଟିଙ୍କ ସମସ୍ୟାକୁ ବଢାଉଛି। ଏଭଳି ସ୍ଥିତିରେ ତେଲ ଉପରେ ଲାଗୁ ହେଉଥିବା ଟିକସ କମାଇବାକୁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର କୌଣସି ପଦକ୍ଷେପ ନେଉନାହାନ୍ତି। ତେଲ ଉପରେ ଉଚ୍ଚ ପରିମାଣର ଟିକସ ଲାଗୁ ହେଉଥିବାରୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ସାମାନ୍ୟ ବଢିଲେ ମଧ୍ୟ ତେଲ କମ୍ପାନୀଗୁଡିକ ପେଟ୍ରୋଲ ଏବଂ ଡିଜେଲ ଦର ବଢାଉଛନ୍ତି। ଲଗାତର ୨ ଦିନ ବଢିବା ପରେ ଶୁକ୍ରବାର ଦରରେ କୌଣସି ପରିବର୍ତ୍ତନ ଦେଖାଯାଇନାହିଁ।
ବର୍ତ୍ତମାନ ଲୋକମାନେ ପେଟ୍ରୋଲ ପିଛା ୩୨.୯୮ ଟଙ୍କାର ଉତ୍ପାଦ ଟିକସ ପ୍ରଦାନ କରୁଛନ୍ତି। ଡିଜେଲ ଉପରେ ଏହା ୩୧.୮୩ ଟଙ୍କା ରହିଛି। ସେହିଭଳି ପେଟ୍ରୋଲରେ ୧୯.୩୨ ଟଙ୍କାର ଭାଟ୍‌ ଲାଗୁ ହେଉଥିବା ବେଳେ ଡିଜେଲରେ ଏହା ୧୦.୮୫ ଟଙ୍କା ରହିଛି। ରାଜ୍ୟଗୁଡିକ ସ୍ତରରେ ଏହା ଭିନ୍ନ ଭିନ୍ନ ରହୁଛି। ସରକାର ଟିକସ ହ୍ରାସ କରୁ ନ ଥିବା ବେଳେ ଖାଉଟିଙ୍କ ଏକ ମାତ୍ର ଭରସା ହେଲା ଅନ୍ତର୍ଜାତୀୟ ବଜାରରେ ତେଲ ଦର ହ୍ରାସ। ଗୋଟିଏ ଦିନ ତଳେ ବ୍ରେଣ୍ଟ ଅଶୋଧିତ ତୈଳ ବ୍ୟାରେଲ ପିଛା ୫୭ ଡଲାର ରହିଥିଲା। ଏହା ଶୁକ୍ରବାର ୫୫.୬୪ ଡଲାରକୁ ଖସିଛି। କେତେକ ଦେଶରେ କରୋନାର ଦ୍ୱିତୀୟ ଲହର ଦେଖାଯାଇଥିବାରୁ ବଜାର ଏବେ ଚ୍ୟାଲେଞ୍ଜିଂ ସ୍ଥିତି ଦେଇ ଗତି କରୁଛି। ଭାରତ ବ୍ୟବହାର କରୁଥିବା ମୋଟ ଇନ୍ଧନର ୮୦% ଆମଦାନୀ କରୁଛି। ତେଲ ଉପରେ ଯଦି ସରକାର ଟିକସ ହ୍ରାସ କରନ୍ତେ ଏହା ଦ୍ୱାରା ଖାଉଟି ଲାଭବାନ ହୁଅନ୍ତେ।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

କେନ୍ଦ୍ର କର୍ମଚାରୀଙ୍କ ପାଇଁ ଖୁସିଖବର: ଏହି ସପ୍ତାହରେ DA ବୃଦ୍ଧି ଘୋଷଣା! ଜାଣନ୍ତୁ କେତେ ବଢିବ…

ନୂଆଦିଲ୍ଲୀ,୨୮।୯: କେନ୍ଦ୍ର ସରକାର ବର୍ଷକୁ ଦୁଇଥର ନିଜ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବା DA (Dearness Allowance) ବୃଦ୍ଧି କରିଥାନ୍ତି। ଏଥିମଧ୍ୟରୁ ଗୋଟିଏ ବୃଦ୍ଧି ହୋଲି ସମୟରେ…

ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ

ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍‌ଏଚ୍‌ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ

ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?