ରାଜ୍ୟ ସରକାରଙ୍କୁ ତେଲ ଚିନ୍ତା, ସମସ୍ତ ଜିଲାପାଳଙ୍କୁ ଚିଠି କରି ଏମିତି ଦେଲେ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୩୦ା୧୧: ରାଜ୍ୟ ସରକାରକୁ ଜଙ୍କ ଫୁଡ୍‌ ଓ ତେଲ ଚିନ୍ତା ଏବେ ଘାରିଛି। ଏନେଇ ସମସ୍ତ ଜିଲାର ଜିଲାପାଳମାନଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଚିଠି କରାଯାଇଛି। ଏଥିସହିତ ସବୁ ଅଙ୍ଗନଓ୍ବାଡି ସେଣ୍ଟର ଓ ଶିଶୁ ଯତ୍ନ କେନ୍ଦ୍ରରେ ତେଲ ବୋର୍ଡ ଲାଗିବ ବୋଲି ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। କେଉଁ ଖାଦ୍ୟରେ କେତେ ତେଲ ଅଛି ଦର୍ଶାଇବାକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ଉଭୟ ଓଡ଼ିଆ ଏବଂ ଇଂରାଜୀରେ ସାଇନ୍‌ବୋର୍ଡ ଲଗାଇବା ପାଇଁ ବିଭାଗ ନିର୍ଦ୍ଦେଶ ଦେଇଛି। ଛଣା ଖାଦ୍ୟରେ କେତେ ତେଲ ବ୍ୟବହାର ହୋଇଛି ତାହା ଦର୍ଶାଇବା ଜରୁରୀ ବୋଲି ଚିଠିରେ ଉଲ୍ଲେଖ ରହିଛି।

ବିଭାଗୀୟ ଅତିରିକ୍ତ ସଚିବ ସ୍ବୟଂପ୍ରଭା ମହାନ୍ତି ଉଲ୍ଲେଖ କରିଛନ୍ତି, ଶିଶୁ ଓ କିଶୋରୀଙ୍କ ମଧ୍ୟରେ ସୁସ୍ଥ ଖାଦ୍ୟ ସମ୍ବନ୍ଧୀୟ ଅଭ୍ୟାସକୁ ନେଇ ସରକାର ଏକ ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ ନିଷ୍ପତ୍ତିକ୍ରମେ ଏଣିକି ଅଙ୍ଗନଓ୍ବାଡି କେନ୍ଦ୍ର, ଶିଶୁ ଯତ୍ନ କେନ୍ଦ୍ର, ୱାନ୍‌ଷ୍ଟପ୍‌ ସେଣ୍ଟର, ଶକ୍ତିି ସଦନ ଏବଂ ଅନ୍ୟ ଆବାସିକ ଅନୁଷ୍ଠାନଗୁଡ଼ିକରେ ତେଲ ବୋର୍ଡ ଲାଗିବ। ଏଥିରେ ପ୍ରତିଦିନ ଖାଦ୍ୟରେ ଲୁଚି ରହିଥିବା ଫ୍ୟାଟ୍‌ ଏବଂ ତେଲ ସମ୍ପର୍କରେ ସୂଚନା ଦିଆଯିବ। ଏହା ବଢ଼ୁଥିବା ମେଦବହୁଳତା ଏବଂ ଅଣସଂକ୍ରାମକ ରୋଗଗୁଡ଼ିକର ମୁକାବିଲା କରିବାରେ ବିଶେଷ ଭାବେ ସହାୟକ ହୋଇପାରିବ। ତେଣୁ ତୁରନ୍ତ ଏଦିଗରେ ଧ୍ୟାନଦେଇ ତେଲ ଡିସ୍‌ପ୍ଲେ-ବୋର୍ଡ ଲଗାଇବା ଦିଗରେ ପଦକ୍ଷେପ ନେବାକୁ ଅତିରିକ୍ତ ସଚିବ ପତ୍ରରେ ଦର୍ଶାଇଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri