ତୈଳ ନିଗମ ପାଇପ ଲାଇନ କାମ ଆରମ୍ଭ

କୁଜଙ୍ଗ,୧୩ା୧ (ଡି.ଏନ.ଏ.):  ବିରୋଧ ଯୋଗୁ ଦୀର୍ଘ ୮ମାସ ହେଲା ଅଧାରେ ଅଟକି ଥିବା ପାରାଦୀପ-ହାଇଦ୍ରାବାଦ ପାଇପ ଲାଇନ କାର୍ଯ୍ୟ ବୁଧବାର ପୁଣି ଆରମ୍ଭ ହୋଇଛି। ଭାରତୀୟ ତୈଳ ନିଗମର ୧୨ଶହ ୧୨କିମି ପାରାଦୀପ-ହାଇଦ୍ରାବାଦ ପାଇପ ଲାଇନ କାର୍ଯ୍ୟ ଚାଲୁଥିବା ବେଳେ ଏରସମା ବ୍ଲକ ଅନ୍ତର୍ଗତ ଢିଙ୍କିଆ ଗଁାର ଜନସାଧାରଣ ବିରୋଧ କରିଥିଲେ। ସେମାନେ ଅଭିଯୋଗ କରିଥିଲେ, ପାଇପ ଲାଇନ ଗ୍ରାମ ଗୋଚର ଜମି ଉପରେ ଯାଉଛି, ଯାହାଦ୍ୱାରା ଗୃହପାଳିତ ପଶୁଙ୍କ ପାଇଁ ଉଦ୍ଦିଷ୍ଟ ଚାରଣ ଭୂମି ନଷ୍ଟ ହେଲେ ଗୋରୁ ଚରିବାକୁ ଅସୁବିଧା ହେବେ। ଏହାସହ ଗୋଚର ଜମି ପାଇଁ ଥିବା ଆଇନଗତ ଦିଗ ପ୍ରତି ଦୃଷ୍ଟି ଦିଆ ନ ଯାଇ ଓ ଗ୍ରାମସଭାର ମତାମତ ନିଆ ନ ଯାଇ କର୍ତ୍ତୃପକ୍ଷଙ୍କ ମନମୁଖି କାର୍ଯ୍ୟ ଯୋଗୁ ଦୀର୍ଘଦିନ ଧରି ଢିଙ୍କିଆ ଗଁାର ଲୋକଙ୍କ ପକ୍ଷରୁ ବିରୋଧ ଜାରି ରହିଥିଲା। ବର୍ତ୍ତମାନ ଢିଙ୍କିଆରେ ଜେଏସ୍‌ଡବ୍ଲ୍ୟୁ ବିରୋଧୀ ଆନ୍ଦୋଳନ ଚାଲିଛି। ଗୋଟେ ପଟେ ଗ୍ରାମବାସୀ ଗ୍ରାମର ପ୍ରବେଶ ପଥରେ ଫାଟକ ନିର୍ମାଣ କରି ପ୍ରଶାସନ ଓ ପୋଲିସକୁ ପ୍ରବେଶ ନିଷେଧ କରାଇଛନ୍ତି। ଅନ୍ୟପକ୍ଷେ ପୋଲିସ ଗ୍ରାମକୁ ଘେରାବନ୍ଦୀ କରି ରଖିଛି। ଗ୍ରାମବାସୀ ବାହାରକୁ ବାହାରି ପାରୁନାହାନ୍ତି। ଏହାର ସୁଯୋଗରେ କମ୍ପାନୀ କର୍ତ୍ତୃପକ୍ଷ ପାଇପ ଲାଇନ କାର୍ଯ୍ୟ କରୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri